ଧାର ଟଙ୍କା ମାଗିବାରୁ ମହିଳାଙ୍କୁ ହତ୍ୟା ଅଭିଯୋଗ

ନୟାଗଡ ଅଫିସ,୨୫ା୯: ଧାର ଟଙ୍କା ମାଗିବାରୁ ନୟାଗଡ଼ ଜିଲା ଶରଣକୁଳ ଥାନା ଅଧୀନ ଧୁଷୁମାରେ ବୁଧବାର ରାତିରେ ଜଣେ ମହିଳାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକହେଲେ ମାୟା ଭୂୟାଁ(୬୦)। ଗୁରୁବାର ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରିବା ସହ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କକରିଛି।
ଅଭିଯୋଗ ଅନୁସାରେ, ଧୁଷୁମାର ପ୍ରଫୁଲ୍ଲ ଭୂୟାଁଙ୍କ ସ୍ତ୍ରୀ ମାୟାଙ୍କଠାରୁ ସେହି ଗାଁର ବୀରେନ୍ଦ୍ର ଓ ମମତା ଜେନା ୩ ଲକ୍ଷ୮୭ ହଜାର ଟଙ୍କା ଧାର ନେଇଥିଲେ। ହେଲେ ଟଙ୍କା ପରିଶୋଧ କଲେ ନାହିଁ। ଏନେଇ ଉଭୟ ପରିବାର ମଧ୍ୟରେ ବିଭିନ୍ନ ସମୟରେ ପାଟିତୁଣ୍ଡ ହେଉଥିଲା। ବୁଧବାର ମାୟା ଟଙ୍କା ମାଗିବାକୁ ଯାଇ ଫେରି ନ ଥିଲେ। ଗୁରୁବାର ବୀରେନ୍ଦ୍ରଙ୍କ ଛାତ ଉପରୁ ମାୟାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିଲା। ଏନେଇ ଶରଣକୁଳ ଥାନା ଆଇଆଇସି ବିମଳ ମଲ୍ଲିକ କୁହନ୍ତି, ଟଙ୍କା ଧାରକୁନେଇ ହତ୍ୟାକାଣ୍ଡ ଘଟିଥିବା ଅଭିଯୋଗ ହୋଇଛି। ହେଲେ ଟଙ୍କା ନେବାର କିଛି ପ୍ରମାଣ ମିଳିନି। ତେବେ ଏହା ହତ୍ୟା କି ଆମତ୍ହତ୍ୟା ଜଣାପଡିନି। (ନଂ.୧୦୦/୨୦)ରେ ମାମଲା ରୁଜୁ କରାଯାଇ ତଦନ୍ତ ଆରମ୍ଭ ହୋଇଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ। ମୃତକଙ୍କ ପୁଅ ପ୍ରକାଶ କୁହନ୍ତି ମା’ଙ୍କୁ ହତ୍ୟା କରି ଆତ୍ମହତ୍ୟାର ରୂପ ଦେବାକୁ ଉଦ୍ୟମ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ ବିବାହକୁ କେନ୍ଦ୍ର କରି ଆକ୍ରମଣ: ବନ୍ଧା ହେଲେ ୭ ଅଭିଯୁକ୍ତ

ଥୁଆମୂଳ ରାମପୁର,୨୯ା୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ତାରାଗାଁଠାରେ ଏକ ଦଳିତ ପରିବାର ଉପରେ ହୋଇଥିବା ଆକ୍ରମଣ ଘଟଣାରେ ପୋଲିସ ସୋମବାର ୭ ଅଭିଯୁକ୍ତଙ୍କୁ ଗିରଫ କରି…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ନେଲେ ବଡ଼ ନିଷ୍ପତ୍ତି: ଖେମୁଣ୍ଡି ଲୋକ ମହୋତ୍ସବ ପାଇଁ ପ୍ରସ୍ତୁତି ଜୋରଦାର

ଦିଗପହଣ୍ଡି, ୨୯।୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ସୋମବାର ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ଏକ ପ୍ରସ୍ତୁତି…

ମା’ ମଝିଘରିଆଣୀ ମନ୍ଦିରରୁ ରେକର୍ଡ ଆୟ: ୧.୨୬ କୋଟିରୁ ଅଧିକ ଟଙ୍କା ସହ ୩୨ ଗ୍ରାମ୍‌ ମିଳିଲା ସୁନା

ରାୟଗଡ଼ା,୨୯।୬(କୈଳସ ଚନ୍ଦ୍ର ପୃଷ୍ଟି ): ରାୟଗଡ଼ା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିରର ୯ଟି ଦାନହୁଣ୍ଡି ସୋମବାର ସକାଳେ କଡ଼ା ସୁରକ୍ଷା ମଧ୍ୟରେ ଖୋଲାଯାଇଛି। ମାଜିଷ୍ଟ୍ରେଟ୍‌,…

ମିଳିନି ଧାନ ବିକ୍ରି ଟୋକନ: ଆତ୍ମାହୁତି ଧମକ ଦେଲେ ଚାଷୀ

ବରଗଡ,୨୯।୬(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାରେ ଧାନ ବିକ୍ରିରେ ଟୋକନ ସମସ୍ୟାକୁ ନେଇ ଦିନକୁ ଦିନ ସ୍ଥିତି ସଙ୍ଗିନ ହେବାରେ ଲାଗିଛି । ବରଗଡ ଜିଲା ବିଜେପୁର ବ୍ଲକ…

ସାଧାରଣ ଲେକଙ୍କୁ ବଡ଼ ଆଶ୍ୱସ୍ତି: ସରକାର କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୯।୬:ସରକାର ପେଟ୍ରୋଲ ଏବଂ ଡିଜେଲ ସମ୍ପର୍କରେ ଜନସାଧାରଣଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲର ବିକ୍ରୟ ଏବଂ ବଣ୍ଟନ ଉପରେ ଅସ୍ଥାୟୀ…

ଉଦ୍ୟୋଗୀମାନଙ୍କୁ ମାଗଣାରେ ମିଳିବ ଋଣ-ସବସିଡ଼ି: ବିକଶିତ ଓଡ଼ିଶା ପାଇଁ ଏମଏସଏମଇ…

ଦିଗପହଣ୍ଡି,୨୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପ ରେ ବ୍ଲକ ପ୍ରଶାସନ ପକ୍ଷରୁ ସୋମବାର ବିକଶିତ ଓଡ଼ିଶା…

ସ୍ତ୍ରୀଙ୍କୁ ଖୋଜିଖୋଜି ଜଗତସିଂହପୁରରୁ ହାଟଡିହୀରେ ପହଞ୍ଚିଲେ ସ୍ବାମୀ: ତା’ପରେ ଯାହା ଘଟିଲା…

ହାଟଡିହୀ/ଛେନାପଦି,୨୯l୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ଅଞ୍ଚଳରେ ସୋମବାର ଏକ ଫ୍ୟାମିଲି ଡ୍ରାମା ଦେଖିବାକୁ ମିଳିଛି l ଯାହାକି ମୁଖ୍ୟ ଆଲୋଚନାର ବିଷୟ ସାଜିଛି l ଜଗତସିଂହପୁର…

କୁଲାଡ଼ ଶ୍ରୀଜଗନ୍ନାଥ ମନ୍ଦିରରେ ଭକ୍ତିଭାବରେ ପାଳିତ ହେଲା ଦେବସ୍ନାନ ପୂର୍ଣ୍ଣିମା

ଭଞ୍ଜନଗର, ୨୯।୬ (ବାବୁଲା ପ୍ରଧାନ): ଭଞ୍ଜ ରାଜବଂଶ ଦ୍ୱାରା ପ୍ରତିଷ୍ଠିତ ଗଞ୍ଜାମ ଜିଲ୍ଲା ଭଞ୍ଜନଗର ନିକଟସ୍ଥ କୁଲାଡ଼ ଶ୍ରୀଜଗନ୍ନାଥ ମନ୍ଦିରରେ ସୋମବାର ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ମହୋତ୍ସବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri