ଅଭିଯୁକ୍ତ ଦୁଇ ପୁତୁରାଙ୍କୁ ଆଜୀବନ କାରାଦଣ୍ଡାଦେଶ

ବୌଦ୍ଧ,୧୬ା୫(ସ୍ବ.ପ୍ର.): ବୌଦ୍ଧ ଜିଲା ଦୌରାଜଜ୍‌ ବିକ୍ରମ କୁମାର ପ୍ରଧାନ ସୋମବାର ଏକ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ଦୁଇ ପୁତୁରାଙ୍କୁ ଆଜୀବନ କାରାଦଣ୍ଡ ସହ ୧୦ ହଜାର ଟଙ୍କା ଜରିମାନା ଆଦେଶ ପ୍ରଦାନ କରିଥିବା ବେଳେ ଭାଇ ଓ ଭଣଜାଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି।
ମାମଲାରୁ ପ୍ରଳକାଶ ଯେ, ପୁରୁଣା କଟକ ଥାନା ଅନ୍ତର୍ଗତ ଜିରାଡ ଗ୍ରାମର ଆନନ୍ଦ ସ୍ବାଇଁ ଓ ବିଭୀଷଣ ସ୍ବାଇଁ ଦୁଇ ଭାଇ। ଜମିବାଡିକୁ କେନ୍ଦ୍ର କରି ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ଲାଗି ରହିଥିଲା। ଆନନ୍ଦଙ୍କ ଦୁଇ ପୁଅ ଅଚ୍ୟୁତ ଓ ବାବୁଲା ପ୍ରତିଶୋଧ ନେବାକୁ ସୁଯୋଗ ଖୋଜୁଥିଲେ। ଗତ ୭ା୭ା୧୮ରେ ବାବୁଲାର ମାମୁଁ ପୁଅ ଭାଇ ବୌଦ୍ଧ ଥାନା ସରସରା ଗ୍ରାମର ପ୍ରଫୁଲ ସ୍ବାଇଁ ଜିରାଡ ଗ୍ରାମକୁ ଆସି ବିଭୀଷଣଙ୍କୁ ଏକ ମୋଟର ସାଇକେଲରେ ବସାଇ ବାବୁଲା ଘରକୁ ନେଇଥିଲେ । ସମସ୍ତେ ବାବୁଲା ଘରେ ମିଶି ଖାଇବା ପରେ ଝଗଡା ହୋଇଥିଲା। ଝଗଡା ସମୟରେ ବିଭୀଷଣ ପ୍ରଥମେ ଏକ ଲୁହାରେ ବାବୁଲାଙ୍କ ମୁଣ୍ଡକୁ ଆକ୍ରମଣ କରିଥିଲେ। ଏହାପରେ ସମସ୍ତ ଅଭିଯୁକ୍ତ ଆନନ୍ଦ ସ୍ବାଇଁ, ପ୍ରଫୁଲ ସ୍ବାଇଁ , ବାବୁଲା ସ୍ବାଇଁ ଓ ଅଚ୍ୟୁତ ସ୍ବାଇଁ ବିଭୀଷଣକୁ ଧରି ପକାଇଥିଲେ। ଏହାର ସୁଯୋଗ ନେଇ ଅଭିଯୁକ୍ତ ଅଚ୍ୟୁତ ଏକ ଟାଙ୍ଗିଆରେ କାକା ବିଭୀଷଣଙ୍କ ମୁଣ୍ଡକୁ ଆକ୍ରମଣ କରିଥିଲା। ଅନ୍ୟ ଅଭିଯୁକ୍ତମାନେ ମଧ୍ୟ ଲଙ୍ଗଳ ଲୁହାରେ ମାଡ ମାରିବା ଫଳରେ ବିଭୀଷଣ ଗୁରୁତର ହୋଇ ପଡିଥିଲେ। ଏହି ସମୟରେ ବିଭୀଷଣଙ୍କ ସ୍ତ୍ରୀ ରୁନୁ ସ୍ବାଇଁ ଓ ଝିଅ ଲକ୍ଷ୍ମୀ ଉଦ୍ଧାର କରିବାକୁ ଆସିଥିବା ବେଳେ ଅଭିଯୁକ୍ତମାନେ ସେମାନଙ୍କୁ ମାଡ ମାରିଥିବା ଅଭିଯୋଗ ହୋଇଛି। ପରେ ପରିବାର ଲୋକ ୧୦୮ ଆମ୍ବୁଲାନ୍ସ ଯୋଗେ ଆହତ ବିଭୀଷଣକୁ ବୌଦ୍ଧ ମେଡିକାଲ ଚିକତ୍ସା ପାଇଁ ନେଇଥିବା ବେଳେ ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ଏନେଇ ଉକ୍ତ ଦିନ ବିଭୀଷଣଙ୍କ ସ୍ତ୍ରୀ ରୁନୁ ପୁରୁଣାକଟକ ଥାନାରେ ଲିଖିତ ଅଭିଯୋଗ କରିଥିେଇ। ଅଭିଯୋଗ ପରେ ପୁରୁଣାକଟକ ଥାନା ପୋଲିସ ନଂ ୭୧/୧୮ରେ ଏକ ହତ୍ୟା ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ଏହି ଘଟଣାରେ ପୋଲିସ ଅଭିଯୁକ୍ତ ପ୍ରଫୁଲ ସ୍ବାଇଁ (୫୫), ଆନନ୍ଦ ସ୍ବାଇଁ (୭୮) ଅଚ୍ୟୁତ ସ୍ବାଇଁ (୩୫) ଓ ବାବୁଲା ସ୍ବାଇଁ (୩୭)ଙ୍କୁ ଗତ ୯ା୭ା୨୦୧୮ରେ ଗିରଫ କରି କୋର୍ଟ ଚାଲାଣ କରିଥିଲା। ପରବର୍ତ୍ତୀ ସମୟରେ ଏହି ମାମଲା ଜିଲା ଦୌରାଜଜ୍‌ଙ୍କ ଅଦାଲତରେ (ଏସଟି ୮୫/୧୮) ରେ ବିଚାର ହୋଇଥିଲା। ସରକାରଙ୍କ ପକ୍ଷରୁ ୨୩ ଜଣ ସାକ୍ଷୀଙ୍କ ବୟାନକୁ ଭିତ୍ତି କରି ପ୍ରମାଣ ଥିବା ନେଇ ଅଦାଲତ ଅଭିଯୁକ୍ତ ଦୁଇ ପୁତୁରା ଅଚ୍ୟୁତ ସ୍ବାଇଁ ଓ ବାବୁଲା ସ୍ବାଇଁକୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିବା ସହ ୧୦ ହଜାର ଟଙ୍କା ଜରିମାନା ଆଦେଶ ପ୍ରଦାନ କରିଛନ୍ତି। ତେବେ ଭାଇ ଆନନ୍ଦ ସ୍ବାଇଁ ଓ ଭଣଜା ପ୍ରଫୁଲ ସ୍ବାଇଁଙ୍କୁ ପ୍ରମାଣ ଅଭାବରୁ ନିଦ୍ଦୋର୍ଷରେ ଖଲାସକରିଛନ୍ତି। ସରକାରଙ୍କ ପକ୍ଷରୁ ଏହି ମାମଲାକୁ ସରକାରୀ ଓକିଲ ସବିତା କୁମାରୀ ପଣ୍ଡା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri