କଟକ ବଡ଼ ମେଡିକାଲରୁ ହତ୍ୟା ଅଭିଯୁକ୍ତ ଫେରାର

ରଗଡ଼ି, ୩।୭(ଡି.ଏନ.ଏ.): ଯାଜପୁର ଜିଲା ରଗଡ଼ି ଉପକାରାଗାରରେ ବନ୍ଦୀ ଜୀବନ କାଟୁଥିବା ଜଣେ ବିଚାରାଧୀନ ବନ୍ଦୀ କଟକ ବଡ଼ ମେଡିକାଲରୁ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୦ଟାରେ ଫେରାର ହୋଇଯାଇଥିବା ସୂଚନା ମିଳିଛି। ଫେରାର ଅଭିଯୁକ୍ତ ଜଣକ ହେଲେ କାଳିଆପାଣି ଥାନା ଅଞ୍ଚଳର ଶୁକ୍ରା ମୁଣ୍ଡା। ସେ ୩୦ା୬ା୨୦୨୨ରେ ହଠାତ ଅସୁସ୍ଥ ହେବାରୁ ତାଙ୍କୁ ଚିକିତ୍ସା ନିମନ୍ତେ କଟକ ବଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।
ରଗଡ଼ି ଜେଲ ଅଧୀକ୍ଷକ ପ୍ରକାଶ ଚନ୍ଦ୍ର ରଣାଙ୍କ ସୂଚନା ଅନୁଯାୟୀ, ଶୁକ୍ରା ଗତ ୨ ବର୍ଷ ହେଲା ରଗଡ଼ି ଜେଲରେ ଏକ ହତ୍ୟା ଅଭିଯୁକ୍ତ ଭାବେ ରହି ଆସୁଥିଲେ। ସେ ଯକ୍ଷ୍ମା ରୋଗରେ ଆକ୍ରାନ୍ତ ହୋଇ ଚିିକିତ୍ସାଧୀନ ଥିଲେ। ଶୁକ୍ରବାର ତାଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ କାରାଗାରର ୩ ଜଣ ସୁରକ୍ଷା କର୍ମୀ ଓ ଜଣେ ଫାର୍ମାସିଷ୍ଟଙ୍କ ସହ ତାଙ୍କୁ କଟକ ବଡ ମେଡିକାଲରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରାଯାଇଥିଲା ା କିନ୍ତୁ ଢିଲା ସୁରକ୍ଷା ବଳୟର ସୁଯୋଗ ନେଇ ସେ ମେଡିକାଲ ପରିସରରୁ ଚମ୍ପଟ ମାରିବାକୁ ସକ୍ଷମ ହୋଇଥିଲେ। କଏଦୀ ଜଣଙ୍କ ଫେରାର ହେବା ନେଇ ଉପ କାରାଗାର କର୍ତ୍ତୃପକ୍ଷ କଟକ ମଙ୍ଗଳାବାଗ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଫେରାର ଅଭିଯୁକ୍ତଙ୍କୁ ଧରିବା ପାଇଁ ଥାନା ପୋଲିସ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ବିବାହରେ ଯୋଗ ଦେଇ ଘେରୁଥିଲେ, ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌; ଚାଲିଗଲା ୨ ଜୀବନ, ଡ୍ରାଇଭର…

ଲଇକେରା,୯।୨(ରଞ୍ଜନ କୁମାର ମେହେର): ଝାରସୁଗୁଡା ଜିଲା ଲଇକେରା ବ୍ଳକ ସ୍ଥିତ ଧୂକା ଚୌକଠାରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର ଭାରସାମ୍ୟ ହରାଇ ଗଛକୁ ପିଟିବାରୁ ୨…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ଇଟାଭାଟିରେ ୧୧ରେ ଶିଶୁ ଶ୍ରମିକ, ରାୟଗଡ଼ା ଜିଲା ପ୍ରଶାସନର ତନାଘନା

ରାୟଗଡ଼ା,୯।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବ୍ଲକ ଚାନ୍ଦିଲି ଥାନା ଅର୍ନ୍ତଗତ ଭାକୁରଗୁଡ଼ା ସ୍ଥିତ ଏକ ଇଟାଭାଟିରେ ବେଆଇନ ଭାବେ ଶିଶୁ ଶ୍ରମିକ ନିଯୁକ୍ତି ଅଭିଯୋଗ ସାମ୍ନାକୁ ଆସିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri