ଯୌତୁକ ପାଇଁ ମହିଳାଙ୍କୁ ହତ୍ୟା ଅଭିଯୋଗ

ନିମାପଡ଼ା, ୨।୧୦(ଡି.ଏନ୍‌.ଏ.): ଚାରିଛକ ଫାଣ୍ଡି ଅନ୍ତର୍ଗତ ତୁଳସୀପୁର ପଞ୍ଚାୟତ ବେଲପଡ଼ା ଗ୍ରାମର ମମତା ସାହୁଙ୍କ ଗୁରୁବାର ରାତିରେ ମୃତ୍ୟୁ ଘଟିଛି। ତେବେ ମମତାଙ୍କ ବାପଘର ଲୋକେ ଏହି କଥା ଜାଣିବା ପରେ ଝିଅକୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା ନେଇ ଶୁକ୍ରବାର ମୃତାଙ୍କ ବାପା ରଘୁନାଥ ନାୟକ ନିମାପଡ଼ା ଥାନାରେ ଅଭିଯୋଗ କରିଛନ୍ତି। ଖବରପାଇ ଥାନା ଆଇଆଇସି ଶଙ୍କର୍ଷଣ ଦଳେଇ, ଏସ୍‌ଆଇ ପି.କେ.ଜୁଝାର ସିଂ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚତ୍ ମହିଳାଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଚାରିଛକ ଡାକ୍ତରଖାନାକୁ ପଠାଇଛି। ଅଭିଯୋଗକ୍ରମେ ପୋଲିସ ମୃତାଙ୍କ ସ୍ବାମୀ, ଶାଶୁ, ନଣନ୍ଦ, ନଣଦେଇଙ୍କ ବିରୋଧରେ ଦଫା ନଂ. ୪୯୮(ଏ), ୨୯୪, ୩୦୨, ୫୦୬, ୩୪ରେ ଏକ ମାମଲା (ନଂ.୩୪୪/୨୧) ରୁଜୁ କରି ଘଟଣାର ତଦନ୍ତ ଚଳାଇଛି। ଅନ୍ୟପଟେ ମୃତାଙ୍କ ସ୍ବାମୀ, ଦିଅରଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଥିତ୍ବାବେଳେ ଅନ୍ୟମାନେ ଫେରାର ଅଛନ୍ତି। ପୁରୀରୁ ସାଇଣ୍ଟଫିକ ଅଫିସର ଏସ.ସରନ୍ୟା ଓ ତାଙ୍କ ଟିମ୍‌ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଚଳାଇଛି। ସୂଚନାଯୋଗ୍ୟ, ଚନ୍ଦନପୁର ଥାନା ଦୋଳଗୋବିନ୍ଦପୁରର ମମତାଙ୍କୁ ୧୦ବର୍ଷ ତଳେ ବେଲପଡ଼ାର ସୁକାନ୍ତ ବିବାହ କରିଥିଲେ। ବିବାହର କିଛିବର୍ଷ ପରେ ଅଧିକ ଯୌତୁକ ଆଣିବା ଦାବିରେ ମମତାଙ୍କୁ ଶାଶୁଘର ଲୋକେ ମାନସିକ ଓ ଶାରୀରିକ ନିର୍ଯାତନା ଦେଇ ଆସୁଥିବା ମୃତାଙ୍କ ବାପା ରଘୁନାଥ ଅଭିଯୋଗରେ ଦର୍ଶାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?