ନାବାଳିକାଙ୍କୁ ବଳାତ୍କାରଭିଯୋଗ, ଯୁବକ ଗିରଫ

ପାରଳାଖେମୁଣ୍ଡି,୨।୫(ଡି.ଏନ୍‌.ଏ): ଗଜପତି ଜିଲା ଆର୍‌.ଉଦୟଗିରି ଥାନା ଅନ୍ତର୍ଗତ ଜଣେ ନାବାଳିକାଙ୍କୁ ବଳପୂର୍ବକ ଜଣେ ଯୁବକ ଜଙ୍ଗଲକୁ ଟାଣି ନେଇ ବଳାତ୍କାର କରିଥିବା ସୋମବାର ଅଭିଯୋଗ ହୋଇଥିଲା। ଆର୍‌.ଉଦୟଗିରି ପୋଲିସ ନଂ ୪୯/୨୩ରେ ମାମଲା ରୁଜୁ କରି ଉକ୍ତ ଯୁବକଙ୍କୁ ଗିରଫ କରିଛି। ସୋମବାର ପୀଡ଼ିତାଙ୍କ ମା’ ମଝିଆ ଝିଅଙ୍କୁ ଧରି କାଜୁ ଫଳ ବିକ୍ରି କରିବା ନିମନ୍ତେ ଛେଳିଗଡ ବଜାରକୁ ଯାଇଥିଲେ। ଘରେ ବଡଝିଅ ଓ ସାନଝିଅ ଥିଲେ। ତେବେ ୧୦ଟା ବେଳେ ଘରକୁ ଫେରି ବଡଝିଅ କାନ୍ଦୁଥିବା ଦେଖି ପଚରାଉଚରା କରିଥିଲେ। ଅଭିଯୁକ୍ତ ଜଣକ ବଳପୂର୍ବକ ଘରର ବାଡିପଟେ ଥିବା ଜଙ୍ଗଲକୁ ନେଇ ବଳାତ୍କାର କରିଥିବା କହିଥିଲେ। ଘଟଣା ପ୍ରଘଟ କଲେ ଜୀବନରୁ ମାରିଦେବାକୁ ଧମକ ଦେଇଥିଲେ। ଏ ନେଇ ପୀଡ଼ିତାଙ୍କ ମା’ ଆର୍‌.ଉଦୟଗିରି ଥାନାରେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

ପରକୀୟା ପ୍ରୀତିକୁ କେନ୍ଦ୍ରକରି ଯୁବକଙ୍କୁ ହତ୍ୟା ଉଦ୍ୟମ: କାତି ଜବତ, ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୧୬|୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଉଡ଼ିଆ ଗ୍ରାମରେ ପରକୀୟା ପ୍ରୀତିକୁ କେନ୍ଦ୍ରକରି ଶୁକ୍ରବାର ସନ୍ଧ୍ୟାରେ ଗ୍ରାମର ବଳରାମ ପ୍ରଧାନ(୨୬)ଙ୍କ ବେକକୁ କାତିରେ ଚୋଟ…

ଚେକ୍‌ ଡ୍ୟାମ୍‌ ନିର୍ମାଣକୁ ଚାଷୀଙ୍କ ବିରୋଧ

ଲାଠୋର,୧୬।୫(ଭୁବନେଶର ବାରିକ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଟଙ୍କପାଣି ପଞ୍ଚାୟତ ପତ୍ରାପାଲି ଗ୍ରାମ ଏବଂ ବରଗଡ଼ ଜିଲା ପାଇକମାଲ ବ୍ଲକ ଝାରବନ୍ଧ ପଞ୍ଚାୟତ ମେନକାମୁଣ୍ଡା ଗ୍ରାମର ଚାଷୀମାନେ…

ଚିତା ବାଘ ଛାଲ, ଅଫୁଟା ବୋମା,ଅସ୍ତ୍ରଶସ୍ତ୍ର ଜବତ: ତିନି ଗିରଫ

ପାତ୍ରପୁର, ୧୬।୫ (ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅଞ୍ଚଳରେ ପୋଲିସ ଚଢ଼ାଉ କରି ଚିତା ବାଘ ଛାଲ ସହ ଅଫୁଟା ବୋମା ଓ…

ବାହାଘରକୁ ହୋଇଥିଲା ବର୍ଷେ ଟ୍ରାକ୍ଟର ଚକା ତଳେ ଗଲା ଯୁବକଙ୍କ ଜୀବନ: ବାହୁନି ବାହୁନି କାନ୍ଦୁଛି …

ଚାନ୍ଦବାଲି, ୧୬/୦୫ (ଅଶୋକ ପଣ୍ଡା/କିଷାନ )ପାତ୍ର: ସାବିତ୍ରୀ ବ୍ରତ ଦିନ ଟ୍ରାକ୍ଟର ଚକା ତଳେ ଗଲା ଯୁବକଙ୍କ ଜୀବନ ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲା…

ଭବାନୀପାଟଣାରେ କାଳବୈଶାଖୀ କୁଆପଥର ବର୍ଷା,କାର ଉପରେ ପଡ଼ିଲା ଗଛ

ଭବାନୀପାଟଣା,୧୬।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଶନିବାର ଅପରାହ୍ନରେ କାଳବୈଶାଖୀ ହୋଇଥିଲା। ଏହାର ପ୍ରଭାବରେ ଜୋରରେ ପବନ ବୋହିବା ସହ କୁଆପଥର ବର୍ଷା ହୋଇଥିଲା। ପଵନ…

କ୍ରିକେଟ ଖେଳୁଥିବା ବେଳେ ଯୁବକଙ୍କ ଉପରେ ହେଲା ବଜ୍ରପାତ: ଟଳିପଡ଼ିଲେ…

ମୋହନା,୧୬।୫(ମନ୍ମଥ ମିଶ୍ର ):  ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବାଘମାରି ପଞ୍ଚାୟତ ଶୁଲୁବା ଗାଁ ରେ ଅଘଟଣ ଘଟିଛି।  ଗାଁ ନିକଟସ୍ଥ ଏକ ପଡିଆରେ ବୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri