ଅଭିଯୁକ୍ତଙ୍କୁ ୨ ବର୍ଷ ଜେଲ ଦଣ୍ଡାଦେଶ

ଭବାନୀପାଟଣା,୪।୪(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅଞ୍ଚଳରେ ୨୦୨୦ରେ ନିଜ କକାଙ୍କୁ ପୁତୁରା ଛୁରି ଭୁଶିବା ଘଟଣାର ରାୟ ସୋମବାର ପ୍ରକାଶ ପାଇଛି। ଏହି ମାମଲାରେ ସମସ୍ତ ସାକ୍ଷ୍ୟ ଓ ପ୍ରମାଣ ଭିତ୍ତିକରି ଜୟପାଟଣା ଜେଏମଏଫିସ କୋର୍ଟ ବିଚାରପତି ପ୍ରତାପ ଚନ୍ଦ୍ର ପୃଷ୍ଟି ଅଭିଯୁକ୍ତ ପୁତୁରା ତାଲଗୁଡ ଗ୍ରାମର ଦୈତାରୀ ପ୍ରଧାନୀଙ୍କୁ ୨ବର୍ଷ ଜେଲ ଦଣ୍ଡାଦେଶ ସହ ହଜାରେ ଟଙ୍କା ଜରିମାନା ଶୁଣାଇଛନ୍ତି। ଜରିମାନା ଅନାଦେୟ ଆହୁରି ୩ ମାସ ଜେଲ ଦଣ୍ଡାଦେଶ ଲାଗି ରାୟରେ ଉଲ୍ଲେଖ କରିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଗତ ୨୯।୬।୨୦୨୦ ରାତିରେ ଜୟପାଟଣା ଥାନା ମୁଖୀଗୁଡାର ରବିନ୍ଦ୍ର ପ୍ରଧାନୀଙ୍କ ଘରେ ପଶି ଦୈତାରୀ ତାଙ୍କ ଛାତିରେ ଛୁରି ଭୁଶିଦେଇଥିଲେ। ଗୁରୁତର ରବିନ୍ଦ୍ରଙ୍କୁ ପ୍ରଥମେ ସ୍ଥାନୀୟ ଡାକ୍ତରଖାନା ଓ ପରେ ଭବାନୀପାଟଣା ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ଛାତିରେ ରହିଥିବା ଛୁରିକୁ କାଢି ପାରି ନ ଥିଲେ। ଫଳରେ ରବିନ୍ଦ୍ରଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଥିଲା। ସେଠାରେ ତାଙ୍କ ଛୁରିକୁ କଢାଯାଇଥିଲା। ଏପଟେ ଅଭିଯୁକ୍ତ ଦୈତାରୀଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିଲା। ପରେ ଏହି ମାମଲା ଥାନାରୁ କୋର୍ଟକୁ ଆସିଥିଲା। ଏହି ମାମଲାର ଶୁଣାଣି ଗତ ୩୧ ତାରିଖ ହେବା କଥା। ହେଲେ ଅଭିଯୁକ୍ତ ଉକ୍ତ ଦିନ କୋର୍ଟରେ ଉପସ୍ଥିତ ନ ଥିବାରୁ ବିଚାରପତି ଅଭିଯୁକ୍ତଙ୍କ ବିରୋଧରେ ଏନବିଡବ୍ଲୁ ଜାରି କରିଥିଲେ। ପୋଲିସ ଗିରଫ କରି ଅଭିଯୁକ୍ତ କୋର୍ଟଙ୍କୁ ଆଣିଥିଲା। ଏହି ମାମଲା ସରକାରଙ୍କ ପକ୍ଷରୁ କ୍ୟାଡର ଏପିପି ଯୋଗେନ୍ଦ୍ର ରାଇକା ଓ ଶିଶିର କୁମାର ମୁଣ୍ଡ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri