କୋଟିକୋଟି ଟଙ୍କା ହେର୍‌ଫେର୍‌ ଅଭିଯୋଗ: ୨ ଗିରଫ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ଆଣ୍ଡ ଟ୍ରାନ୍ସପୋଟିଂ କୋଅପରେଟିଭ ସୋସାଇଟି ଉପରେ ଇଓଡବ୍ଲ୍ୟୁର ବଡ଼ ରେଡ୍‌। କୋଟି କୋଟି ଟଙ୍କାର ହେରଫେର ନେଇ ସୋସାଇଟିର ପୂର୍ବତନ ସଭାପତି ମାନସ ରଞ୍ଜନ ବାରିକ ଓ ସମ୍ପାଦକ ଉତ୍କଳ ଦାଶଙ୍କୁ କେନ୍ଦୁଝରରୁ ଶୁକ୍ରବାର ଉଠାଇ ନେଇଥିବା ବେଳେ ଶନିବାର ଗିରଫ କରି ଇକୋନୋମିକ୍‌ ଅଫେନ୍ସ ଓ୍ବିଙ୍ଗ (ଇଓଡବ୍ଲ୍ୟୁ), ଓଡ଼ିଶା ବାଲେଶ୍ୱର କୋର୍ଟ ଚାଲଣ କରାଯାଇଛି। ଇଓଡବ୍ଲ୍ୟୁ ପ୍ରେସ ବିଜ୍ଞପ୍ତି ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ଜାଲ୍‌ ଦସ୍ତାବିଜ୍‌ ଦେଇ ଏହି ସୋସାଇଟିରୁ ୪୦ ରୁ ୫୦ କୋଟି ଟଙ୍କା ହଡ଼ପ ହୋଇଥିବା ନେଇ ବିଶ୍ୱନାଥ ରାଉଳ ନାମକ ଜଣେ ବ୍ୟକ୍ତି ଅଭିଯୋଗ କରିଥିଲେ। ଏହା ପରେ ଇଓଡବ୍ଲ୍ୟୁ ପକ୍ଷରୁ ଚଢ଼ାଉ କରାଯାଇଥିଲା। ଏହି ସଂସ୍ଥା ଶୁଆକାଟି ଖଣି ପ୍ରଭାବିତ ଲୋକଙ୍କର ସୁବିଧା ପାଇଁ ୨୦୦୬ରେ ଗଠନ କରାଯାଇଥିଲା। ହେଲେ ଏହାର କିଛି ଅସାଧୁ କର୍ମକର୍ତ୍ତା ଜାଲି ଦସ୍ତାବିଜ ମଧ୍ୟମରେ ବିଭିନ୍ନ କାର୍ଯ୍ୟ ଓ ସଙ୍ଗଠନ ନାଁରେ ବିନା ଟେଣ୍ଡର ଓ ଇଉଟିଲାଇଜେଶନ ସାର୍ଟିଫିକେଟ ବିନା କୋଟି କୋଟି ଟଙ୍କା ହଡ଼ପ କରୁଥିଲେ। ଏପରିକ କୌଣସି ଦେୟ ବା ଖର୍ଚ୍ଚ ସମ୍ବନ୍ଧୀୟ କୌଣସି ଦସ୍ତାବିଜ ଯଥା କ୍ୟାଶ ବହି, ଲେଜର ବହି ଆଦି ନାହିଁ। ଏପରିକି କୋଟି କୋଟି ଟଙ୍କା ବିନା ଚେକ କିମା ଏଫଟି ଆଦିରେ ନଦେଇ ସିଧା ସଳଖ ଟଙ୍କା ଆକାରରେ ଦିଆଯାଉଥିଲା। ତଦନ୍ତ ସମୟରେ ଏଭଳି ତଥ୍ୟ ଖୁଲାସା ହୋଇଛି। ଯାହାକି ଇଓଡବ୍ଲ୍ୟୁକୁ ଆଶ୍ଚର୍ଯ୍ୟ କରିଛି। ଏହି ଅନିୟମିତତା ନେଇ ସଭାପତି କିମ୍ବା ସମ୍ପାଦକ କୌଣସି ସନ୍ତୋଷଜନକ ଉତ୍ତର ଦେଇପାରି ନ ଥିଲେ। ତେଣୁ ଇଓଡବ୍ଲ୍ୟୁ ଏହି ଦୁଇ ଜଣଙ୍କୁ ଗିରଫ କରିବା ସହ ସଂସ୍ଥାର ଅନେକ ଦସ୍ତାବିଜ୍‌ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ ନିଷ୍ପତ୍ତି ଚାଷୀ ସଙ୍ଗଠନ ନେଇ…

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିର ଶ୍ରୀ ଦଧିବାମନ ମନ୍ଦିର ପ୍ରାଙ୍ଗଣରେ ଚାଷୀ ସଙ୍ଗଠନ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ବ୍ଲକ କମିଟି ପକ୍ଷରୁ ଆଲୋଚନା…

Video: ଇନଷ୍ଟାଗ୍ରାମରେ ଭିଡିଓ ଶେୟାର କରି ମୋଦି, କହିଲେ…

ନୂଆଦିଲ୍ଲୀ,୧୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବାଧୀନତା ଦିବସ (ଅଗଷ୍ଟ ୧୫) ସକାଳର ଏକ ବିଶେଷ ମୁହୂର୍ତ୍ତ ସେୟାର କରିଛନ୍ତି। ତାଙ୍କ ଇନଷ୍ଟାଗ୍ରାମରେ ପୋଷ୍ଟ ହୋଇଥିବା ଏକ ଭିଡିଓରେ…

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ବନ୍ୟାଜଳରେ ଅଟକିବାରୁ…

ଦେବଗଡ଼,୧୬ା୮(ଶଶାଙ୍କ ଶେଖର ଝାଙ୍କର): ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ଜଣେ ଗର୍ଭବତୀ ମହିଳାଙ୍କୁ ହଟହଟା ହେବାକୁ ପଡ଼ିଛି। ଦେବଗଡ଼…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…

ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ…

ଶାହରୁଖ ଖାନ, ଅଜୟ ଦେବଗନ, ଟାଇଗର ଶ୍ରଫଙ୍କ ବଢିଲା ସମସ୍ୟା; ‘କାରଣ ଦର୍ଶାଅ’ ନୋଟିସ ଜାରି କଲା FDA

ନୂଆଦିଲ୍ଲୀ,୧୬।୮: ତିନି ପ୍ରମୁଖ ବଲିଉଡ ତାରକା – ଶାହରୁଖ ଖାନ, ଅଜୟ ଦେବଗନ ଏବଂ ଟାଇଗର ଶ୍ରଫଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ‘ବିମଲ…

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ଖୁବଶୀଘ୍ର ଭାରତ ଗସ୍ତ କରିପାରନ୍ତି ବାଂଲାଦେଶୀ ପ୍ରଧାନମନ୍ତ୍ରୀ; ଦିଲ୍ଲୀ-ଢାକା ସମ୍ପର୍କ ପାଇଁ ଏହି ଗସ୍ତ କାହିଁକି ଗୁରୁତ୍ୱପୂର୍ଣ୍ଣ ଜାଣନ୍ତୁ

ଢାକା/ନୂଆଦିଲ୍ଲୀ,୧୬।୮: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ ୨୦ ରୁ ୨୫ ମଧ୍ୟରେ ଭାରତ ଗସ୍ତ କରିପାରନ୍ତି। ‘ଦି ଡେଲି ଷ୍ଟାର’ ସୂତ୍ର ଉଦ୍ଧୃତ କରି ଏହି…

ଅଧିକାରୀଙ୍କ ପାଇଁ ୱାଟରପ୍ରୁଫ୍ ଟେଣ୍ଟ: ଖୋଲା ଆକାଶ ତଳେ ଛାତ୍ରୀଛାତ୍ର

ଜମନକିରା, ୧୬।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଗୋଟିଏ ପଟେ ଜୀବନ-ମରଣ ସହ ସଂଗ୍ରାମ କରୁଥିବା ଅସହାୟ ରୋଗୀ, ଅନ୍ୟପଟେ କାଦୁଅ ପଚପଚ ଡାକ୍ତରଖାନା ପରିସରରେ ସ୍ୱାଧୀନତା ଦିବସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri