ଯୌତୁକ ପାଇଁ ମହିଳାଙ୍କୁ ହତ୍ୟା ଅଭିଯୋଗ

ବାଲିକୁଦା,୧୧।୨(ସ୍ବ.ପ୍ର.): ବନ୍ଦର ସାମୁଦ୍ରିକ ଥାନା ଅଧୀନ ଫୁଲୁପାଟଣା ଗ୍ରାମର ସୁଜିତ ବେହେରାଙ୍କ ସ୍ତ୍ରୀ ଟୁକୁନିଙ୍କ ମୃତଦେହ ତାଙ୍କ ଶୋଇବା ଘରୁ ଶନିବାର ରାତିରେ ଜବତ ହୋଇଛି। ଅପରପକ୍ଷେ ଝିଅକୁ ଯୌତୁକ ପାଇଁ ଶାଶୁ ଘର ଲୋକେ ହତ୍ୟା କରିଛନ୍ତି ବୋଲି ବାପଘର ଲୋକେ ରବିବାର ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଜଗତ୍‌ସିଂହପୁର ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି। ଏଥିସହ ସାଇଣ୍ଟିଫିକ୍‌ ଟିମ୍‌ ଘଟଣାସ୍ଥଳରେ ତଦନ୍ତ କରିଛି। ଅଭିଯୋଗକୁ ଭିତ୍ତି କରି ଥାନାରେ ମାମଲା (ନଂ.୧୩/୨୩) ରୁଜୁ ହୋଇଛି।
ଅଭିଯୋଗ ଅନୁଯାୟୀ, ଅସ୍ତରଙ୍ଗ ଥାନା ଅନ୍ତର୍ଗତ ନଗର ଗ୍ରାମର ବୁଲା ବେହେରାଙ୍କ ଝିଅ ଟୁକୁନିଙ୍କ ସହ ୪ ବର୍ଷ ତଳେ ସୁଜିତଙ୍କ ବିବାହ ହୋଇଥିଲା। ଏହାପରେ ଯୌତୁକ ଆଣିବା ପାଇଁ ଟୁକୁନିଙ୍କୁ ବିଭିନ୍ନ ସମୟରେ ଶାଶୁ ଘର ଲୋକେ ନିର୍ଯାତନା ଦେବା ସହ ମାଡ଼ ମାରୁଥିଲେ। ଏଭଳିଭାବେ ମାଡ଼ ମାରି ତାଙ୍କୁ ହତ୍ୟା କରାଯାଇଛି ବୋଲି ବାପଘର ପକ୍ଷରୁ ଅଭିଯୋଗରେ ଦର୍ଶାଯାଇଛି। ଅପରପକ୍ଷେ ଶ୍ୱଶୁର କାହ୍ନୁ ବେହେରା ଅଭିଯୋଗର ଖଣ୍ଡନ କରିି କହିଛନ୍ତି, ଅଭିଯୋଗ ସମ୍ପୂର୍ଣ୍ଣ ମିଛ ଓ ଭିତ୍ତିହୀନ। ପୁଅ ସୁଜିତ୍‌ ଚେନ୍ନାଇ ସହରରେ କାମ କରୁଛି ଓ ସେ ଘରେ ମଧ୍ୟ ନାହିଁ। ଶନିବାର ରାତିରେ ଫୋନରେ ଉଭୟେ କଥାବାର୍ତ୍ତା ହେଉଥିବାବେଳେ ପାଟିତୁଣ୍ଡ ହେଉଥିଲା। ସ୍ବାମୀ ସ୍ତ୍ରୀ ମଧ୍ୟରେ ଏପରି ଘଟେ ବୋଲି ଭାବି ଏହାକୁ ଆମେ ହାଲ୍‌କା ଭାବେ ନେଇଥିଲୁ। ରାତି ପ୍ରାୟ ୨ଟା ବେଳେ ବୋହୂ ପାଖରେ ଶୋଇଥିବା ଦେଢ଼ ବର୍ଷର ଶିଶୁପୁତ୍ର କାନ୍ଦିବାରୁ ପରିବାର ଲୋକଙ୍କ ନିଦ ଭାଙ୍ଗି ଥିଲା। ଶିଶୁଟି କ’ଣ ପାଇଁ କାନ୍ଦୁଛି ବୋଲି ଡାକିବାରୁ ଟୁକୁନି କବାଟ ଖୋଲି ନ ଥିଲେ। ସନ୍ଦେହ ବଢ଼ିବାରୁ ଝରକା ବାଟେ ଦେଖିବା ବେଳକୁ ବୋହୂ ପଙ୍ଖାରେ ରଶିଦେଇ ଝୁଲୁଥିବା ଜଣାପଡ଼ିଥିଲା। କବାଟ ଭାଙ୍ଗି ଟୁକୁନିଙ୍କୁ ତଳକୁ ଓହ୍ଲାଇବା ସହ ପଡୋଶୀ ଓ ଥାନାରେ ଖବର ଦେଇଥିଲୁ। ଏସମ୍ପର୍କରେ ତଦନ୍ତକାରୀ ଅଧିକାରୀ ଅନିରୁଦ୍ଧ ରାଉତ କହିଛନ୍ତି, ଏନେଇ ତଦନ୍ତ ଜାରି ରହିଛି। ବ୍ୟବଚ୍ଛେଦ ରିପୋର୍ଟ ମିଳିବାପରେ ଅଧିକ ତଥ୍ୟ ମିଳିପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ବିବାଦ ପରେ ବି ନିଷ୍ପତ୍ତିରେ ଅଟଳ ସନରାଇଜର୍ସ! କାବ୍ୟା ମାରନ୍‌ଙ୍କ ଦଳରେ ଖେଳିବେ ପାକ୍ ସ୍ପିନର; ପିସିବି ଦେଲା…

ଲାହୋର,୩।୭: ପାକିସ୍ତାନ କ୍ରିକେଟ୍ ବୋର୍ଡ (PCB) ବିଭିନ୍ନ ଦେଶରେ ଆୟୋଜିତ ହେବାକୁ ଥିବା ଟି-୨୦ ଏବଂ ସର୍ଟ-ଫର୍ମାଟ୍ ଲିଗ୍‌ରେ ଖେଳିବା ପାଇଁ ନିଜର ଅନେକ ପ୍ରମୁଖ ଖେଳାଳିଙ୍କୁ…

ଏଟିଏମ୍ କାର୍ଡ ବଦଳାଇ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲୁଟ୍; ୯ ଥରରେ ଆକାଉଣ୍ଟରୁ କଟିଲା ଲକ୍ଷେରୁ ଅଧିକ ଟଙ୍କା, ସପିଙ୍ଗ୍ ମଧ୍ୟ…

ବୈଶିଙ୍ଗା,୩।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ (SBI) ଏଟିଏମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସହ ଏକ ଚାଞ୍ଚଲ୍ୟକର ଏଟିଏମ…

କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ କ୍ରୀଡ଼ାବିତ୍ ଆକାଶଙ୍କୁ ସମ୍ବର୍ଦ୍ଧନା; ମିଳିଲା ୫୧ ହଜାର ଟଙ୍କାର ପୁରସ୍କାର ରାଶି

ଭବାନୀପାଟଣା, ୩।୭(ଉତ୍ତମ କୁମାର ଦାଶ):  ତୁର୍କୀର ମରସିନ ଠାରେ ଅନୁଷ୍ଠିତ ହୋଇଯାଇଥିବା ସେଲିବ୍ରେଟେଡ୍ ‘ୱାର୍ଲ୍ଡ ଆବିଲିଟି ସ୍ପୋର୍ଟ ୟୁଥ୍ ଗେମ୍ସ- ୨୦୨୬’ ରେ ଚମତ୍କାର ପ୍ରଦର୍ଶନ କରି…

କେତନଙ୍କୁ ହତ୍ୟା କରିବା ପରେ ଅନୁତାପର ପ୍ରଶ୍ନ ନାହିଁ, ଗଣମାଧ୍ୟମକୁ ଅଶ୍ଳୀଳ ଇଙ୍ଗିତ କରି ଚର୍ଚ୍ଚାରେ ସିୟା…Video ଭାଇରାଲ ପରେ… 

ପୁଣେ,୩।୭: ପୁଣେର ପ୍ରସିଦ୍ଧ ବ୍ୟବସାୟୀ ବିଶାଲ ଅଗ୍ରୱାଲଙ୍କ ପୁଅ କେତନ ଅଗ୍ରୱାଲ ହତ୍ୟା ମାମଲାରେ ପ୍ରତିଦିନ ଏଭଳି ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସୁଛି, ଯାହା ସମାଜକୁ ସ୍ତବ୍ଧ…

ଗାଁ ନିକଟରୁ ମଦ ଦୋକାନ ସ୍ଥାନାନ୍ତର ଦାବି:ଏକଜୁଟ ହେଲେ ମହିଳା

ପାଟଣା,୩ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟ ବଡ଼ ପାଟଣା ପଞ୍ଚାୟତ ସାଧୁପଡ଼ା ଗାଁ ନିକଟରେ ଶୁକ୍ରବାର ନୂତନ କରି ଖୋଲିଥିବା ସରକାରୀ ମଦ…

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ନୂତନ କୁଳପତି ଡ. ଅଜିତ କୁମାର ଶାସନୀ

କୋରାପୁଟ/ସୁନାବେଡ଼ା,୩ା୭(ଅମିତାଭ ବେହେରା/କୃତ୍ତିବାସ ପ୍ରଧାନ)-କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସିୟୁଓ)ର ନୂତନ କୁଳପତି ଭାବେ ଡ. ଅଜିତ କୁମାର ଶାସନୀଙ୍କୁ ନିଯୁକ୍ତ କରାଯାଇଥିବା ଜଣାପଡିଛି। ଭାରତର ରାଷ୍ଟ୍ରପତି…

ମୃତ ଯୁବକଙ୍କ ମିଳିଲା ପରିଚୟ: ସେଲଫି ନେବା ହେଲା କାଳ

କୋକସରା,୩।୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକର ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀଚଞ୍ଚରାର ଡୋକରୀଦର ଝରଣା ନିକଟରେ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଶୁକ୍ରବାର ସକାଳୁ…

ସମୁଦ୍ର କୂଳ ଲଙ୍ଘିବା ଘଟଣା: ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ପୋଡ଼ମପେଟାକୁ ନିଷିଦ୍ଧାଞ୍ଚଳ ଘୋଷଣା

ଗଞ୍ଜାମ/ ଛତ୍ରପୁର,୩।୭ (/ଅନାଥ ତରାଇ/ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୋଡମପେଟାରେ ସମୁଦ୍ର କୂଳ କ୍ଷୟ ଦିନକୁ ଦିନ ଉଦ୍‌ବେଗଜନକ ରୂପ ନେବାରେ ଲାଗିଛି। ସମୁଦ୍ର ଦ୍ରୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri