ଯୌତୁକ ପାଇଁ ସ୍ତ୍ରୀଙ୍କୁ ହତ୍ୟା ଅଭିଯୋଗ

ଅନୁଗୋଳ ଅଫିସ,୪ା୧୦- ଅନୁଗୋଳ ଜିଲା ବନ୍ତଳା ଥାନା ବ୍ରହ୍ମପୁର ଅଞ୍ଚଳରେ ଯୌତୁକ ପାଇଁ ସ୍ତ୍ରୀଙ୍କୁ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏ ନେଇ ଥାନାରେ ଅଭିଯୋଗ ପରେ ପୋଲିସ ନଂ. ୪୧୪/୨୨ରେ ମାମଲା ରୁଜୁ କରି ମହିଳାଙ୍କ ସ୍ବାମୀ ସୁବ୍ରତ ସାହୁଙ୍କୁ ଗିରଫ କରିଥିବା ଜଣାପଡ଼ିଛି। ଆଇଆଇସି ସୁମିତ୍ରା ପାତ୍ର କହିଛନ୍ତି, ବ୍ରହ୍ମପୁରର ସୁବ୍ରତଙ୍କୁ ସେହି ଅଞ୍ଚଳର ଦୀପ୍ତିମୟୀ ସାହୁ ଗତ ଫେବୃୟାରୀରେ ଅନୁଗୋଳ କୋର୍ଟରେ ବିବାହ କରିଥିଲେ। କିଛିଦିନ ଭଲରେ ସଂସାର ଚାଲିବା ପରେ ସୁବ୍ରତ ଶ୍ୱଶୁର ଘରୁ ୨ ଲକ୍ଷ ଟଙ୍କା ଯୌତୁକ ଆଣିବାକୁ ଜିଦ୍‌ କରିଥିଲେ। କିନ୍ତୁ ଦୀପ୍ତୀମୟୀ ଏହାକୁ ବାରଣ କରିବାକୁ ତାଙ୍କୁ ବିଭିନ୍ନ ସମୟରେ ନିର୍ଯାତନା ଦିଆଯାଉଥିଲା। ଗତ ୩୦ ତାରିଖରେ ଦୀପ୍ତିମୟୀଙ୍କୁ ମାରଧର କରିବା ସହ ସୁବ୍ରତ ବିଷ ପିଆଇ ଦେଇଥିଲେ। ପରେ ତାଙ୍କୁ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ଅବସ୍ଥା ସଙ୍କଟାପନ୍ନ ଥିବାରୁ ଡାକ୍ତର କଟକ ବଡ଼ ମେଡିକାଲକୁ ନେଇଯିବାକୁ ପରାମର୍ଶ ଦେଇଥିଲେ। କିନ୍ତୁ ସ୍ବାମୀ ସୁବ୍ରତ ଅନୁଗୋଳର ଏକ ଘରୋଇ ମେଡିକାଲରେ ଚିକିତ୍ସା କରିଥିଲେ ହେଁ ୨ ତାରିଖରେ ଦୀପ୍ତିମୟୀଙ୍କ ମୃତ୍ୟୁ ହୋଇଯାଇଥିଲା। ଉପଯୁକ୍ତ ଚିକିସତ୍ା ଯୋଗାଇ ନ ଦେବା ସହ ଯୌତୁକ ପାଇଁ ଦୀପ୍ତିମୟୀଙ୍କୁ ତାଙ୍କ ସ୍ବାମୀ ବିଷ ପିଆଇ ମାରିଦେଇଥିବା ମହିଳାଙ୍କ ଭାଇ ଜିତେନ୍ଦ୍ର ସାହୁ ଥାନାରେ ଲିଖିତ ଅଭିଯୋଗ କରିଥିବା ପୋଲିସ ପ୍ରକାଶ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ସେବାରେ ସମର୍ପଣ ମନୋଭାବ ରଖିବାକୁ ଆହ୍ବାନ’

ବରଗଡ଼,୧୨।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ମାହେଶ୍ୱରୀ ନର୍ସିଂ କଲେଜର ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇ ଯାଇଛି । ଆନ୍ତର୍ଜାତୀୟ ନର୍ସିଂ ଦିବସ ଅବସରରେ ସ୍ଥାନୀୟ ବିଜୁ ପଟ୍ଟନାୟକ…

କାମ ସାରି ଫେରୁଥିଲେ, ବାଇକ୍‌ରୁ ଖସି ପଡ଼ି ଚାଲିଗଲା ମହିଳାଙ୍କ ଜୀବନ

କୋକସରା,୧୨।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନଂ ଜାତୀୟ ରାଜପଥର କୋକସରା ଥାନା ମୋଟେର ପେଟ୍ରୋଲ ପମ୍ପ ନିକଟରେ ବାଇକରୁ ଖସିପଡ଼ି ଜଣେ ମହିଳାଙ୍କ ମୃତ୍ୟୁ ହୋଇଯାଇଛି। ମୃତ…

ଇନଷ୍ଟାଗ୍ରାମ୍‌ରେ ଖୁଲମ୍‌ ଖୁଲା ମନର କଥା କହିଦେଲେ ତ୍ରିଶା! ବିଜୟଙ୍କୁ ନେଇ କହିଦେଲେ…

ଦକ୍ଷିଣ ଭାରତୀୟ ସିନେମା ଜଗତର ଦୁଇଟି ବଡ଼ ନାଁ ଥାଲାପଥି ବିଜୟ ଏବଂ ତ୍ରିଷା କୃଷ୍ଣନ୍। କେତେବେଳେ ସେମାନଙ୍କ ଅନସ୍କ୍ରିନ୍ କେମିଷ୍ଟ୍ରି ତ କେତେବେଳେ ଅଫସ୍କ୍ରିନ୍ ଆଫେୟାର୍,…

ଆମପାଣିଠାରେ ଅବକାରୀ ପୋଲିସର ଚଢ଼ାଉ: ୧୮ ଲିଟର ଦେଶୀ ହାତରନ୍ଧା ମଦ, ଜଣେ ଗିରଫ

କୋକସରା,୧୨।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଅବକାରୀ ଥାନା ଓଆଇସି ଗୁପ୍ତେଶ୍ୱର ପୁଟେଲଙ୍କ ନେତୃତ୍ୱରେ ମଙ୍ଗଳବାର ଆମପାଣିଠାରେ ଚଢ଼ାଉ କରି ଜଣକୁ ଗିରଫ କରାଯାଇଛି। ଗିରଫ…

କଳାହାଣ୍ଡି ଜିଲା ଗସ୍ତରେ ସୂଚନା ଓ ଲୋକସମ୍ପର୍କ ବିଭାଗ ଦକ୍ଷିଣାଞ୍ଚଳ ଉପନିର୍ଦ୍ଦେଶକ

ଭବାନୀପାଟଣା, ୧୨।୫(ଉତ୍ତମ କୁମାର ଦାଶ): ସୂଚନା ଓ ଲୋକସମ୍ପର୍କ ବିଭାଗ ଦକ୍ଷିଣାଞ୍ଚଳ ଉପନିର୍ଦ୍ଦେଶକ ବସନ୍ତ କୁମାର ପ୍ରଧାନ ମଙ୍ଗଳବାର କଳାହାଣ୍ଡି ଜିଲା ଗସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମର…

ବାଂଲାଦେଶର ଐତିହାସିକ ବିଜୟ

ଢାକା,୧୨ା୫: ଅଧିନାୟକ ନଜମୁଲ ହୋସେନ ଶାଣ୍ଟୋଙ୍କ ଶତକ ପରେ ମେହିଦି ହାସନ ମିରାଜ ଓ ନାହିଦ ରାଣାଙ୍କ ୫ ଉଇକେଟ ସଫଳତା ବଳରେ ପାକିସ୍ତାନ ବିପକ୍ଷରେ ଖେଳାଯାଇଥିବା…

ସରକାର ହେଉ ହେଉ ଥାଲାପଥି ବିଜୟଙ୍କୁ ଝଟ୍‌କା! ସୁପ୍ରିମକୋର୍ଟ ପହଞ୍ଚିଲା…

ଚେନ୍ନାଇ,୧୨।୫: ଟିଭିକେ ବିଧାୟକ ଆର. ଶ୍ରୀନିବାସ ସେତୁପତି ମାଡ୍ରାସ ହାଇକୋର୍ଟଙ୍କ କୌଣସି ଫ୍ଲୋର ଟେଷ୍ଟରେ ଭୋଟ ଦେବାରୁ ବାରଣ କରିବା ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ଏକ…

ଥାଇଲାଣ୍ଡ ଓପନ: ସାତ୍ତ୍ୱିକ-ଚିରାଗ ଯୋଡ଼ି ଜିତିଲେ

ବ୍ୟାଙ୍କକ୍‌, ୧୨ା୫: ଟପ୍‌ ସିଡ୍‌ ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ଯୋଡ଼ି ଥାଇଲାଣ୍ଡ ଓପନ ସୁପର ୫୦୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ପ୍ରଥମ ରାଉଣ୍ଡରେ ବିଜୟ ଲାଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri