ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର,୧ା୭(ସୁବାସ ଚନ୍ଦ୍ର ପାଢ଼ୀ): ଜଣେ ନାବାଳିକା ବଳାତ୍କାର ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ ପାଇଛି। ଆଡ଼ହକ୍‌ ପୋକ୍‌ସୋ ଜଜ୍‌ ଗଣେଶ୍ୱର ପତି ଶୁକ୍ରବାର ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ସେ ହେଲେ ପୋଲସରା ଅଞ୍ଚଳର ଜିତେନ୍ଦ୍ର ନାହାକ ଓରଫ ଜିତୁ (୩୪)। ଜିତୁ ୩୦ ହଜାର ଟଙ୍କା ଜରିମାନା ଦେବାକୁ ମଧ୍ୟ ନିର୍ଦ୍ଦେଶ ରହିଛି। ଜରିମାନା ଅନାଦେୟ ଅତିରିକ୍ତ ୩ ମାସ ସଶ୍ରମ କାରାଦଣ୍ଡ ଭୋଗିବେ ବୋଲି ଜଜ୍‌ଙ୍କ ରାୟରେ ଉଲ୍ଲେଖ ରହିଛି। ଅନ୍ୟପଟେ ପୀଡିତାଙ୍କୁ ୫ ଲକ୍ଷ ଟଙ୍କା ଆର୍ଥିକ ସହାୟତା ଦେବା ପାଇଁ ଆଇନସେବା ପ୍ରାଧିକରଣ ସଚିବ (ଡିଏଲ୍‌ଏସ୍‌ଏ)ଙ୍କୁ ଜଜ ନିର୍ଦ୍ଦେଶ ଦେଇଛନ୍ତି।
୨୦୧୯ ଏପ୍ରିଲ ୧୩ ତାରିଖରେ ୧୧ ବଷର୍ର୍ୀୟା ନାବାଳିକା ଜଣଙ୍କ ଗାଁ ନିକଟରେ ଚାଲିଥିବା ମେରୁଯାତ୍ରା ଦେଖିବାକୁ ଯାଇଥିଲେ। ସେଠାରେ ଜିତୁ ତାଙ୍କୁ ଆଇସ୍‌କ୍ରିମ ଖାଇବାକୁ ଦେଇ କୌଶଳକ୍ରମେ ଅପହରଣ କରି ନେଇଥିଲେ। ନାବାଳିକାଙ୍କୁ ସେ ଏକ ଆମ୍ବ ତୋଟାକୁ ନେଇ ବାରମ୍ବାର ବଳାତ୍କାର କରିଥିଲେ। ସେଠାକୁ ଅନ୍ୟ ଜଣେ ଯୁବକଙ୍କୁ ଡାକି ଭିଡିଓ କରିବାକୁ କହିଥିଲେ। ପୀଡ଼ିତା ଜଣଙ୍କ ସେଠାରୁ ଖସି ଆସିଥିଲେ। ଘଟଣାର ୪ ଦିନ ପରେ ସେ ତାଙ୍କ ବଡ଼ ଭଉଣୀଙ୍କ ସହ ଯାଉଥିବା ବେଳେ ଅଭିଯୁକ୍ତ ଜିତୁ ତାଙ୍କୁ ଅଟକାଇ ଜାତିଆଣ କଟୁ ମନ୍ତବ୍ୟ ଦେଇଥିଲେ। ଘଟଣା ସମ୍ପର୍କରେ କାହାକୁ ନ ଜଣାଇବାକୁ ଧମକ ଦେଇଥିଲେ। ସବୁ କଥା ଜାଣିବା ପରେ ପୀଡ଼ିତାଙ୍କ ମା’ ଏ ନେଇ ପୋଲସରା ଥାନାରେ ଅଭିଯୋଗ କରିଥିଲେ। ପୋଲିସ ୮୬/୧୯ରେ ମାମଲା ରୁଜୁ କରି ଅଭିଯୁକ୍ତ ଜିତୁଙ୍କୁ ୨୦୧୯ ଏପ୍ରିଲ ୨୨ରେ ଗିରଫ କରି କୋର୍ଟ ଚାଲାଣ କରିଥିଲା। ସେବେଠାରୁ ସେ ବ୍ରହ୍ମପୁର ଜେଲରେ ବିଚାରାଧୀନ ବନ୍ଦି ଭାବେ ରହିଛନ୍ତି। ତଦନ୍ତକାରୀ ଅଧିକାରୀ ତଥା ତତ୍କାଳୀନ ପୁରୁଷୋତ୍ତମପୁର ଏସଡ଼ିପିଓ ନିମାଇଁ ଚରଣ ସେଠୀ ଚାର୍ଜଶିଟ ଦାଖଲ କରିଥିଲେ। ମାମଲାର ବିଚାର ବେଳେ ୧୩ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଥିଲା। ଶୁକ୍ରବାର ଜିତୁଙ୍କୁ ଜେଲରୁ କଡା ସୁରକ୍ଷାରେ ଅଣାଯାଇ କୋର୍ଟରେ ହାଜର କରାଯାଇଥିଲା। ସାକ୍ଷୀମାନଙ୍କ ବୟାନ ଓ ପୋଲିସ ଦାଖଲ କରିଥିବା ଚାର୍ଜଶିଟକୁ ଆଧାର କରି ଉପଯୁକ୍ତ ପ୍ରମାଣ ମିଳି ଥିବାରୁ ଜଜ ଦଣ୍ଡାଦେଶ ଶୁଣାଇଛନ୍ତି। ସରକାରଙ୍କ ପକ୍ଷରୁ ପିପି ମୋହନ ସିଙ୍ଗାରି ମକଦ୍ଦମା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri