କୋର୍ଟରେ ହାଜର ହେଲେ ଅଭିଯୁକ୍ତ ପୁଞ୍ଜିଲାଲ ମେହେର

ବଲାଙ୍ଗୀର ଅଫିସ,୧୨ା୩: ବହୁଚର୍ଚ୍ଚିତ ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣ ମାମଲାର ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କୁ ଶୁକ୍ରବାର ପାଟଣାଗଡ ଏସଡିଜେଏମ୍‌ କୋର୍ଟରେ ହାଜର କରାଯାଇଥିବା ଜଣାପଡିଛି। ପୂର୍ବରୁ ବଲାଙ୍ଗୀର ଜିଲା ପାଟଣାଗଡ ଉପକାରାଗାର ଭିତରୁ ଫେରାର ମାରିବା ଉଦ୍ୟମ କରିବା ନେଇ ଅଭିଯୋଗ ହେବା ପରେ ଅଭିଯୁକ୍ତ ପୁଞ୍ଜିଲାଲଙ୍କ ବିରୋଧରେ ମାମଲା ରୁଜୁ ହୋଇଥିଲା। ଏହାପରେ ଅଭିଯୁକ୍ତଙ୍କୁ ବଲାଙ୍ଗୀର ଜିଲା କାରାଗାରକୁ ସ୍ଥାନାନ୍ତର କରାଯାଇଥିଲା। ତେବେ ଉପକାରାଗାରରୁ ଫେରାର ମାରିବା ଉଦ୍ୟମ ମାମଲା ନେଇ ଅଭିଯୁକ୍ତଙ୍କୁ ପାଟଣାଗଡ ଏସଡିଜେଏମ୍‌ କୋର୍ଟରେ ହାଜର କରାଯାଇ ପରେ ତାଙ୍କୁ ପୁଣି ଥରେ ବଲାଙ୍ଗୀର ଜିଲା କାରାଗାରକୁ ନିଆଯାଇଥିବା ଜଣାପଡିଛି। ସୂଚନାଯୋଗ୍ୟ, ଦୁଇଦିନ ପୂର୍ବରୁ ପାର୍ସଲ ବୋମା ବିସ୍ଫୋରଣ ମାମଲାରେ ଦୀର୍ଘ ୪ ବର୍ଷ ପରେ ଅଭିଯୁକ୍ତ ପୁଞ୍ଜିଲାଲଙ୍କ ବିରୋଧରେ ଚାର୍ଜଫ୍ରେମ୍‌ କରାଯାଇଥିଲା। ତାଙ୍କ ବିରୋଧରେ ଆଇପିସି ୩୦୨, ୩୦୭, ୨୦୧ ଏବଂ ସେକ୍‌ସନ ୩/୪ ଏକ୍ସପ୍ଲୋସିଭ ଆକ୍ଟରେ ଚାର୍ଜଫ୍ରେମ୍‌ କରାଯାଇଥିଲା। ଚାର୍ଜଫ୍ରେମ୍‌ ପାଇଁ ବୁଧବାର ଅଭିଯୁକ୍ତଙ୍କୁ ପାଟଣାଗଡ ଏଡିଜେ କୋର୍ଟରେ ହାଜର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ଖୋଲିବ SEBI କାର୍ଯ୍ୟାଳୟ

ଭୁବନେଶ୍ୱର,୧୮।୫: SEBI ଅଧ୍ୟକ୍ଷ ତୁହିନକାନ୍ତ ପାଣ୍ଡେ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ SEBIର ଏକ ବ୍ରାଞ୍ଚ ଅଫିସ ଖୋଲିବା ନେଇ ସେ…

ଶିଶୁ ନିର୍ଯାତନା ନେଇ ସଚେତନ କାର୍ଯ୍ୟକ୍ରମ, ସୁରକ୍ଷିତ ଶୈଶବ….

ପୁରୁଷୋତ୍ତମପୁର,୧୮।୫( ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଚାର ବିଭାଗୀୟ ଅଦାଲତର ତାଲୁକା ଆଇନସେବା ପ୍ରାଧିକରଣ କମିଟି ପକ୍ଷରୁ ସୋମବାର ହିନ୍ଦି ପ୍ରଚାସଭା ପରିଷରରେ ସୁରକ୍ଷିତ ଶୈଶବ,…

ମସ୍କଙ୍କ ବୟାନକୁ ନେଇ ସୋସିଆଲ ମିଡିଆରେ ହଇଚଇ, ଝିଅମାନଙ୍କ…

ନୂଆଦିଲ୍ଲୀ,୧୮।୫: ଏଲନ ମସ୍କ ପୁଣିଥରେ ନିଜ ବୟାନକୁ ନେଇ ଖବରର ଶିରୋନାମା ପାଲଟିଛନ୍ତି । ଏଥର ସେ ଇନଷ୍ଟାଗ୍ରାମକୁ “ଝିଅମାନଙ୍କ ପ୍ଲାଟଫର୍ମ” ବୋଲି କହି ଏକ ନୂତନ…

ଭୁବନେଶ୍ବରରେ ତେଲ ସ୍ଥିତିକୁ ନେଇ ମୁଖ୍ୟ ଶାସନ ସଚିବଙ୍କ ବଡ଼ ସୂଚନା, କାଲିଠୁ….

ଭୁବନେଶ୍ବର,୧୮।୫: ରାଜ୍ୟରେ ତେଲ ସଂକଟ ଭିତରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ବୟାନ ସାମ୍ନାକୁ ଆସିଛି । ତୈଳ ସ୍ଥିତିକୁ ନେଇ ଗୁରୁତ୍ବପୂର୍ଣ୍ଣ ବୈଠକ ବସିଥିବା…

ଯୁକ୍ରେନ ଡ୍ରୋନ ମାଡ଼ରେ ମାଧବନ୍ଧର ଓଡ଼ିଆ ଯୁବକ ମୃତ, ଚାକିରି କରିବାକୁ ରୁଷିଆ ଯାଇଥିଲେ ରାମେୟା

ଚିକିଟି,୧୮।୫(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ମାଧବନ୍ଧ ଗ୍ରାମର ଜଣେ ଯୁବକ ଯୁକ୍ରେନର ଡ୍ରୋନ ମାଡ଼ରେ ପ୍ରାଣ ହରାଇଛନ୍ତି । ଶନିବାର ତାଙ୍କର…

୨୦ ଦିନରେ କୋଟି କୋଟି ଟଙ୍କାର ଶେୟାର କିଣିଲେ ଟ୍ରମ୍ପ, ଥରି ଉଠିଲା ଆମେରିକା

ଓ୍ବାଶିଂଟନ,୧୮।୫: ଏହି ବର୍ଷର ପ୍ରଥମ ତିନି ମାସ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କିମ୍ବା ତାଙ୍କ ପରାମର୍ଶଦାତାମାନେ ୩,୭୦୦ରୁ ଅଧିକ ଷ୍ଟକ ବାଣିଜ୍ୟ କରିଛନ୍ତି। ଏହି…

କୋଣାଦିତ୍ୟରେ ନବ ଆଳତି ପରମ୍ପରା

ପଦ୍ମକ୍ଷେତ୍ର କୋଣାର୍କଠାରେ ଅଭିନବ ଆଳତି ପରମ୍ପରା କଥା ପୂର୍ବ ସଂଖ୍ୟାରେ ଆମେ ଆଲୋଚନା କରିଥିଲେ। ତାହାର ଏକ ଚମତ୍କାର ଦିଗ ରହିଛି। ଭାରତରେ ଅନ୍ୟ କେଉଁ କ୍ଷେତ୍ର…

କ୍ରାଇମବ୍ରାଞ୍ଚ DGଙ୍କ ବଡ଼ ବୟାନ: ସୌମ୍ୟ ହତ୍ୟାର ସବୁ ଅଭିଯୁକ୍ତ ଚିହ୍ନଟ

ଭୁବନେଶ୍ୱର,୧୮।୫: କ୍ରାଇମବ୍ରାଞ୍ଚ DG ବିନୟତୋଷ ମିଶ୍ର ସୋମବାର ଏକ ବଡ଼ ବୟାନ ଦେଇଛନ୍ତି। ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାରେ ସବୁ ଅଭିଯୁକ୍ତଙ୍କୁ ଚିହ୍ନଟ କରାଯାଇଥିବା DG ମିଶ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri