ନାବାଳିକା ଭଉଣୀଙ୍କୁ ବଳାତ୍କାର କରି ଅଭିଯୁକ୍ତ ଫେରାର

କୁଜଙ୍ଗ, ୧୭।୧୦ (ମନୋଜ ପ୍ରଧାନ): ଜଗତ୍‌ସିଂହପୁର ଜିଲା କୁଜଙ୍ଗ ଥାନା ଅଞ୍ଚଳରେ ସମ୍ପର୍କୀୟା ଭଉଣୀଙ୍କୁ ବଳାତ୍କାର କରି ଅଭିଯୁକ୍ତ ଫେରାର ହୋଇଯାଇଛନ୍ତି। ଏନେଇ ପୀଡ଼ିତାଙ୍କ ମା’ ବୁଧବାର ଥାନାରେ ଅଭିଯୋଗ କରିବା ପରେ ଗୁରୁବାର ପୋଲିସ ମାମଲା (ନଂ. ୩୭୮/୨୫ ) ରୁଜୁ କରି ତଦନ୍ତ ଜାରି ରଖିଛି। ଅଭିଯୋଗ ଅନୁଯାୟୀ, ସମ୍ପୃକ୍ତା ନାବାଳିକା ଦଶମ ଶ୍ରେଣୀର ଛାତ୍ରୀ। ୧୪ ତାରିଖ ରାତି ପ୍ରାୟ ୮ଟାରେ ପୀଡ଼ିତାଙ୍କ ବଡ଼ବାପାଙ୍କ ପୁଅ ତଥା ଅଭିଯୁକ୍ତ ସାରଦା ପ୍ରସାଦ ମଲ୍ଲ(୨୫) ନାବାଳିକା ଭଉଣୀଙ୍କୁ ଜୋର ଜବରଦସ୍ତ ଘରୁ ଟାଣି ନେଇ ବାରିପଟେ ଥିବା କଦଳୀ ବଣ ନିକଟରେ ବଳାତ୍କାର କରିଥିଲେ। ଗୋଟିଏ ଦିନ ବିଳମ୍ବରେ ଥାନାରେ ଅଭିଯୋଗ ହେବାରୁ ସାରଦା ଫେରାର ହେବାକୁ ସୁଯୋଗ ପାଇଗଲେ। ତାଙ୍କୁ ଧରିବାକୁ ପୋଲିସ ଉଦ୍ୟମ ଜାରି ରଖିଛି ବୋଲି ସବ୍‌ଇନ୍ସପେକ୍ଟର ରଶ୍ମି ରଞ୍ଜନ ସାହୁ କହିଛନ୍ତି। ଅଭିଯୁକ୍ତ ସାରଦା ବିବାହିତ ହୋଇଥିବାବେଳେ ତାଙ୍କର ଗୋଟିଏ ପୁତ୍ର ସନ୍ତାନ ଥିବା ଜଣାପଡ଼ିଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

NASAରୁ ଅବସର ନେଲେ ସୁନିତା ୱିଲିୟମ୍ସ: ୨୭ ବର୍ଷ ସେବା, ମହାକାଶରେ ୬୦୮ ଦିନ…ଜାଣନ୍ତୁ ତାଙ୍କ ରେକର୍ଡ

ଓ୍ବାଶିଂଟନ୍‌,୨୧।୧: ଭାରତରେ ଜନ୍ମିତ ମହାକାଶଚାରୀ ସୁନିତା ୱିଲିୟମ୍ସ NASAରୁ ଅବସର ନେଇଛନ୍ତି। ସେ NASAରେ ୨୭ ବର୍ଷ କାମ କରିବା ପରେ ଅବସର ନେଇଛନ୍ତି। NASA...

ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ

ପୁରୀ,୨୧।୧: ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ। ସୋଲ, କଦଳୀ ପାଟୁକା ଓ ଜମୱୁରାରେ କରାଯିବ ଏହି ବେଶ। ଆପାଦ ମସ୍ତକ ପଦ୍ମରେ ସଜ୍ଜିତ ହେବେ ଚତୁର୍ଦ୍ଧାମୂର୍ତ୍ତି।...

ଭାରତ ଉପରେ ଲାଗିବ ନାହିଁ ୫୦୦% ଟାରିଫ୍‌, ଟାର୍ଗେଟ୍‌ରେ ଏବେ ଏହି ଦେଶ, ବଡ଼ ଖୁଲାସା କଲେ…

ଓ୍ବାଶିଂଟନ୍‌,୨୧।୧: ଆମେରିକାର ଟ୍ରେଜେରୀ ସଚିବ ସ୍କଟ ବେସାଣ୍ଟ କହିଛନ୍ତି ଯେ ରୁଷୀୟ ତୈଳ କିଣୁଥିବା ଦେଶଗୁଡ଼ିକ ଉପରେ ୫୦୦% ଟାରିଫ୍‌ ଲାଗୁ କରିବା ପାଇଁ ରାଷ୍ଟ୍ରପତି...

ସାମ୍ରାଜ୍ୟବାଦର ନଗ୍ନ ରୂପ

ଶୀତଳ ଯୁଦ୍ଧର ଅବସାନ ପରେ ସାମ୍ରାଜ୍ୟବାଦୀ ଆମେରିକାର ଔଦ୍ଧତ୍ୟ ଯେ ବହୁଗୁଣା ବଢ଼ିଯାଇଛି, ଏଥିରେ କେହି ଦ୍ୱିମତ ହେବେ ନାହିଁ। କେତେକ ରାଷ୍ଟ୍ରରେ ସାମରିକ ଶକ୍ତି...

ଆପଣା ପଣରେ ନାରୀ

ରାଜା ବ୍ରାହ୍ମଣମାନଙ୍କୁ ପୁଚ୍ଛାକଲେ, ‘ଯେଉଁ ଫଳ ଉପୁଜାଇ ସେ ଫଳ ଖାଇ କି ନ ଖାଇ’। ତହିଁକି ବ୍ରାହ୍ମଣ ବୋଇଲେ ଯେ ଯେଉଁ ଫଳ ଉପୁଜାଇ...

ପ୍ରାଥମିକ ଶିକ୍ଷା: ଖାଲିପଡ଼ିଛି ୧୬,୯୭୩ ଶିକ୍ଷକ ପଦବୀ

ଭୁବନେଶ୍ୱର,୨୧ା୧ (ସୁଚିସ୍ମିତା ସାହୁ):ରାଜ୍ୟରେ ପ୍ରାଥମିକ ଶିକ୍ଷାକୁ ସାର୍ବଜନୀନ ଓ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଦିଆଯାଉଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ...

ପୁଣି ଥର୍‌ ଆତଙ୍କ: ଆସିଲା ବୁଲେଟ୍‌କୁ ପିଟିଲା , ଜଣେ ମୃତ…

ଭୁବନେଶ୍ୱର,୨୧।୧: ରାଜଧାନୀରେ ପୁଣି ଥର୍‌ ଆତଙ୍କ। ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ସାମ୍ନାରେ ବୁଲେଟ୍‌କୁ ଧକ୍କା ଦେଇଛି ଥର୍‌। ଘଟଣାସ୍ଥଳରେ ଜଣେ ମୃତ, ୨ ଜଣ ଗୁରୁତର...

ତାମିଲନାଡୁ ବିଧାନସଭାରୁ ରାଜ୍ୟପାଳଙ୍କ କକ୍ଷତ୍ୟାଗ

ଚେନ୍ନାଇ,୨୧ା୧: ତାମିଲନାଡୁ ରାଜ୍ୟପାଳ ଆର୍‌.ଏନ୍‌. ରବି ମଙ୍ଗଳବାର ରାଜ୍ୟ ବିଧାନସଭାରେ ଉଦ୍‌ବୋଧନ ନ ଦେଇ ଚାଲିଯାଇଛନ୍ତି। ବିନା ଭାଷଣରେ କକ୍ଷତ୍ୟାଗ କରିବା ରାଜ୍ୟପାଳ ରବିଙ୍କ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri