ମାହାଙ୍ଗା ଗଣହତ୍ୟାର ଡେମୋ ଦେଖାଇଲେ ଅଭିଯୁକ୍ତ

ନିଶ୍ଚିନ୍ତକୋଇଲି/ମାହାଙ୍ଗା,୧୫।୪(ସ୍ବ.ପ୍ର.) : କଟକ ଜିଲା ମାହାଙ୍ଗା ଥାନା କୁସୁପୁର ଗ୍ରାମରେ ସମ୍ପତ୍ତି ବିବାଦରୁ ବଡ଼ ଭାଇଙ୍କ ପରିବାରର ସମସ୍ତ ୫ଜଣଙ୍କୁ ହତ୍ୟା କରିବା ଘଟଣାର ଅଭିଯୁକ୍ତ ତଥା ସାନଭାଇ ଶିବ ପ୍ରସାଦ ସାହୁଙ୍କୁ ମାହାଙ୍ଗା ପୋଲିସ ଗୁରୁବାର ୩ ଦିନିଆ ରିମାଣ୍ଡରେ ନେଇଥିଲା। ରିମାଣ୍ଡର ଶୁକ୍ରବାର ଦ୍ୱିତୀୟ ପ୍ରଥମ ଦିନରେ ପୋଲିସ କଡା ସୁରକ୍ଷା ମଧ୍ୟରେ ଅଭିଯୁକ୍ତ ଶିବଙ୍କୁ କୁସୁପୁର ଗାଁକୁ ଆଣି ସିନ୍‌ ରିକ୍ରିଏଶନ କରାଇଛି। ସିନ ରିକ୍ରେସନ ବେଳେ ଅଭିଯୁକ୍ତ କିପରି ବଡ଼ ଭାଇଙ୍କ ପରିବାର ସମସ୍ତଙ୍କୁ ହତ୍ୟା କରିଥିଲେ ତାହାର ଡେମୋ ଦେଖାଇଥିଲେ। ଅନ୍ୟପକ୍ଷେ ପୋଲିସ ଘଟଣାସ୍ଥଳରୁ କିଛି ମାରାଣାସ୍ତ୍ର ଜବତ କରିଛି। ଘଟଣାସ୍ଥଳରେ ଏସ୍‌ଡିପିଓ ଏବଂ ମାହାଙ୍ଗା ଥାନା ଅଧିକାରୀ ଉପସ୍ଥିତ ଥିଲେ। ଅନ୍ୟପକ୍ଷେ ଶିବଙ୍କ ଦେହ ଅସୁସ୍ଥ ଥିବାରୁ ପ୍ରଥମ ଦିନରେ ସିନ୍‌ ରିକ୍ରିଏଶନ କରାଯାଇ ପାରି ନ ଥିଲା। ତାଙ୍କୁ ଥାନାରେ ରଖି ଘଟଣା ସମ୍ପର୍କରେ ପଚରାଉଚରା କରାଯାଇଥିଲା।

ସୂଚନାଯୋଗ୍ୟ ସମ୍ପତ୍ତି ବିବାଦକୁ ନେଇ ଗତ ସୋମବାର ରାତିରେ କୁସୁପୁର ଗ୍ରାମର ଶିବ ପ୍ରସାଦ ସାହୁ ତାଙ୍କ ବଡ଼ଭାଇ ଅଲେଖ ଚନ୍ଦ୍ର ସାହୁ, ଭାଉଜ ରଶ୍ମିତା ପୃଷ୍ଟି, ଝିଆରୀ ସ୍ମୃତି ସନ୍ଧ୍ୟା ଓ ୨ ପୁତୁରା ସ୍ମୃତି ସ୍ବରୂପ ଓ ସ୍ମୃତି ସାଇଙ୍କୁ ବୀଭତ୍ସ ଭାବେ କଟୁରିରେ ହାଣି ହତ୍ୟା କରିଥିଲେ। ପରେ ମଙ୍ଗଳବାର ହତ୍ୟାକାଣ୍ଡ ସମ୍ପର୍କରେ ସାମାଜିକ ଗଣମାଧ୍ୟମରେ ଏକ ଭିଡିଓ ଜାରି କରିବା ସହ ବାଲିଚନ୍ଦ୍ରପୁର ଥାନାରେ ଆତ୍ମସମର୍ପଣ କରିଥିଲେ। ପୋଲିସ ଏନେଇ ଏକ ହତ୍ୟା ମାମଲା(ନଂ.୮୧/୨୨) ରୁଜୁ କରି କଟକ ବଡ଼ ଡାକ୍ତରଖାନାରେ ସମସ୍ତ ୫ ମୃତକଙ୍କ ଶବ ବ୍ୟବଚ୍ଛେଦ କରାଇ କାଳିଆବୋଦାଠାରେ ଶେଷକୃତ୍ୟ ସମ୍ପର୍ନ୍ନ କରିଥିଲା। ଅପରପକ୍ଷରେ ବୁଧବାର ପୋଲିସ ଶିବଙ୍କୁ ବାଲିଚନ୍ଦ୍ରପୁର ଥାନାରୁ ଆଣି ସାଲେପୁର ଜେଏମ୍‌ଏଫ୍‌ସି କୋର୍ଟରେ ହାଜର କରାଇବା ସହ ୫ ଦିନ ରିମାଣ୍ଡରେ ନେବାକୁ ଆବେଦନ କରିଥିଲା। କୋର୍ଟ ୩ ଦିନ ରିମାଣ୍ଡ ଅନୁମତି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri