Posted inଜାତୀୟ

କୋଲକାତା ବଳାତ୍କାର ଘଟଣାର ଅଭିଯୁକ୍ତ ସଞ୍ଜୟ ରୟଙ୍କ ରହସ୍ୟ ଖୋଲିଲେ ପ୍ରତ୍ୟକ୍ଷଦର୍ଶୀ, ଦେଲେ ଛାତିଥରା ବୟାନ

କୋଲକାତା,୨୧।୮: କୋଲକାତାର ଆର୍‌.ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଜଣେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଏବଂ ହତ୍ୟା ଘଟଣା ସାରା ଦେଶରେ ଆଲୋଡନ ସୃଷ୍ଟି କରିଛି। ଘଟଣାର ଅପରାଧୀଙ୍କୁ ଶୀଘ୍ର ଧରିବାକୁ ଦାବି ହେଉଛି।

ବଳାତ୍କାର ଅଭିଯୁକ୍ତ ସଞ୍ଜୟ ରୟଙ୍କୁ ନେଇ ଏବେ ନୂଆ ଖୁଲାସା କରାଯାଉଛି। ସଞ୍ଜୟ ରାୟଙ୍କ ବର୍ବରତାର କାହାଣୀ ଆଶ୍ଚର୍ଯ୍ୟଜନକ । ଯାହାକୁ ଜଣେ ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି। ଏହି ପ୍ରତ୍ୟକ୍ଷଦର୍ଶୀ ଅଭିଯୁକ୍ତ ସଞ୍ଜୟ ରାୟଙ୍କ ଅନେକ ରହସ୍ୟ ପ୍ରକାଶ କରିଛନ୍ତି ଯାହା ଆପଣଙ୍କୁ ଆଶ୍ଚର୍ଯ୍ୟ କରିବ।

ପ୍ରତ୍ୟକ୍ଷଦର୍ଶୀଙ୍କ କହିବାନୁସାରେ, ସଞ୍ଜୟ ତାଙ୍କ ପତ୍ନୀଙ୍କ ପିଣ୍ଡଦାନ ସମୟରେ ଘାଟରେ ମହିଳାମାନଙ୍କୁ ଅସଦାଚରଣ କରୁଥିଲେ। ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି , ସେ ଜଣେ ଯୌନ୍ୟ ଅଭ୍ୟସ୍ତ, ଯିଏକି ମହିଳାମାନଙ୍କୁ ମଧ୍ୟ ନିର୍ଯାତନା ଦେଉଥାନ୍ତି। ମହିଳାମାନଙ୍କ ସହିତ ଅଶ୍ଳୀଳ ଚାଟ କରି ଅନେକ ଘର ନଷ୍ଟ କରିଦେଇଛନ୍ତି। ସଞ୍ଜୟଙ୍କର ପୋଲିସରେ ଅନେକ ପରିଚିତ ଥିଲେ। ବିବାହର ଏକ ମାସ ମଧ୍ୟରେ ସେ ତାଙ୍କ ପତ୍ନୀଙ୍କୁ ପିଟିଥିଲେ। ପୋଲିସ ନିକଟରେ ଅଭିଯୋଗ କରାଯାଇଥିଲା କିନ୍ତୁ ତାଙ୍କ ବିରୋଧରେ କୌଣସି ଏଫଆଇଆର ପଞ୍ଜୀକୃତ ହୋଉନଥିଲା।

ଦିଲ୍ଲୀ ବିଶ୍ୱବିଦ୍ୟାଳୟ (ଡିୟୁ)ର ବିଭିନ୍ନ ଛାତ୍ର ସଂଗଠନର ସଦସ୍ୟମାନେ ମଙ୍ଗଳବାର ବିଶ୍ୱବିଦ୍ୟାଳୟ ପରିସରରେ କୋଲକାତାର ଆର.ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଜଣେ ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ଘଟଣା ବିରୋଧରେ ପ୍ରଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri