ସନ୍ଥବାବାଙ୍କୁ ହତ୍ୟା ଘଟଣା: ଅର୍ଥଲୋଭରେ ମାରିଥିଲେ ଅଭିଯୁକ୍ତ

ଅତାବିରା,୫।୩: ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ରେଙ୍ଗାଲିକ୍ୟାମ୍ପଠାରୁ ପ୍ରାୟ ୫୦୦ ମିଟର ଦୂରରେ ଥିବା ବାଳ ଯୋଗେଶ୍ବରୀ ଆଶ୍ରମରୁ ଜଣେ ସନ୍ଥବାବା ସ୍ବାମୀ ଦାମୋଦର ସଦା ବାବା(୭୫)ଙ୍କୁ ହତ୍ୟା ମାମଲାର ପର୍ଦ୍ଦାଫାଶ ହୋଇଛି । ପୋଲିସ ଏହି ମାମଲାରେ ଜଣେ ଅଭିଯୁକ୍ତ ରେଙ୍ଗାଲିକ୍ୟାମ୍ପ ମାଲିପଡାର ସୁରେନ ପଟେଲ(୨୯)ଙ୍କୁ ଗିରଫ କରିଛି । ଶୁକ୍ରବାର ଅତାବିରା ଥାନା ପରିସରରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ବରଗଡ଼ ଏସ୍‌ଡିପିଓ ଦୀପକ କୁମାର ଗୋଚ୍ଛାୟତ ସୂଚନା ଦେଇ କହିଥିଲେ, ଗିରଫ ଅଭିଯୁକ୍ତ ସୁରେନ ମୃତ ସନ୍ଥବାବାଙ୍କ ସହିତ ପୂର୍ବରୁ ସମ୍ପର୍କ ସ୍ଥାପନ କରି ଆଶ୍ରମକୁ ଯିବା ଆସିବା କରୁଥିଲେ। ତେବେ ତାଙ୍କ ପାଖରେ ଆର୍ଥିକ ସମସ୍ୟା ଦେଖାଯିବାରୁ ଅର୍ଥଲୋଭରେ ସୁରେନ ମୃତ ସନ୍ଥବାବାଙ୍କୁ ହତ୍ୟା କରିଥିବା ନେଇ ପୋଲିସ ଆଗରେ ସ୍ବୀକାର କରିଥିବା ଏସଡିପିଓ ଗୋଚ୍ଛାୟତ ସୂଚନା ଦେଇଛନ୍ତି। ଗିରଫ ଅଭିଯୁକ୍ତଙ୍କ ବିରୋଧରେ ଏକ ହତ୍ୟା ମାମଲା (ନଂ-୫୦/୨୧) ରୁଜୁ ହୋଇଛି। ଖବରଦାତା ସମ୍ମିଳନୀରେ ଅତାବିରା ଥାନା ଆଇଆଇସି ପୁରୁଷୋତ୍ତମ ଭୋଇ ମଧ୍ୟ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ, ଗତମାସ ୨୨ ତାରିଖ ଆଶ୍ରମ ଭିତରୁ ମୃତ ସନ୍ଥଙ୍କ କ୍ଷତ ବିକ୍ଷତ ମୃତଦେହ ଜବତ ହୋଇଥିଲା । ଘଟଣାସ୍ଥଳର ପାରିପାଶର୍‌ବିକ ସ୍ଥିତିରୁ ତାହା ଏକ ହତ୍ୟାକାଣ୍ଡ ବୋଲି ଅନୁମାନ କରାଯାଇଥିଲା। ବରଗଡ଼ ଏସପି ପଦ୍ମିନୀ ସାହୁଙ୍କ ନିର୍ଦ୍ଦେଶକ୍ରମେ ଅତାବିରା ପୋଲିସ ଉପରୋକ୍ତ ମାମଲା ରୁଜୁ କରି ତଦନ୍ତ ଚଳାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଘରେ ପଶି ମୁକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୁକ ଯୁବତୀ(୨୧)ଙ୍କୁ…

ବସ୍‌ ମାଲିକ ସଂଘର ପୂର୍ବତନ ସମ୍ପାଦକଙ୍କ ପରଲୋକ, ଝୁରୁଛନ୍ତି ଅଞ୍ଚଳବାସୀ

ଭଞ୍ଜନଗର,୩୦ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ଘରୋଇ ବସ୍‌ ମାଲିକ ସଂଘ ଭଞ୍ଜନଗରର ପୂର୍ବତନ ସମ୍ପାଦକ ତଥା ବର୍ତ୍ତମାନର ଉପସଭାପତି ସୁବାସ ଚନ୍ଦ୍ର ଦିହୁଡିଙ୍କର ରବିବାର ଅପରାହ୍ନରେ…

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri