ଅଭିଯୁକ୍ତଙ୍କୁ ୨ ବର୍ଷ ଜେଲ ଦଣ୍ଡାଦେଶ

ଭବାନୀପାଟଣା,୪।୪(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅଞ୍ଚଳରେ ୨୦୨୦ରେ ନିଜ କକାଙ୍କୁ ପୁତୁରା ଛୁରି ଭୁଶିବା ଘଟଣାର ରାୟ ସୋମବାର ପ୍ରକାଶ ପାଇଛି। ଏହି ମାମଲାରେ ସମସ୍ତ ସାକ୍ଷ୍ୟ ଓ ପ୍ରମାଣ ଭିତ୍ତିକରି ଜୟପାଟଣା ଜେଏମଏଫିସ କୋର୍ଟ ବିଚାରପତି ପ୍ରତାପ ଚନ୍ଦ୍ର ପୃଷ୍ଟି ଅଭିଯୁକ୍ତ ପୁତୁରା ତାଲଗୁଡ ଗ୍ରାମର ଦୈତାରୀ ପ୍ରଧାନୀଙ୍କୁ ୨ବର୍ଷ ଜେଲ ଦଣ୍ଡାଦେଶ ସହ ହଜାରେ ଟଙ୍କା ଜରିମାନା ଶୁଣାଇଛନ୍ତି। ଜରିମାନା ଅନାଦେୟ ଆହୁରି ୩ ମାସ ଜେଲ ଦଣ୍ଡାଦେଶ ଲାଗି ରାୟରେ ଉଲ୍ଲେଖ କରିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଗତ ୨୯।୬।୨୦୨୦ ରାତିରେ ଜୟପାଟଣା ଥାନା ମୁଖୀଗୁଡାର ରବିନ୍ଦ୍ର ପ୍ରଧାନୀଙ୍କ ଘରେ ପଶି ଦୈତାରୀ ତାଙ୍କ ଛାତିରେ ଛୁରି ଭୁଶିଦେଇଥିଲେ। ଗୁରୁତର ରବିନ୍ଦ୍ରଙ୍କୁ ପ୍ରଥମେ ସ୍ଥାନୀୟ ଡାକ୍ତରଖାନା ଓ ପରେ ଭବାନୀପାଟଣା ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ଛାତିରେ ରହିଥିବା ଛୁରିକୁ କାଢି ପାରି ନ ଥିଲେ। ଫଳରେ ରବିନ୍ଦ୍ରଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଥିଲା। ସେଠାରେ ତାଙ୍କ ଛୁରିକୁ କଢାଯାଇଥିଲା। ଏପଟେ ଅଭିଯୁକ୍ତ ଦୈତାରୀଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିଲା। ପରେ ଏହି ମାମଲା ଥାନାରୁ କୋର୍ଟକୁ ଆସିଥିଲା। ଏହି ମାମଲାର ଶୁଣାଣି ଗତ ୩୧ ତାରିଖ ହେବା କଥା। ହେଲେ ଅଭିଯୁକ୍ତ ଉକ୍ତ ଦିନ କୋର୍ଟରେ ଉପସ୍ଥିତ ନ ଥିବାରୁ ବିଚାରପତି ଅଭିଯୁକ୍ତଙ୍କ ବିରୋଧରେ ଏନବିଡବ୍ଲୁ ଜାରି କରିଥିଲେ। ପୋଲିସ ଗିରଫ କରି ଅଭିଯୁକ୍ତ କୋର୍ଟଙ୍କୁ ଆଣିଥିଲା। ଏହି ମାମଲା ସରକାରଙ୍କ ପକ୍ଷରୁ କ୍ୟାଡର ଏପିପି ଯୋଗେନ୍ଦ୍ର ରାଇକା ଓ ଶିଶିର କୁମାର ମୁଣ୍ଡ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ

ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି।...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri