ଅଭିଯୁକ୍ତ ଦୁଇ ପୁତୁରାଙ୍କୁ ଆଜୀବନ କାରାଦଣ୍ଡାଦେଶ

ବୌଦ୍ଧ,୧୬ା୫(ସ୍ବ.ପ୍ର.): ବୌଦ୍ଧ ଜିଲା ଦୌରାଜଜ୍‌ ବିକ୍ରମ କୁମାର ପ୍ରଧାନ ସୋମବାର ଏକ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ଦୁଇ ପୁତୁରାଙ୍କୁ ଆଜୀବନ କାରାଦଣ୍ଡ ସହ ୧୦ ହଜାର ଟଙ୍କା ଜରିମାନା ଆଦେଶ ପ୍ରଦାନ କରିଥିବା ବେଳେ ଭାଇ ଓ ଭଣଜାଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି।
ମାମଲାରୁ ପ୍ରଳକାଶ ଯେ, ପୁରୁଣା କଟକ ଥାନା ଅନ୍ତର୍ଗତ ଜିରାଡ ଗ୍ରାମର ଆନନ୍ଦ ସ୍ବାଇଁ ଓ ବିଭୀଷଣ ସ୍ବାଇଁ ଦୁଇ ଭାଇ। ଜମିବାଡିକୁ କେନ୍ଦ୍ର କରି ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ଲାଗି ରହିଥିଲା। ଆନନ୍ଦଙ୍କ ଦୁଇ ପୁଅ ଅଚ୍ୟୁତ ଓ ବାବୁଲା ପ୍ରତିଶୋଧ ନେବାକୁ ସୁଯୋଗ ଖୋଜୁଥିଲେ। ଗତ ୭ା୭ା୧୮ରେ ବାବୁଲାର ମାମୁଁ ପୁଅ ଭାଇ ବୌଦ୍ଧ ଥାନା ସରସରା ଗ୍ରାମର ପ୍ରଫୁଲ ସ୍ବାଇଁ ଜିରାଡ ଗ୍ରାମକୁ ଆସି ବିଭୀଷଣଙ୍କୁ ଏକ ମୋଟର ସାଇକେଲରେ ବସାଇ ବାବୁଲା ଘରକୁ ନେଇଥିଲେ । ସମସ୍ତେ ବାବୁଲା ଘରେ ମିଶି ଖାଇବା ପରେ ଝଗଡା ହୋଇଥିଲା। ଝଗଡା ସମୟରେ ବିଭୀଷଣ ପ୍ରଥମେ ଏକ ଲୁହାରେ ବାବୁଲାଙ୍କ ମୁଣ୍ଡକୁ ଆକ୍ରମଣ କରିଥିଲେ। ଏହାପରେ ସମସ୍ତ ଅଭିଯୁକ୍ତ ଆନନ୍ଦ ସ୍ବାଇଁ, ପ୍ରଫୁଲ ସ୍ବାଇଁ , ବାବୁଲା ସ୍ବାଇଁ ଓ ଅଚ୍ୟୁତ ସ୍ବାଇଁ ବିଭୀଷଣକୁ ଧରି ପକାଇଥିଲେ। ଏହାର ସୁଯୋଗ ନେଇ ଅଭିଯୁକ୍ତ ଅଚ୍ୟୁତ ଏକ ଟାଙ୍ଗିଆରେ କାକା ବିଭୀଷଣଙ୍କ ମୁଣ୍ଡକୁ ଆକ୍ରମଣ କରିଥିଲା। ଅନ୍ୟ ଅଭିଯୁକ୍ତମାନେ ମଧ୍ୟ ଲଙ୍ଗଳ ଲୁହାରେ ମାଡ ମାରିବା ଫଳରେ ବିଭୀଷଣ ଗୁରୁତର ହୋଇ ପଡିଥିଲେ। ଏହି ସମୟରେ ବିଭୀଷଣଙ୍କ ସ୍ତ୍ରୀ ରୁନୁ ସ୍ବାଇଁ ଓ ଝିଅ ଲକ୍ଷ୍ମୀ ଉଦ୍ଧାର କରିବାକୁ ଆସିଥିବା ବେଳେ ଅଭିଯୁକ୍ତମାନେ ସେମାନଙ୍କୁ ମାଡ ମାରିଥିବା ଅଭିଯୋଗ ହୋଇଛି। ପରେ ପରିବାର ଲୋକ ୧୦୮ ଆମ୍ବୁଲାନ୍ସ ଯୋଗେ ଆହତ ବିଭୀଷଣକୁ ବୌଦ୍ଧ ମେଡିକାଲ ଚିକତ୍ସା ପାଇଁ ନେଇଥିବା ବେଳେ ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ଏନେଇ ଉକ୍ତ ଦିନ ବିଭୀଷଣଙ୍କ ସ୍ତ୍ରୀ ରୁନୁ ପୁରୁଣାକଟକ ଥାନାରେ ଲିଖିତ ଅଭିଯୋଗ କରିଥିେଇ। ଅଭିଯୋଗ ପରେ ପୁରୁଣାକଟକ ଥାନା ପୋଲିସ ନଂ ୭୧/୧୮ରେ ଏକ ହତ୍ୟା ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ଏହି ଘଟଣାରେ ପୋଲିସ ଅଭିଯୁକ୍ତ ପ୍ରଫୁଲ ସ୍ବାଇଁ (୫୫), ଆନନ୍ଦ ସ୍ବାଇଁ (୭୮) ଅଚ୍ୟୁତ ସ୍ବାଇଁ (୩୫) ଓ ବାବୁଲା ସ୍ବାଇଁ (୩୭)ଙ୍କୁ ଗତ ୯ା୭ା୨୦୧୮ରେ ଗିରଫ କରି କୋର୍ଟ ଚାଲାଣ କରିଥିଲା। ପରବର୍ତ୍ତୀ ସମୟରେ ଏହି ମାମଲା ଜିଲା ଦୌରାଜଜ୍‌ଙ୍କ ଅଦାଲତରେ (ଏସଟି ୮୫/୧୮) ରେ ବିଚାର ହୋଇଥିଲା। ସରକାରଙ୍କ ପକ୍ଷରୁ ୨୩ ଜଣ ସାକ୍ଷୀଙ୍କ ବୟାନକୁ ଭିତ୍ତି କରି ପ୍ରମାଣ ଥିବା ନେଇ ଅଦାଲତ ଅଭିଯୁକ୍ତ ଦୁଇ ପୁତୁରା ଅଚ୍ୟୁତ ସ୍ବାଇଁ ଓ ବାବୁଲା ସ୍ବାଇଁକୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିବା ସହ ୧୦ ହଜାର ଟଙ୍କା ଜରିମାନା ଆଦେଶ ପ୍ରଦାନ କରିଛନ୍ତି। ତେବେ ଭାଇ ଆନନ୍ଦ ସ୍ବାଇଁ ଓ ଭଣଜା ପ୍ରଫୁଲ ସ୍ବାଇଁଙ୍କୁ ପ୍ରମାଣ ଅଭାବରୁ ନିଦ୍ଦୋର୍ଷରେ ଖଲାସକରିଛନ୍ତି। ସରକାରଙ୍କ ପକ୍ଷରୁ ଏହି ମାମଲାକୁ ସରକାରୀ ଓକିଲ ସବିତା କୁମାରୀ ପଣ୍ଡା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ

ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

ମୃତ୍ୟୁ ସହ ୧୦ ଦିନର ସଂଗ୍ରାମ ପରେ ହାରିଗଲେ ସଞ୍ଜୟ: ନାଗ ସାପ ଚୋଟରେ ଚାଲିଗଲା ୨୮ ବର୍ଷର ଉଦ୍ଦଣ୍ଡ ଯୁବକଙ୍କ ଜୀବନ

ଗୁଡ଼ାରି,୬।୧୦(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅନ୍ତର୍ଗତ ଅସଡ଼ା ଗ୍ରାମପଞ୍ଚାୟତର ବାମୁଣୀଡଙ୍ଗର ଗ୍ରାମରେ ମଙ୍ଗଳବାର ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସାପ କାମୁଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?