ହତ୍ୟା ଡେମୋ ଦେଖାଇଲେ ଅଭିଯୁକ୍ତ

ଛେଣ୍ଡିପଦା,୨୮।୪(ସ୍ବ.ପ୍ର.):  ଅନୁଗୋଳ ଜିଲା ଛେଣ୍ତିପଦା ଗ୍ରାମର ନିଖୋଜ ପ୍ରାଣବନ୍ଧୁ ସେଠୀଙ୍କ ମୃତଦେହ ମଙ୍ଗଳବାର ଏକ କୂଅରୁ ଜବତ କରାଯାଇଥିଲା। ପ୍ରାଣବନ୍ଧୁଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିବା ପରେ ପୋଲିସ ଏ ନେଇ ଗଁାର ୨ ଅଭିଯୁକ୍ତ ବିପିନ ଦେହୁରୀ ଓ ଅମର ପ୍ରଧାନଙ୍କ ସହ ଅମରଙ୍କ ବାପା କଷ୍ଟୁ ପ୍ରଧାନଙ୍କୁ ଅଟକ ରଖି ପଚରାଉଚରା କରୁଥିଲା। ବୁଧବାର ପୋଲିସ ଏହା ଏକ ହତ୍ୟାକାଣ୍ଡ ବୋଲି ଜାଣିପାରିଛି। ଏଥିସହ ଅଭିଯୁକ୍ତ ଅମରଙ୍କୁ ଗଁା କୂଅ ନିକଟକୁ ନେବା ପରେ ପ୍ରାଣବନ୍ଧୁଙ୍କୁ କିପରି ହତ୍ୟା କରାଗଲା ତାହାର ସେ ଡେମୋ ଦେଖାଇବା ଚର୍ଚ୍ଚାର ବିଷୟ ହୋଇଛି। ପ୍ରକାଶ ଯେ, ଗତ ରବିବାର ପ୍ରାଣବନ୍ଧୁ ସେହି ଗ୍ରାମର ଅମର ପ୍ରଧାନ ଓ ବିପିନ ଦେହୁରୀଙ୍କ ସହ ଗାଁମୁଣ୍ତରେ ଥିବା ଏକ ବଗିଚା ନିକଟକୁ ଭୋଜି କରିବାକୁ ଯାଇଥିଲେ। ସେଠାରୁ ଘରକୁ ଫେରିବା ପରେ ପୁଣି ରାତି ୮ଟା ବେଳେ ଅମର ଓ ବିପିନଙ୍କ ସହ ଏକ ଦୋକାନ ସମ୍ମୁଖକୁ ଯାଇ ମୁଢି ଓ ମାଂସ ଖାଇଥିଲେ। ହେଲେ ବିଳମ୍ବିତ ରାତି ପର୍ଯ୍ୟନ୍ତ ପ୍ରାଣବନ୍ଧୁ ଘରକୁ ଫେରି ନ ଥିଲେ। ପରିବାର ଲୋକମାନେ ଖୋଜାଖୋଜି କରିବା ପରେ ସୋମବାର ଅପରାହ୍ନରେ ଥାନାରେ ନିଖୋଜ ସମ୍ପର୍କିତ ଲିଖିତ ଅଭିଯୋଗ କରିଥିଲେ। ଏହାପରେ ପୋଲିସ ଅଭିଯୁକ୍ତଙ୍କୁ ଥାନାକୁ ନେଇ ପଚରାଉଚରା କରୁଥିଲା। ସୋମବାର ବିଳମ୍ବିତ ରାତିରେ ମୃତଦେହ କୂଅରେ ଭାସୁଥିବା ପୋଲିସକୁ ଖବର ମିଳିଥିଲା। ତେବେ ବୁଧବାର ଅନୁଗୋଳ ଅତିରିକ୍ତ ଆରକ୍ଷୀ ଅଧିକାରୀ ପ୍ରସନ୍ନ କୁମାର ବିଶ୍ବାଳ ଓ ଡିଏସ୍‌ପି ଏ.କେ. ପଣ୍ଡା ଛେଣ୍ଡିପଦା ଥାନାକୁ ଆସି ଘଟଣାର ତଦନ୍ତ କରିଥିଲେ। ଅପରାହ୍ନରେ ଛେଣ୍ଡିପଦା ପୋଲିସ ଅଭିଯୁକ୍ତ ଅମରଙ୍କୁ ଘଟଣାସ୍ଥଳକୁ ନେଇଥିଲା। ସେଠାରେ ଅମର ହତ୍ୟାକାଣ୍ଡର ଡେମୋ ଦେଖାଇବା ସହ ବ୍ୟବହୃତ ରଶି କଦଳୀଗଛ ମୂଳରୁ ବାହାର କରି ପୋଲିସକୁ ଦେଇଥିଲେ। ଗୁରୁବାର ହତ୍ୟାକାଣ୍ଡର ପର୍ଦ୍ଦାଫାଶ କରାଯିବ ବୋଲି ଛେଣ୍ଡିପଦା ଥାନା ଅଧିକାରୀ ଧୀରେନ କୁମାର ବେହେରା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଅଗ୍ନିରୁପାଙ୍କ ଆବର୍ଭାବ: ଭକ୍ତଙ୍କ ପ୍ରବଳ ଭିଡ଼, ଅଧରାତିରେ ଦେହୁରୀ ଯାଇ…

ତାଳଚେର,୨୩/୩(ମନୋଜ ନନ୍ଦ):ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳା ମନ୍ଦିରର ପୂର୍ବ ଦିଗ ହିଙ୍ଗୁଳା ମନ୍ଦିର ପଛ ପାଖରେ ପ୍ରାୟ ୨ ସହ ମିଟର ଦୂରରେ ଚଳିତ ବର୍ଷ…

ଡ୍ୟୁଟି ସାରି ଫେରୁଥିଲେ ସୁମନ୍ତ, ଧକ୍କା ଦେଲା ଟ୍ରକ୍‌: ଆଉ ତା’ପରେ…

କଣିହାଁ,୨୩/୩(ନିରୋଜ ପ୍ରଧାନ):ଅନୁଗୋଳ ଜିଲା କଣିହାଁ ବ୍ଲକ ଗୋଡିବନ୍ଧଠାରୁ କଣିହାଁ ଯାଇଥିବା ଜାତୀୟ ରାଜପଥ ୫୩ର ନୂଆଁ ବଲାଙ୍ଗି ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ଟ୍ରକ ଚକା…

ଭାରସାମ୍ୟ ହରାଇ ଓଲଟିଲା ପିଚୁ ବୋଝେଇ ଟ୍ୟାଙ୍କର, ନିଆଁ ଲାଗି ଡ୍ରାଇଭର ଜୀବନ୍ତ ଦଗ୍ଧ

ପାଲଲହଡା,୧୩।୩(ଦିବ୍ୟଜ୍ୟୋତି ଦାଶ): ଗୁରୁବାର ବିଳମ୍ବିତ ରାତିରେ ଭୟଙ୍କର ଦୁର୍ଘଟଣା । ଟ୍ୟାଙ୍କର ସହ ଜୀଅନ୍ତା ଜଳିଗଲେ ଡ୍ରାଇଭର । ବିଳମ୍ବିତ ରାତିରେ ଅନୁଗୁଳ ଜିଲା ଖମାର ଥାନା ଅନ୍ତର୍ଗତ…

ବନ୍ତଳାରେ ଭୟାବହ ଅଗ୍ନିକାଣ୍ଡ: ଗ୍ୟାସ ଟାଙ୍କି ଫାଟି ଜଳିଗଲା ୧୦ ଦୋକାନ, ୫ ଦମକଳ ଗାଡ଼ି…

ବନ୍ତଳା, ୧୨।୩(ସୁଶିତ ସାହୁ): ଅନୁଗୋଳ ଜିଲା ଶଙ୍ଖପୁର ମଦନମୋହନ ଛକସ୍ଥିତ ବନ୍ତଳା ବଜାରରେ ଗୁରୁବାର ଅପରାହ୍ନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଗ୍ୟାସ ଟାଙ୍କି ବିସ୍ଫୋରଣ ଯୋଗୁ…

ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଲା ଟ୍ରଲର : ଘଟଣାସ୍ଥଳରେ ଚପା ଉତ୍ତେଜନା

ପାଲଲହଡ଼ା,୮।୩(ଦିବ୍ୟଜ୍ୟୋତି ଦାଶ : ଟ୍ରଲର ଧକ୍କାରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ। ୧୪୯ ନ ଜାତୀୟ ରାଜପଥ ଅବରୋଧ ସହିତ ଘଟଣାସ୍ଥଳରେ ଚପା ଉତ୍ତେଜନା। ଏଭଳି ଘଟଣା ଘଟିଛି…

ବିବାହ ଭୋଜି ଖାଇ ୨ ଶହରୁ ଅଧିକ ଅସୁସ୍ଥ

ଅନୁଗୋଳ,୨୮ା୨(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ନିକଟସ୍ଥ ତୁବେ ଗ୍ରାମରେ ବୁଧବାର ରାତିରେ ଏକ ବିବାହ ଭୋଜି ଖାଇଥିବା ଲୋକଙ୍କ ମଧ୍ୟରୁ ୨ ଶହରୁ ଅଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି।…

ରାସ୍ତା ଉପରେ ପଡିଛି ଅଜଣା ଯୁବକଙ୍କ ମୃତଦେହ, କେହି ହତ୍ୟା କରି ଫିଙ୍ଗି ଦେଇଥିବା ଅନୁମାନ

ମାଧପୁର,୨୪।୨(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଥାନା ଅନ୍ତର୍ଗତ ଆଠମଲ୍ଲିକ – କିଆକଟା ରାଜ୍ୟ ରାଜପଥର କନ୍ଧପଡ଼ା ଗ୍ରାମ ନିକଟ ହାଟପଦା ଠାରେ ଆଜି ସକାଳେ ଜଣେ ଅଜଣା…

ଜଙ୍ଗଲରେ ଭୋଜି ମନା

ଅନୁଗୋଳ,୨୧।୨: ଗ୍ରୀଷ୍ମ ଋତୁରେ ଜଙ୍ଗଲ ନିଆଁ ରୋକିବାକୁ ଅନୁଗୋଳ ଉପଜିଲାପାଳଙ୍କ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଏନେଇ ଉପଜିଲାପାଳଙ୍କ ପକ୍ଷରୁ ଶନିବାର ଏକ କଟକଣା ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri