ଘରେ ନିଆଁ ଲଗାଇବା ଅଭିଯୋଗରେ ପ୍ରକାଶ ପାଇଲା ରାୟ: ଅଭିଯୁକ୍ତଙ୍କୁ ୭ ବର୍ଷ ଜେଲ ଦଣ୍ଡ

ଛତ୍ରପୁର,୧୦।୩(ଦିଲ୍ଲୀପ ସାମଲ): ଛତ୍ରପୁର ଥାନା ମ୍ୟୁନିସିପେଣ୍ଠ ଗ୍ରାମରେ ୨୦୨୩ ସେପ୍ଟେମ୍ବର ୯ ତାରିଖରେ ପ୍ରସାଦ କୁମାର ପ୍ରଧାନଙ୍କ ଘରେ ନିଆଁ ଲଗାଇ ଘରର ଅସବାପତ୍ର ପୋଡି ଦିଆଯାଇଥିଲା। ଯାହାକୁ ନେଇ ସୋମବାର ଛତ୍ରପୁର ସବ୍ଜଜ ଅଦାଲତରେ ଏହି ମାମଲାର ଚୂଡାନ୍ତ ରାୟ ପ୍ରକାଶ ପାଇଛି। ୧୯ ଜଣ ସାକ୍ଷ୍ୟକୁ ବିଚାର କରି ବିଚାରପତି ପୂଜା ଦେ ମ୍ୟୁନିସିପେଣ୍ଠ ଗ୍ରାମର ଅଭିଯୁକ୍ତ ବିଜେନ୍ଦ୍ର ମହାପାତ୍ରଙ୍କୁ ଦୋଷୀ ସାବ୍ୟସ୍ତ କରି ୭ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି। ଜେଲ ଦଣ୍ଡ ସହିତ ୩୦ ହଜାର ଟଙ୍କା ଜରିମାନା ଦେବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦେୟରେ ଅତିରିକ୍ତ ୬ ମାସ ଜେଲ ଦଣ୍ଡ ଭୋଗିବା ପାଇଁ ବିଚାରପତି ତାଙ୍କରି ରାୟରେ ପ୍ରକାଶ କରିଛନ୍ତି । ସରକାରଙ୍କ ପକ୍ଷରୁ ଏପିପି ଉମାକାନ୍ତ ତ୍ରିପାଠୀ ମକଦ୍ଦମା ପରିଚାଳନା କରିଥିଲେ ।

ସୂଚନାନୁସାରେ, ୨୦୨୩ ସେପ୍ଟେମ୍ବର ୯ ତାରିଖ ଛତ୍ରପୁର ଥାନା ଅଧୀନ ମ୍ୟୁନିସିପେଣ୍ଠ ଗ୍ରାମର ପ୍ରସାଦ କୁମାର ପ୍ରଧାନଙ୍କ ଘରେ ତାଙ୍କରି ପିଉସି କୁମାରୀ ବାରିକ ଶୋଇଥିବା ବେଳେ ରାତି ୧୨ଟାରେ ସେହି ଗ୍ରାମର ବିଜେନ୍ଦ୍ର ମହାପାତ୍ର ନାମକ ଜଣେ ବ୍ୟକ୍ତି ପେଟ୍ରୋଲ ଢାଳି ପ୍ରସାଦଙ୍କ ଘରେ ନିଆଁ ଲଗାଇଥିଲା । ଫଳରେ ଘର ଭିତରେ ଥିବା ସମସ୍ତ ଆସବାବପତ୍ର ପୋଡି ନଷ୍ଟ ହୋଇଥିଲା। କୌଣସି କାରଣ ବଶତଃ ପ୍ରସାଦଙ୍କ ପିଉସି କୁମାରୀ ମୃତ୍ୟୁମୁଖରୁ ବର୍ତ୍ତି ଯାଇଥିଲେ । ଏନେଇ ସେପ୍ଟେମ୍ବର ୧୦ ତାରିଖରେ ପ୍ରସାଦ ଛତ୍ରପୁର ଥାନାରେ ଅଭିଯୁକ୍ତ ବିଜେନ୍ଦ୍ର ବିରୋଧରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତି କରି ଛତ୍ରପୁର ଥାନା ପକ୍ଷରୁ ୫୯୧/୨୦୨୩ ଏକ ମାମଲା ରୁଜୁ କରି ଅଭିଯୁକ୍ତକୁ ଗିରଫ କରି କୋର୍ଟ ପଠାଇଥିଲେ । ଏହି ମାମଲାର କୋର୍ଟରେ ବିଚାରଣା ଚାଲିଥିବା ବେଳେ ଆଜି ତାହାର ରାୟ ପ୍ରକାଶ ପାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡକୁ ଜିତାଇଲେ ବେଥେଲ, ୧-୦ରେ ସିରିଜ୍‌ ଆଗୁଆ

ମାଞ୍ଚେଷ୍ଟର,୪ା୭: ଜେକବ ବେଥେଲଙ୍କ ଅପରାଜିତ ଅର୍ଦ୍ଧଶତକୀୟ ପାଳି ବଳରେ ଶନିବାର ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଇଂଲଣ୍ଡ ୪ ଉଇକେଟରେ ଭାରତକୁ ପରାସ୍ତ କରିଛି। ସିରିଜ୍‌ର ପ୍ରଥମ…

ଦେଶୀ, ବିଦେଶୀ ମଦ ଜବତ, ମହିଳାଙ୍କ ସମେତ ଅନ୍ୟ ଜଣେ ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୪ା୭(ଅଶେଷ ନାଥ ମିଶ୍ର): ଦେଶୀ ଓ ବିଦେଶୀ ମଦ କାରବାର ଅଭିଯୋଗରେ ପୋଲିସ ଜଣେ ମହିଳା ଓ ଜଣେ ପୁରୁଷଙ୍କୁ ଗିରଫ କରିଛି। ସେମାନେ ହେଲେ ସାନୁ…

ବଦ୍ରିନାଥ, କେଦାରନାଥ ମନ୍ଦିରରୁ ଦାନ ଟଙ୍କା ଚୋରି ଅଭିଯୋଗ

ଡେରାଡୁନ୍‌,୪ା୭, ଅଯୋଧ୍ୟା ରାମମନ୍ଦିରରୁ ବହୁ କୋଟି ଟଙ୍କାର ଦାନ ଚୋରି ଘଟଣା ସାରା ଦେଶରେ ଆଲୋଡ଼ନ ସୃଷ୍ଟି କରିଥିବାବେଳେ ଏବେ ଉତ୍ତରାଖଣ୍ଡର ବଦ୍ରିନାଥ ଓ କେଦାରନାଥ ମନ୍ଦିରରେ…

ବୀରମହାରାଜପୁର ପ୍ରବଳ ବର୍ଷା, ପୂର୍ବତନ ସରପଞ୍ଚଙ୍କ ଘରେ ପସିଲା ପାଣି

ବୀରମହାରାଜପୁର,୪।୭(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳର ଶନିବାର ସାରୁ ତୁହାକୁ ତୁହା ବର୍ଷା ଲାଗି ରହିଛି। ଫଳରେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ପ୍ରବଳ…

ଦଶମନ୍ତପୁରରେ ରେକର୍ଡ ଭାଙ୍ଗିଲା ବର୍ଷା

କୋରାପୁଟ/ନନ୍ଦପୁର,୪ା୭(ଅମିତାଭ ବେହେରା/ତୁଷାରକାନ୍ତ ମହାନ୍ତି)-କୋରାପୁଟ ଜିଲାରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ସହରର ମିଶନ କମ୍ପାଉଣ୍ଡ ଛକରେ ଗଛ ପଡ଼ି ୨୬ ନଂ. ଜାତୀୟ ରାଜପଥ…

ଚିକିତ୍ସାରେ ଅବହେଳା, ପ୍ରସୂତିଙ୍କ ମୃତ୍ୟୁର ତଦନ୍ତ ନିର୍ଦ୍ଦେଶ ଦେଲେ ଜିଲାପାଳ

ବରଗଡ଼,୪।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁରସ୍ଥିତ ଏକ ଘରୋଇ ନର୍ସିଂହୋମ୍‌ରେ ଚିକିତ୍ସାରେ ଅବହେଳା କରାଯାଇଥିବା ଯୋଗୁ ପ୍ରସୂତିଙ୍କ ମୃତ୍ୟୁ ଅଭିଯୋଗ ଘଟଣାକୁ ଜିଲାପାଳ ଆଦିତ୍ୟ ଗୋୟଲ ଗୁରୁତ୍ୱର…

ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୫ ଅସୁସ୍ଥ, ମେଡିକାଲରେ ଭର୍ତ୍ତୀ

କଲ୍ୟାଣସିଂହପୁର,୪।୭(ଦୀପକ କୁମାର ପରିଡା): କଲ୍ୟାଣସିଂହପୁର ବ୍ଲକ ସୀମାନ୍ତ କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଅନ୍ତର୍ଗତ ବିଜେପୁର ପଞ୍ଚାୟତ ଫୁକେର ଗାଁରେ ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଛାତ୍ରୀ ଗୁରୁତର, ବିଧାୟକ ମେଡିକାଲରେ ପହଞ୍ଚି…

ଗଞ୍ଜାମ,୪ା୭(ବିଦ୍ୟାଧର ସାହୁ): ଗଞ୍ଜାମ ଥାନା ଅନ୍ତର୍ଗତ ଓ୍ବାର୍ଡ ନଂ ୧୧ ଦାମୋଦରପୁର ଗ୍ରାମର ଭାସ୍କର ବେହେରାଙ୍କ ଝିଅ ବିଜ୍ଞାନ ଛାତ୍ରୀ ସ୍ମୃତିମୟୀ ବେହେରା ଶନିବାର ଅପରାହ୍ନରେ ବିଦ୍ୟୁତ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri