ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ, ମୃତଦେହ ଜବତ

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଗତ ୨୦୨୧ରେ ବ୍ରହ୍ମପୁର ସଦର ଥାନା ଲାଠି ଗ୍ରାମର କାଳିଆ ସ୍ବାଇଁଙ୍କ ଝିଅ ସନ୍ଧ୍ୟା ଜକରାପଲ୍ଲୀ ଗ୍ରାମର ନିରଞ୍ଜନ ବିଷୋୟୀଙ୍କ ପୁଅ ଅଜିତଙ୍କୁ ବିବାହ କରିଥିଲେ । ସ୍ବାମୀ ଓ ଶ୍ବଶୁର ଘର ଲୋକଙ୍କ ଦାବି ପ୍ରକାରେ ସୁନା ଗହଣା, ସମସ୍ତ ପ୍ରକାର ଆସବାବପତ୍ର ପ୍ରଭୃତି ଯୌତୁକ ଦିଆଯାଇଥିଲା। ବିବାହର କିଛି ଦିନ ସୁଖ ଶାନ୍ତିରେ କଟିବା ପରେ ଅଧିକ ଯୌତୁକ ଦାବି କରି ସ୍ବାମୀ ଓ ଶ୍ବଶୁର ଘର ଲୋକେ ସନ୍ଧ୍ୟାଙ୍କୁ ଶାରୀରିକ ଓ ମାନସିକ ନିର୍ଯାତନା ଦେବା ଆରମ୍ଭ କରି ଦେଇଥିଲେ। ଫଳରେ ସନ୍ଧ୍ଯାଙ୍କୁ ପ୍ରାୟତଃ ବାପଘରେ ରହିବାକୁ ପଡୁଥିଲା।

ବାହାର ରାଜ୍ୟରେ ଦାଦନ ଖଟିବାକୁ ଯାଇଥିବା ଅଜିତ କିଛିଦିନ ପୂର୍ବେ ନିଜ ଗାଁକୁ ଫେରିବା ପରେ ତାଙ୍କ ସ୍ତ୍ରୀ ସନ୍ଧ୍ୟା ଙ୍କୁ ଆଣି ତାଙ୍କ ଘରେ ଛାଡ଼ିବାକୁ ଶ୍ବଶୁର ଘର ଲୋକଙ୍କୁ ଅନୁରୋଧ କରିଥିଲେ । ଗତ ୧ ତାରିଖରେ ବାପ ଘର ଲୋକେ ସନ୍ଧ୍ୟାଙ୍କୁ  ଜକରାପଲ୍ଲୀ ଗାଁ ଶ୍ବଶୁର ଘରେ ଛାଡ଼ି ଫେରିଥିଲେ । ତେବେ ପୁଣିଥରେ ତାଙ୍କୁ ଶାରୀରିକ ନିର୍ଯାତନା ଦିଆଯାଇ ଜୋର ଜବରଦସ୍ତ ବିଷ ଖୁଆଇ ଦେଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ବୁଧବାର ପୂର୍ବାହ୍ନରେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା ବେଳେ ଉପସ୍ଥିତ ଡାକ୍ତର ସନ୍ଧ୍ଯାଙ୍କୁ ମୃତ ଘୋଷଣା କରିଥିଲେ।

ତେବେ ତାଙ୍କ ଝିଅକୁ ହତ୍ୟା କରାଯାଇଥିବା ନେଇ ସନ୍ଧ୍ୟାଙ୍କ ମା’ ସବିତା ସ୍ବାଇଁ ଥାନାରେ ଏତଲା ଦେଇଛନ୍ତି । ଏତଲାକୁ ଭିତ୍ତି କରି ଦିଗପହଣ୍ଡି ଥାନା ଭାର ପ୍ରାପ୍ତ ଆଇଆଇସି ତଥା ଡିଏସପି ପ୍ରଶାନ୍ତ କୁମାର ପାତ୍ର ମାମଲା ନଂ. ୩୯/୨୬ ଅନୁଯାୟୀ ମକଦ୍ଦମା  ରୁଜୁ କରିବା ସହ ସ୍ବାସ୍ଥ୍ୟକେନ୍ଦ୍ରରୁ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇଥିଲେ। ଏହି ଘଟଣାରେ ସନ୍ଧ୍ୟାଙ୍କ ସ୍ବାମୀ ଅଜିତଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରାଯାଉଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧରେ ବଢି ଚାଲିଥିବା କ୍ଷତିକୁ ନେଇ ଚିନ୍ତାରେ ପଡ଼ିଗଲେଣି ଟ୍ରମ୍ପ, ଅନ୍ୟ ଉପରେ ଦୋଷ ଲଦି ଏହି ଦେଶକୁ ମନାଇବାକୁ କରୁଛନ୍ତି ପ୍ରୟାସ

ଓ୍ବାଶିଂଟନ,୨୪।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅସ୍ବୀକାର ଅବସ୍ଥାରେ ବା ଡିନାୟଲ ମୋଡ୍‌ରେ ପ୍ରବେଶ କରିଛନ୍ତି। ସେ ନିଜ ଭୁଲର ଦୋଷ ଅନ୍ୟମାନଙ୍କ ଉପରେ ଲଦିବା…

ବୁଢ଼ାଢିଅ ଗାଁ ରେ ଥିବା କିଛି ଘରେ ଥିଲା ଗଞ୍ଜେଇ: ଚଢ଼ାଉପରେ ୭ ଲକ୍ଷ ଟଙ୍କାର …

ମୋହନା,୨୪।୩(ମନ୍ମଥ ମିଶ୍ର): ଗଜପତି ଅଡବା ଥାନା ଅଞ୍ଚଳ ଗତ କିଛି ଦିନ ହେବ ଗଞ୍ଜେଇ ବେପାରୀଙ୍କ ନିଦ ହଜାଇ ଦେଇଛି ପୋଲିସ। ଆର୍‌ ଉଦୟଗିରୀ ଏସଡିପିଓ ରାକେଶ…

ଧର୍ମ ପରିବର୍ତ୍ତନ ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି: ହିନ୍ଦୁ, ବୌଦ୍ଧ, ଶିଖ ଧର୍ମାବଲମ୍ବୀ…

ନୂଆଦିଲ୍ଲୀ,୨୪।୩: ଧର୍ମ ପରିବର୍ତ୍ତନ ଉପରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି। ମଙ୍ଗଳବାର ସୁପ୍ରିମକୋର୍ଟ କହିଛନ୍ତି, ହିନ୍ଦୁ, ଶିଖ କିମ୍ବା ବୌଦ୍ଧ ଧର୍ମ ବ୍ୟତୀତ ଅନ୍ୟ କୌଣସି…

ବଡ଼ ଖବର! RCBକୁ ଆଉ ଏକ ଝଟକା, IPL ୨୦୨୬ରୁ ବାଦ୍ ପଡିଲେ ଏହି ଖେଳାଳି

ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ୧୯ତମ ସିଜିନ୍ ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି । ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବା ପୂର୍ବରୁ, ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଟିମକୁ…

ମୋଷ୍ଟ ୱାଣ୍ଟେଡ ଟପ୍‌ ମାଓବାଦୀ ନେତା ପାପା ରାଓଙ୍କ ଆତ୍ମସମର୍ପଣ

ମାଲକାନଗିରି,୨୪।୩(ଦୁର୍ଯ୍ୟୋଧନ ପାତ୍ର): ମାଓବାଦୀ ସଙ୍ଗଠନକୁ ଏକ ବଡ଼ ଝଟ୍‌କା ଲାଗିଛି। ମୋଷ୍ଟ ୱାଣ୍ଟେଡ ଟପ୍‌ ମାଓବାଦୀ ନେତା ପାପା ରାଓ ମଙ୍ଗଳବାର ଛତିଶଗଡ଼ ବିଜାପୁର ପୋଲିସ ନିକଟରେ…

ମାନସିକ ବିକୃତ ମସ୍ତିଷ୍କ ମହିଳା ଗର୍ଭବତୀ ଅଭିଯୁକ୍ତଙ୍କ ଗିରଫ ଦାବିରେ ଫାଣ୍ଡିରେ ଗ୍ରାମବାସୀଙ୍କ ହୋ ହାଲା

ଗଞ୍ଜାମ, ୨୪।୩(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନାର ହୁମା ଫାଣ୍ଡି ଅନ୍ତର୍ଗତ ନୀଳାଦ୍ରିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମାନସିକ ବିକୃତ ମହିଳା…

ଯୁଦ୍ଧ ଶେଷ କରିବାକୁ ରାଜି ହେଲେ ଇରାନର ସର୍ବୋଚ୍ଚ ନେତା! କହିଦେଲେ ଏମିତି…ସାରା ବିଶ୍ୱରେ ଚହଳ

ଓ୍ବାଶିଂଟନ୍‌,୨୪।୩: ଆଜି ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧର ୨୫ତମ ଦିନ। ଉଭୟ ପକ୍ଷ ଦ୍ରୁତ ଆକ୍ରମଣ ଜାରି ରଖିଥିବାବେଳେ ଯୁଦ୍ଧ ଶେଷ କରିବା…

IPL 2026କୁ ନେଇ କଡ଼ା ନିୟମ: ଖେଳାଳି ତଥା ତାଙ୍କ ପରିବାର ପାଇଁ ନୂଆ ନିୟମ ଆଣିଲା BCCI, ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୩: IPL 2026 ଆରମ୍ଭ ହେବା ପୂର୍ବରୁ, BCCI ସମସ୍ତ ୧୦ଟି ଫ୍ରାଞ୍ଚାଇଜ ପାଇଁ ଏକ ନୂଆ ଏବଂ କଠୋର ନିୟମ ଜାରି କରିଛି। ଏହି ନିୟମଗୁଡ଼ିକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri