ପୋଲିସକୁ ଚକ୍‌ମା ଦେଇ ଚମ୍ପଟ ମାରିଲେ ବଳାତ୍କାର ଅଭିଯୁକ୍ତ

ବଡ଼ବିଲ,୨୯ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଞ୍ଚଳରେ ଏକ ବଳାତ୍କାର ଘଟଣାରେ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ଡାକ୍ତରୀ ମାଇନା ନିମନ୍ତେ ନେଇଥିଲା ବେଳେ ପୋଲିସକୁ ଚକମା ଦେଇ ଅଭିଯୁକ୍ତ ଜଣକ ଚମ୍ପଟ ମାରିଥିବା ଜଣାପଡ଼ିଛି। ଚମ୍ପଟ ମାରିଥିବା ଅଭିଯୁକ୍ତ ଜଣକ ହେଲେ ବଡ଼ବିଲ ଥାନା କାଶିଆ (କ) ଗ୍ରାମର ଜୁନୁନ ସିଧୁ।
ସୂଚନା ଅନୁଯାୟୀ, ଗତ ଶୁକ୍ରବାର ପୋଲିସ ବଡ଼ବିଲ ଥାନା କେସ୍‌ ନଂ ୬୮/୨୩ରେ ରୁଜୁ ହୋଇଥିବା ଏକ ବଳାତ୍କାର କେସ୍‌ରେ ସଂପୃକ୍ତ ଜୁନୁନଙ୍କୁ ଗିରଫ କରିଥିଲା। ଅଭିଯୁକ୍ତଙ୍କ ଡାକ୍ତରୀମାଇନା ନିମନ୍ତେ ୩ ଜଣ ପୋଲିସ କନଷ୍ଟେବଳ ବଡ଼ବିଲ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ଡାକ୍ତରୀମାଇନା ମଧ୍ୟ ସରିଥିଲା, ହେଲେ ଠିକ୍‌ ଏତିକିବେଳେ ସୁଯୋଗ ଦେଖି ଅଭିଯୁକ୍ତ ଜୁନୁନ ୩ ପୋଲିସଙ୍କୁ ଚକ୍‌ମା ଦେଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ପାଚେରି ଡେଇଁ ଚମ୍ପଟ ମାରିଥିଲେ। ପୋଲିସ କର୍ମଚାରୀମାନେ ଅଭିଯୁକ୍ତଙ୍କ ପିଛା କରିଥିଲେ ହେଁ ଆଖିପିଛୁଳାକେ ଅଭିଯୁକ୍ତ ଜୁନୁନ ଖସିଯିବାରେ ସକ୍ଷମ ହୋଇଥିଲେ। ଜୁନୁନଙ୍କୁ ଧରିବାରେ ବିଫଳ ହୋଇ ପୋଲିସ କର୍ମଚାରୀ ଥାନାକୁ ସୂଚନା ଦେଇଥିଲେ। ତେବେ ୩ କନଷ୍ଟେବଳଙ୍କ ସୁରକ୍ଷା ବଳୟ ଭିତରୁ ଜଣେ ଅପରାଧୀ କିଭଳି ଚମ୍ପଟ ମାରିଲେ, ସେ ନେଇ ସନ୍ଦେହ ପ୍ରକାଶ ପାଇଛି। ଏପଟେ ଅଭିଯୁକ୍ତ ଚମ୍ପଟ ମାରିବା ନେଇ ଖବର ପାଇ ପୋଲିସର ଏକାଧିକ ଟିମ୍‌ ବିଭିନ୍ନ ଅଞ୍ଚଳରେ ଖାନ୍‌ତଲାସି ଜାରି ରଖିଥିଲେ ହେଁ ଅଭିଯୁକ୍ତଙ୍କର କୌଣସି ସୁରାକ ପାଇପାରିନାହିଁ। ଏ ନେଇ ବଡ଼ବିଲ ଥାନା ଭାରପ୍ରାପ୍ତ ଅଧିକାରୀ ପ୍ରମୋଦିନୀ ସାହୁଙ୍କୁ ପଚାରିବାରୁ ସେ କହିଛନ୍ତି, ଅଭିଯୁକ୍ତଙ୍କ ଚମ୍ପଟ ହେବା ନେଇ ବଡ଼ବିଲ ଥାନା କେସ୍‌ ନଂ ୧୨୮/୨୩ରେ ଏକ ମାମଲା ରୁଜୁ ହୋଇଛି, ଅଭିଯୁକ୍ତଙ୍କୁ ଧରିବା ପାଇଁ ଚଢ଼ାଉ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାତୁଲୀ ୟୁଥ୍ କ୍ଲବ୍ କ୍ରିକେଟ ଟୁର୍ନାମେଣ୍ଟ: ସେମିଫାଇନାଲରେ ଅଙ୍ଗାରଗାଁର ଦମଦାର ବିଜୟ, ଫାଇନାଲରେ…

ଗଞ୍ଜାମ,୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସନ୍ତୋଷପୁର ପଞ୍ଚାୟତ ଅଧୀନସ୍ଥ ସାତୁଲୀ ୟୁଥ୍ କ୍ଲବ୍ ଆନୁକୂଲ୍ୟରେ ଚାଲିଥିବା କ୍ରିକେଟ ଟୁର୍ନାମେଣ୍ଟର ଶୁକ୍ରବାର ଦିନ ସେମିଫାଇନାଲ ମ୍ୟାଚ୍ ଅନୁଷ୍ଠିତ ହୋଇଯାଇଛି।…

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ସମଣା ଘାଟରୁ ଉଠୁନି ଗୋଟେ ମୁଠା ବାଲି; ତଥାପି ପୋଲିସ,ପ୍ରଶାସନ, ମୁଖ୍ୟମନ୍ତ୍ରୀଙ୍କୁ ମିଛ ଟାର୍ଗେଟ: ପ୍ରତିବାଦରେ ଗର୍ଜିଲେ…

ହାଟଡିହୀ,୧୦।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ସମଣା ବାଲିଘାଟକୁ ନେଇ ଚାଲିଥିବା ଇଚ୍ଛାକୃତ ଅପପ୍ରଚାର ଓ ଷଡ଼ଯନ୍ତ୍ର ବିରୋଧରେ ଗ୍ରାମବାସୀ ସ୍ୱର ଉତ୍ତୋଳନ କରିଛନ୍ତି।…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ: ଦ୍ୱିପ୍ରହରରେ ଗାଡ଼ି ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା ଲୁଟ

ଛତ୍ରପୁର, ୧୦।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ ଦ୍ୱିପ୍ରହରରେ ଏକ ଦୁଃସାହସିକ ଲୁଟ୍ ଘଟଣା ଘଟିଛି। ଦୁର୍ବୃତ୍ତମାନେ…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଇନ୍ଦ୍ରାବତୀରୁ ଖରିଫ ପାଇଁ ଜଳ ସେଚନର ଶୁଭାରମ୍ଭ

ଜୟପାଟଣା,୧୦।୭(ଓମ ପ୍ରକାଶ ବୈଠାରୁ): ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ମଙ୍ଗଳପୁର ବ୍ୟାରେଜରୁ ଶୁକ୍ରବାର ସକାଳରୁ ଚଳିତ ପାଇଁ ଖରିଫ ଜଳ ସେଚନ ର ଶୁଭାରମ୍ଭ ହୋଇ ଯାଇଛି।ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri