ବାପାଙ୍କୁ ହତ୍ୟା ଅଭିଯୋଗ: ପୁଅ ଅଟକ

ସମ୍ବଲପୁର,୭ା୧(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ଥାନା ବାସୁପାଲି ଗ୍ରାମରେ ଶୁକ୍ରବାର ପୁଷ୍ପପୁନି ଦିନରେ ଏକ ଅଭାବନୀୟ ଘଟଣା ଘଟିଛି। ବାପାଙ୍କୁ ହତ୍ୟା ଅଭିଯୋଗରେ ପୋଲିସ ତାଙ୍କ ପୁଅଙ୍କୁ ଥାନାରେ ଅଟକ ରଖି ପଚରାଉଚୁରା ଚଳାଇଛି। ହତ୍ୟାର ଶିକାର ହୋଇଥିବା ବ୍ୟକ୍ତି ହେଲେ ବିଷ୍ଣୁ ସୁନା (୬୨)। ପୋଲିସ ଘରଭିତରୁ ମୃତଦେହ ସହ ରକ୍ତଲଗା ଠେଙ୍ଗା ଓ ଅନ୍ୟ ସାମଗ୍ରୀ ଜବତ କରିଛି। ଏ ନେଇ ଥାନାରେ ହତ୍ୟା ମାମଲା (ନଂ.୩/୨୩) ରୁଜୁ ହୋଇଥିବା ଥାନା ଅଧିକାରୀ ରାଜକୁମାର ବିଶ୍ୱାଳ କହିଛନ୍ତି। ସେ ଆହୁରି କହିଛନ୍ତି, ବିଷ୍ଣୁଙ୍କ ସ୍ତ୍ରୀ କିଶୋରୀ ପାରିବାରିକ କାମରେ ସହରରେ ଥିବା ନିଜ ଝିଅଘରକୁ ଯାଇଥିଲେ। ମଧ୍ୟାହ୍ନ ପ୍ରାୟ ୧୨ଟା ସମୟରେ ସେ ଘରକୁ ଫେରିବା ବେଳକୁ ବିଷ୍ଣୁଙ୍କ ମୃତଦେହ ପଡିଥିବା ଦେଖିଥିଲେ। ସେ ସମୟରେ ପୁଅ ଅକ୍ଷୟ ମଧ୍ୟ ଘରେ ଅନୁପସ୍ଥିତ ରହିଥିଲେ। ଏହା ଜାଣିବା ପରେ ପଡୋଶୀ ପୋଲିସକୁ ଖବର ଦେଇଥିଲେ। ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା। ପ୍ରାଥମିକ ତଦନ୍ତରୁ ଏହା ହତ୍ୟା ବୋଲି ଜଣାପଡିଥିଲା। ରାତିରେ ବାପାପୁଅ ଘରେ ଏକାଠି ରହିଥିଲେ। କୌଣସି କଥାକୁ ନେଇ ଉଭୟଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ଅକ୍ଷୟ ଠେଙ୍ଗାରେ ବିଷ୍ଣୁଙ୍କୁ ଆକ୍ରମଣ କରିଥିଲେ। ଏଥିରେ ବିଷ୍ଣୁଙ୍କ ମୃତ୍ୟୁ ହୋଇଥିବା ଜାଣିବା ପରେ ମଧ୍ୟ କେହି ଯେପରି ସନ୍ଦେହ ନ କରିବେ ସେଥିପାଇଁ ସେ ଘରଛାଡି ଯାଇ ନ ଥିଲେ। ଓଲଟା ପୋଲିସ ପାଖକୁ ଆସି ବୟାନ ଦେଇଥିଲେ। ପାରିପାର୍ଶ୍ୱିକ ସ୍ଥିତିି ଓ ବିଭିନ୍ନ ବ୍ୟକ୍ତି ବିଶେଷଙ୍କଠାରୁ ବୟାନ ନେବା ପରେ ହତ୍ୟାକାଣ୍ଡରେ ଅକ୍ଷୟଙ୍କ ସମ୍ପୃକ୍ତି ଥିବା ସ୍ପଷ୍ଟ ହୋଇଛି। ଏବେ ମଧ୍ୟ ଅଧିକ ପ୍ରମାଣ ସଂଗ୍ରହ କରାଯାଉଛି ବୋଲି ଥାନା ଅଧିକାରୀ ବିଶ୍ୱାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri