ଛାତ୍ରଙ୍କ ମୁଣ୍ଡରେ ପିସ୍ତଲ ଲଗାଇ ହତ୍ୟା ଧମକ ଅଭିଯୋଗ; ଥାନାରେ ମାମଲା, ୪ ଅଭିଯୁକ୍ତ ଫେରାର 

ଦିଗପହଣ୍ଡି,୨।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ପାଠ ପଢୁଥିବା ଜଣେ ଛାତ୍ରଙ୍କୁ ଦାଦାବଟି ପାଇଁ ତାଙ୍କ ମୁଣ୍ଡରେ ପିସ୍ତଲ ଲଗାଇ ହତ୍ୟା ଧମକ ଦିଆଯାଇଥିବା ଅଭିଯୋଗ ହୋଇଛି। ପ୍ରତି ମାସରେ ଦାଦା ବଟି ଦିଆ ନଗଲେ ତାଙ୍କୁ ଜୀବନରେ ମାରିଦେବାକୁ ଅଭିଯୁକ୍ତ ମାନେ ଧମକ ଦେଇଥିବା ନେଇ ଛାତ୍ର ଜଣକ ସୋମବାର ଦିଗପହଣ୍ଡି ଥାନାରେ ଏତଲା ଦେଇଛନ୍ତି।

ଯୁକ୍ତ-୨ ଦ୍ବିତୀୟ ବର୍ଷର ଛାତ୍ର ମଳୟକାନ୍ତ ପାଢ଼ୀ ଗତ ଅଗଷ୍ଟ ୨୦ ତାରିଖରେ କଲେଜ ନିକଟରେ ଛିଡ଼ା ହୋଇଥିବା ବେଳେ ଦିଗପହଣ୍ଡି ପୁଞ୍ଜିକୟାଁ ଛକର ଅଜିତ ଓରଫ ବଳିଆ ସେଠୀ, ଜଗନ ସେଠୀ, ବି. ତୁରୁବୁଡି ଗ୍ରାମର କ୍ରିଷ୍ଣା ରେଡ୍ଡୀ, ପାଟପୁର ଗ୍ରାମର ଚନ୍ଦନ ମହାନ୍ତି  ତାଙ୍କୁ ମାସିକ ଦାଦାବଟି ଦେବାକୁ କହିଥିଲେ। ସେ କାହିଁକି ବୋଲି ପଚାରିବା ପରେ ଉଭୟ ପକ୍ଷଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା।

ସେହି ସମୟରେ ଅଜିତ ସେଠୀ ପକେଟରୁ  ପିସ୍ତଲ ବାହାର କରି ଧମକ ଦେଇଥିବା ମଳୟକାନ୍ତ ପୋଲିସ କୁ କହିବା ସହ ବିଭିନ୍ନ ସମୟରେ ସେହି ଗୋଷ୍ଠୀର ଯୁବକ ମାନେ ତାଙ୍କୁ ରାସ୍ତାରେ ଅଟକାଇ ଧମକ ଦେଉଥିବାରୁ ସେ ବାଧ୍ୟ ହୋଇ ଜୀବନ ଭୟରେ ଏତଲା ଦେଇଥିବା କହିଛନ୍ତି। ଏତଲା ଅନୁଯାୟୀ ଦିଗପହଣ୍ଡି ଥାନା ଆଇଆଇସି ପ୍ରଶାନ୍ତ କୁମାର ପାତ୍ର ମାମଲା ନଂ. ୩୩୮/୨୪ ପ୍ରକାରେ ଅଭିଯୁକ୍ତ ମାନଙ୍କ ବିରୋଧରେ ମକଦ୍ଦମା ରୁଜୁ କରି ଏଏସଆଇ ନରସିଂହ ପାଣିଙ୍କୁ ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡିଛି।ଗିରଫ ଭୟରେ ଅଭିଯୁକ୍ତ ମାନେ ଫେରାର ଥିବା ବେଳେ ଖୁବଶୀଘ୍ର ସେମାନଙ୍କୁ ଗିରଫ କରାଯିବ  ବୋଲି ତଦନ୍ତକାରୀ ପୋଲିସ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ୧ରୁ ମହଙ୍ଗା ହେବ ବିମାନ ଯାତ୍ରା! ସଙ୍କେତ ଦେଲେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ

ନୂଆଦିଲ୍ଲୀ,୨୨।୩: ଯଦି ଆପଣ ଆଗାମୀ ଦିନରେ ବିମାନ ଯାତ୍ରା କରିବାକୁ ଯୋଜନା କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ରହିବ। କେନ୍ଦ୍ର ବେସାମରିକ ବିମାନ…

ଆଲୋଭେରା ଗଛ ଲଗାଇବାରେ କରନ୍ତୁନି ଏପରି ଭୁଲ, ନ ହେଲେ ଘରକୁ ମାଡ଼ିଆସିବ…

ଆଲୋଭେରାର ସ୍ବାସ୍ଥ୍ୟୋପଯୋଗୀ ଗୁଣ ଯଥେଷ୍ଟ ରହିଥିବା ହେତୁ ଅନେକେ ଏହାକୁ ଘରେ ଲଗାଇଥାନ୍ତି। ହେଲେ ଜାଣନ୍ତି କି ବାସ୍ତୁ ଅନୁଯାୟୀ, ଯଦି ଏହି ଗଛକୁ ଠିକ୍‌ ଦିଗରେ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଫୋନ କରି ଯୁଦ୍ଧ ବନ୍ଦ କରିବାର ସର୍ତ୍ତ ଶୁଣାଇଲେ ଇରାନ ରାଷ୍ଟ୍ରପତି, ଟ୍ରମ୍ପ ଶୁଣିଲେ…

ନୂଆଦିଲ୍ଲୀ,୨୨।୩: ଇରାନ-ଆମେରିକା-ଇସ୍ରାଏଲ ବିବାଦ ମଧ୍ୟରେ, ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଫୋନ କଲ ମାଧ୍ୟମରେ ଏକ ଗୁରୁତ୍ୱପୂର୍ଣ୍ଣ ଅପିଲ କରିଛନ୍ତି। ଯୁଦ୍ଧ ଆରମ୍ଭ…

୩ୟ ବିଶ୍ୱଯୁଦ୍ଧ ଆରମ୍ଭ? ପରମାଣୁ ଆଟାକ୍‌ ନେଇ ଆମେରିକା-ଇସ୍ରାଏଲକୁ ଖୋଲା ଧମକ ଦେଲେ ପୁଟିନ୍‌!

ମସ୍କୋ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ଅତ୍ୟନ୍ତ ବିପଜ୍ଜନକ ମୋଡ଼ ନେଇଛି। ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ୟୁରାନିୟମ ସମୃଦ୍ଧି କେନ୍ଦ୍ର ନାଟାଞ୍ଜ ଉପରେ ଏକ ଭୟଙ୍କର…

‘ଇରାନକୁ ସମ୍ପୂର୍ଣ୍ଣ ଭାବରେ ଧ୍ୱଂସ କରିଦେଇଛି’, ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବୟାନକୁ ନେଇ ସାରା ବିଶ୍ୱ ଥରହର

ନୂଆଦିଲ୍ଲୀ,୨୨।୩: ଇରାନ ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଇରାନ ସମ୍ପର୍କରେ ଏକ…

ପ୍ରକୃତ ଖଳନାୟକ

ଚାହେଁ ଇରାନ ବିଜୟୀ ହେଉ। ବିଜୟର ଅର୍ଥକୁ ଇରାନ ଏହିପରି ପରିଭାଷିତ କରେ: ଇରାନ ଉପରେ ଅନେକ ଦଶନ୍ଧି ଧରି ଆମେରିକା ଲାଗୁକରିଥିବା କଟକଣାକୁ ହଟାଇବା ଦରକାର;…

ଇରାନ ବିରୁଦ୍ଧରେ ଏକଜୁଟ୍‌ ହେଲେ ୨୨ଟି ଦେଶ, କହିଲେ ତୁରନ୍ତ ଧମକ ବନ୍ଦ କର, ନଚେତ୍‌…

ନୂଆଦିଲ୍ଲୀ,୨୨।୩: ଇରାନ-ଆମେରିକା ବିବାଦ ମଧ୍ୟରେ, ହର୍ମୁଜ ପ୍ରଣାଳୀର ସଙ୍କଟ ବିଶ୍ୱ ଅର୍ଥନୀତି ପାଇଁ ଏକ ଲାଲ ପତାକା ପାଲଟିଛି। ବ୍ରିଟେନ, ଫ୍ରାନ୍ସ, ଜର୍ମାନୀ, ୟୁଏଇ, ବାହାରିନ, ଜାପାନ,…

ବିି.ଏଡ୍‌. ପ୍ରବେଶିକା ପରୀକ୍ଷା ପାଇଁ ୨୩ରୁ ଆବେଦନ

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ୨ବର୍ଷିଆ ବି.ଏଡ୍‌, ବିଏଚ୍‌.ଏଡ୍‌. ଓ ଏମ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଲାଗି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri