Posted inUncategorized

୧୯ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର ମାମଲାରେ ଅଭିଯୁକ୍ତକୁ ଜେଲ୍‌ ଦଣ୍ଡାଦେଶ ସହ ଜୋରିମାନା

ବାଲିଗୁଡା: ୦୭/୦୨: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଏସଡିଜେଏମ କୋର୍ଟ ଏକ ୧୯ ବର୍ଷୀୟା ଯୁବତୀକୁ ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତ ଯୁବକ ବୁନୁ ଦିଗାଲକୁ ବିଭିନ୍ନ ଦଫାରେ ୪ବର୍ଷ ୧୦ ମାସ ସଶ୍ରମ କାରାଦଣ୍ଡା ଦେଶ ସହିତ ୩ ହଜାର ୫୦୦ ଟଙ୍କା ଜରିମାନା କରିଛନ୍ତି।

ସୂଚନାଯୋଗ୍ୟ ଗତ ୨୦୨୩ ମସିହା ସେପ୍ଟେମ୍ବର ମାସ ୨୯ ତାରିଖ ଦିନ ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ. ନୂଆଗାଁ ଥାନା ଅଞ୍ଚଳରେ ଜଣେ ୧୯ ବର୍ଷୀୟା ଯୁବତୀ ନିଜ ଘରୁ ବାହାରି ନିକଟସ୍ଥ ଏକ ସିଲେଇ କେନ୍ଦ୍ରକୁ ସିଲେଇ କରିବାକୁ ଏକୁଟିଆ ଯାଉଥିବା ସମୟରେ ନିକଟସ୍ଥ ଗ୍ରାମର ବୁନୁ ଦିଗାଲ ନାମକ ଜୈନକ ଯୁବକ ଜୋର ଜବରଦସ୍ତ ଉଠାଇନେଇ ନିକଟସ୍ଥ ଏକ ନିଛାଟିଆ ସ୍ଥାନରେ ଥିବା ଏକ ଗଛରେ ବାନ୍ଧି ଡ୍ରେସ ଚିରା ଚିରି କରି ବଳପୂର୍ବକ ବଳାତ୍କାର କରିବା ସହ ମୋବାଇଲରେ ନଗ୍ନ ଫୋଟୋ ଉଠାଇ ଏହି ବିଷୟ କାହାକୁ କିଛି ନ କହିବା ପାଇଁ ଧମକ ଚମକ ମଧ୍ୟ ଦେଇଥିଲେ।

ତେବେ ଯୁବତୀ ଜଣକ ସୁଯୋଗ ଦେଖି ଘଟଣା ସ୍ଥଳରୁ ଖସି ଆସି ନିଜ ଘରେ ପହଞ୍ଚି ପରିବାର ଆଗରେ ସମସ୍ତ ବିଷୟ କହିବା ପରେ ପରିବାର ପକ୍ଷରୁ ଯୁବତୀ ଜଣକ କ.ନୂଆଗାଁ ଥାନାରେ ଏକ ଏତଲା ଦାଏର କରିଥିଲେ। ଏତଲା କୁ ଭିର୍ତ୍ତି କରି କ. ନୂଆଗାଁ ଥାନା ଅଧିକାରୀ ଏକ ମାମଲା କେଶ ନଂ ୧୩୧/୨୩ ପ୍ରକାରେ ରୁଜୁ କରି ଅଭିଯୁକ୍ତ ବୁନୁ ଦିଗାଲ କୁ ଗିରଫ କରି କୋର୍ଟ ଚାଲାଣ କରିଥିଲେ। ଏ ସବୁ କୁ ବାଲିଗୁଡା ଏସଡିଜେଏମ କୋର୍ଟର ବିଚାରପତି ସୋନାଲି ସରିତା ଉପରୋକ୍ତ ରାୟ ଶୁଣାଇଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ସିପି ସୌରଭ କୁମାର ଦାସ ମାମଲାଟିକୁ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ବୋଟ୍‌ରୁ କାଢ଼ୁଥିଲେ ମାଛ ହଠାତ୍‌ ଟଳିପଡ଼ିଲେ…

ବାଲେଶ୍ୱର,୨୩।୩(ବାଞ୍ଛାନିଧି ଦେ): ବିଷାକ୍ତ ଗ୍ୟାସ ଯୋଗୁ ଦୁଇ ଜଣ ବୋଟ କର୍ମଚାରୀଙ୍କ ମତ୍ୟୁ ଅଭିଯୋଗ ହୋଇଛି। ବାଲେଶ୍ୱର ଜିଲା ବଳରାମଗଡ଼ି ମେରାଇନ ଥାନା ନାଉପାଳଗଡ଼ିରେ ଏଭଳି ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri