୧୬ ବର୍ଷୀୟା ଶାଳୀଙ୍କୁ ବଳାତ୍କାର କରି ହତ୍ୟା କରିଥିଲେ ଭିଣୋଇ, ଆସିଲା ମାମଲାର ରାଏ…

ବ୍ରହ୍ମପୁର,୨୬।୩(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ୍‌ ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଗୁରୁବାର ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଦୋଷୀ ଜଣଙ୍କ ହେଲେ ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳର ସନ୍ତୋଷ ଖଣ୍ଡେଇ(୨୭)। ଆଜୀବନ ଜେଲ ସହ ତାଙ୍କୁ ୫ ହଜାର ଟଙ୍କା ଜରିମାନା କରାଯାଇଛି। ଜରିମାନା ଅନାଦେୟ ଅଧିକ ୬ ମାସ ଜେଲ ଭୋଗିବାକୁ ହେବ ବୋଲି ଜଜ୍‌ ରାୟରେ ଉଲ୍ଲେଖ କରିଛନ୍ତି। ସେହିପରି ମୃତା ନାବାଳିକାଙ୍କ ପରିବାର ଲୋକଙ୍କୁ ୮ଲକ୍ଷ ଟଙ୍କା ସହାୟତା ରାଶି ପ୍ରଦାନ କରିବାକୁ ଜିଲା ଆଇନସେବା ପ୍ରାଧିକରଣକୁ ନିର୍ଦ୍ଦେଶ ଦେଇଛନ୍ତି।

୨୦୨୩ ଅଗଷ୍ଟରେ ଜଗନ୍ନାଥପ୍ରସାଦ ଥାନା ଅଧୀନ ବରକୁଳିଆ ଜଙ୍ଗଲରୁ ପୋଲିସ ଜଣେ ୧୬ ବର୍ଷୀୟା ନାବାଳିକାଙ୍କ ମୃତଦେହ ଜବତ କରିଥିଲା । ନାବାଳିକାଙ୍କ ତଣ୍ଟିଚିପି ହତ୍ୟା କରାଯାଇଥିବା ମୃତଦେହ ବ୍ୟବଚ୍ଛେଦ ପରେ ଜଣାପଡିଥିଲା। ଏ ନେଇ ବୁଗୁଡା ଥାନାରେ ନଂ.୬୦୪/୨୩ରେ ମାମଲା ରୁଜୁ ହୋଇଥିଲା। ପୋଲିସ ଏହାର ତଦନ୍ତ କରି ଅଭିଯୁକ୍ତ ସନ୍ତୋଷଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରିଥିଲା।

ନାବାଳିକା ଏବଂ ଅଭିଯୁକ୍ତ ସମ୍ପର୍କରେ ଶାଳୀ-ଭିଣୋଇ ହୋଇଥିବାରୁ ସନ୍ତୋଷ ତାଙ୍କୁ ବିଭିନ୍ନ ପ୍ରଲୋଭନ ଦେଖାଇ ଶାରୀରିକ ସମ୍ପର୍କ ରଖିଥିଲେ। ନାବାଳିକା ଜଣଙ୍କ ୬ମାସର ଗର୍ଭବତୀ ହୋଇଯିବା ପରେ ତାଙ୍କ ଗର୍ଭପାତ କରାଇବାକୁ ସେ ବ୍ରହ୍ମପୁର ଆଣିଥିଲେ। ହେଲେ କୌଣସି କାରଣରୁ ଗର୍ଭପାତ ହୋଇ ପାରି ନ ଥିଲା। ଗର୍ଭବତୀ ଶାଳୀଙ୍କୁ ସନ୍ତୋଷ ଘରକୁ ନେବା ବଦଳରେ ନିଜ ଗାଁ ନିକଟ ଜଙ୍ଗଲକୁ ନେଇ ସେଠାରେ ଚୁନିରେ ତାଙ୍କ ବେକକୁ ଚିପି ହତ୍ୟା କରିଥିଲେ । ପ୍ରମାଣ ନଷ୍ଟ ପାଇଁ ମୃତଦେହ ଉପରେ ଗଛଡାଳ ପକାଇ ସେଠାରୁ ଚମ୍ପଟ ମାରିଥିଲେ ବୋଲି ତଦନ୍ତରୁ ଜଣାପଡିଥିଲା ।

ମାମଲାର ତଦନ୍ତ ଅଧିକାରୀ ଅର୍ଜୁନ କଅଁର କୋର୍ଟରେ ଚାର୍ଜଶିଟ ଦାଖଲ କରିଥିଲେ । ବିଚାର ବେଳେ ୧୧ ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଥିଲା । ସରକାରଙ୍କ ପକ୍ଷରୁ ସ୍ୱତନ୍ତ୍ର ପିପି ନାରାୟଣ ପଣ୍ଡା ମାମଲା ପରିଚାଳନା କରୁଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳକଙ୍କୁ ହତ୍ୟା କରି ଦୁଇ କୋଠା ମଝିରେ ଫିଙ୍ଗିଦେଲେ ଦୁର୍ବୃତ୍ତ

ସମ୍ବଲପୁର,୨୭ା୯(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଢିପାପଡ଼ା ଅଞ୍ଚଳରେ ରବିବାର ସକାଳେ ଏକ ନାବାଳିକଙ୍କ ମୃତଦେହକୁ ଠାବ କରିଛି ପୋଲିସ। ଉଦ୍ଧାର ମୃତଦେହଟି ଓ୍ବାନ୍‌ ଆର୍‌ କଲୋନୀର…

ଯାଜପୁରରୁ ଭାସି ଆସି ପଟ୍ଟାମୁଣ୍ଡାଇରୁ ଉଦ୍ଧାର ହେଲେ ବୃଦ୍ଧା, ପ୍ରବଳ ସ୍ରୋତ ସତ୍ତ୍ୱେ…

ପଟ୍ଟାମୁଣ୍ଡାଇ,୨୭ା୯(କଳ୍ପତରୁ ): କଥାରେ ଅଛି ରଖେ ହରି ତ ମାରେ କିଏ। ମୃତ୍ୟୁ ମୁଖରୁ ବର୍ତ୍ତି ଯାଇଛନ୍ତି ଜଣେ ୮୦ ବର୍ଷୀୟା ବୃଦ୍ଧା। ନଦୀର ପ୍ରଖର ସ୍ରୋତରେ…

ଗୁରୁ-ଚନ୍ଦ୍ରଙ୍କ ଯୁତିରେ ଗଜକେଶରୀ ରାଜଯୋଗ: ଅଧିକ ଫାଇଦାରେ ରହିବେ ମୀନ ରାଶି; ଆଉ ୩ ରାଶିଙ୍କୁ ଚାକିରିରେ ମିଳିବ…

ଚନ୍ଦ୍ର ୪ ଅକ୍ଟୋବର ୨୦୨୬ ସଂଧ୍ୟା ୬ଟା ୩୧ ମିନିଟରେ କର୍କଟ ରାଶିରେ ପ୍ରବେଶ କରିବେ। ଏହି ରାଶିରେ ପୂର୍ୱରୁ ହିଁ ବୃହସ୍ପତି (ଗୁରୁ) ବିରାଜମାନ ଅଛନ୍ତି।…

ମାଛ ଧରିବାକୁ ଯାଇ ନାଳରେ ବୁଡ଼ିଗଲେ ବୃଦ୍ଧ, ମୃତଦେହ ଉଦ୍ଧାର କରି…

ବାରିପଦା,୨୭ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମାଛ ଧରିବାକୁ ଯାଇ ନାଳର ଗଭୀର ପାଣିରେ ବୁଡ଼ି ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବାରିପଦା ସଦର ଥାନା ଅନ୍ତର୍ଗତ…

CJP ବିକ୍ଷୋଭର ଉଦାହରଣ ଦେଇ ସରକାରଙ୍କ ଉପରେ ବର୍ଷିଲେ ସୋନମ ୱାଙ୍ଗଚୁକ

ନୂଆଦିଲ୍ଲୀ,୨୭।୯: ପରିବେଶ କର୍ମୀ ସୋନମ ୱାଙ୍ଗଚୁକ ୨୦୨୫ ସେପ୍ଟେମ୍ବର ୨୪ରେ ଲଦାଖରେ ଘଟିଥିବା ହିଂସାକାଣ୍ଡ ଏବଂ ପୋଲିସ ଗୁଳିଚାଳନା ଘଟଣାର ପ୍ରଥମ ବାର୍ଷିକୀ ଅବସରରେ ଅନେକ ପ୍ରଶ୍ନ…

ଭିଡ଼ିଓ ଭାଇରାଲ, ହଠାତ ଚମକିଲେ ଐଶ୍ୱର୍ଯ୍ୟା, ଆରାଧ୍ୟାଙ୍କୁ ମିସ୍‌ କଲେ ପ୍ରଶଂସକ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଦୀର୍ଘ ଦିନ ଧରି ବଡ଼ ପରଦାରୁ ଦୂରେଇ ରହିଥିଲେ ମଧ୍ୟ ସେ ସର୍ବଦା ଚର୍ଚ୍ଚାରେ ରୁହନ୍ତି। ନିକଟରେ ଶନିବାର…

ପଡ଼ିଆରେ କ୍ରିକେଟ୍‌ ଖେଳୁଥିଲେ ଏଆର୍‌ଆଇ, ହଠାତ୍‌ ଛାତିରେ ହେଲା ଯନ୍ତ୍ରଣା, ଆଉ ତା’ ପରେ…

ଗୁଣପୁର,୨୭ା୯(ସଙ୍କେତ ପାତ୍ର): ରାୟଗଡ଼ାରେ କ୍ରିକେଟ ଖେଳୁଥିବା ସମୟରେ ହଠାତ୍‌ ଛାତି ଯନ୍ତ୍ରଣା ହେବା ପରେ ଅଚେତ ହୋଇପଡ଼ି ଗୁଣପୁରରେ କାର୍ଯ୍ୟରତ ଏଆର୍‌ଆଇ ପି. ରାଜେଶଙ୍କ ଅକାଳ ବିୟୋଗ…

Amazon-Flipkart- JioMartକୁ ବଡ଼ ଝଟକା, ଗଣିବେ ଏତେ ଲକ୍ଷ ଲକ୍ଷ ଟଙ୍କାର ଜରିମାନା!

ନୂଆଦିଲ୍ଲୀ,୨୭।୯: ଅନଲାଇନ ଗ୍ରାହକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ରହିଛି। କେନ୍ଦ୍ରୀୟ ଉପଭୋକ୍ତା ସୁରକ୍ଷା ପ୍ରାଧିକରଣ (CCPA) ଆମାଜନ (Amazon), ଫ୍ଲିପକାର୍ଟ (Flipkart) ଏବଂ ଜିଓମାର୍ଟ (JioMart)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?