Posted inଜାତୀୟ

ଅଭିଯୁକ୍ତ ଶଙ୍କରଙ୍କ ଯୁକ୍ତି: ବିମାନରେ ସେ ନୁହନ୍ତି, ବରଂ ମହିଳା ନିଜେ ନିଜ ଉପରେ କରିଥିଲେ ପରିସ୍ରା…

ନୂଆଦିଲ୍ଲୀ,୧୩।୧: ଏୟାର ଇଣ୍ଡିଆ ବିମାନରେ ଜଣେ ମହିଳାଙ୍କ ଉପରେ ପରିସ୍ରା କରିବା ମାମଲାରେ ନୂଆ ମୋଡ। ଅଭିଯୁକ୍ତ ଶଙ୍କର ମିଶ୍ର କୋର୍ଟରେ ଭିନ୍ନ କାହାଣୀ ଉପସ୍ଥାପନ କରିଛନ୍ତି। ସେ ନୁହନ୍ତି ବରଂ ମହିଳା ନିଜେ ପରିସ୍ରା କରିଥିବା ଶଙ୍କର କହିଛନ୍ତି। ଏପରିକି ମହିଳାଙ୍କ ସିଟ୍‌ ପର୍ଯ୍ୟନ୍ତ ଯିବା ତାଙ୍କ ପକ୍ଷେ ସମ୍ଭବ ନ ଥିଲା ବୋଲି ସେ କହିଛନ୍ତି।

କୋର୍ଟରେ ଶଙ୍କରଙ୍କ ଓକିଲ କହିଛନ୍ତି,ଅଭିଯୋଗକାରୀ ମହିଳାଙ୍କ ସିଟ୍‌କୁ ଅବରୋଧ କରାଯାଇଥିଲା। ଏଣୁ ଶଙ୍କର ସେଠାକୁ ଯିବା ସମ୍ଭବ ନୁହେଁ। ମହିଳାମାନଙ୍କର ଏହି ସମସ୍ୟା ରହିଛି। ସେ ନିଜେ ପରିସ୍ରା କରିଛନ୍ତି। କାରଣ ସେ ଜଣେ କଥକ ନୃତ୍ୟଶିଳ୍ପୀ। ୮୦% କଥକ ନୃତ୍ୟଶିଳ୍ପୀଙ୍କର ଏହି ସମସ୍ୟା ରହିଛି।

ଅଭିଯୁକ୍ତଙ୍କ ଏଭଳି ଦାବି ପରେ ସେଶନ କୋର୍ଟର ବିଚାରପତି କହିଥିଲେ ଯେ, ବିମାନର ଗୋଟିଏ ପାର୍ଶ୍ୱରୁ ଅନ୍ୟ ପାର୍ଶ୍ୱକୁ ଯିବା ଅସମ୍ଭବ ନୁହେଁ। ଦୁଃଖିତ। ହେଲେ ମୁଁ ମଧ୍ୟ ଯାତ୍ରା କରିଛି। ଯେକେହି କୌଣସି ଧାଡ଼ିରୁ ଆସି କୌଣସି ସିଟ୍‌କୁ ଯାଇପାରିବ।

ଶଙ୍କରଙ୍କୁ ପଚରାଉଚରା କରିବା ଲାଗି କୋର୍ଟରେ ଦିଲ୍ଲୀ ପୋଲିସ ଆବେଦନ କରିଥିଲା। ଏହାକୁ ନେଇ ଜାରି ନୋଟିସର ଜବାବରେ ଶଙ୍କରଙ୍କ ପକ୍ଷରୁ ଏଭଳି ଯୁକ୍ତି କରାଯାଇଛି। ତେବେ ବୁଧବାର ତାଙ୍କ ଜାମିନ ଆବେଦନକୁ ପ୍ରତ୍ୟାଖ୍ୟାନ କରିଦିଆଯାଇଥିଲା।

କହିରଖୁଛୁ ଯେ, ଏୟାର ଇଣ୍ଡିଆ ନ୍ୟୁୟର୍କ-ଦିଲ୍ଲୀ ବିମାନରେ ଶଙ୍କର ନିଶାରେ ଥାଇ ଜଣେ ବୃଦ୍ଧାଙ୍କ ଉପରେ ପରିସ୍ରା କରିଥିବା ଅଭିଯୋଗ ହୋଇଛି। ଏହି ଘଟଣାକୁ ନେଇ ବିମାନ କମ୍ପାନୀ ଅନେକ ଅସୁବିଧାର ସମ୍ମୁଖୀନ ହୋଇଛି। ସେହିଭଳି ଶଙ୍କର ମଧ୍ୟ ଘଟଣା ପରଠାରୁ ଫେରାର ହୋଇଯାଇଥିଲେ। ଅନେକ ଚେଷ୍ଟା ପରେ ପୋଲିସ ତାଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫସଲ ବୀମା ଅଗଷ୍ଟ ୩୧ ପର୍ଯ୍ୟନ୍ତ ବୃଦ୍ଧି ଦାବି, ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ହିତ ପାଇଁ ୮ ଦଫା ଦାବି ନେଇ ଗଞ୍ଜାମ ଜିଲାପାଳଙ୍କ ଉଦ୍ଦେଶ୍ୟରେ…

ଭାରତୀୟ ଏମପିଙ୍କ ଠୁ ଏତେ ଅଧିକ ଦରମା ପାଆନ୍ତି ପାକିସ୍ତାନୀ ଏମପି? ଜାଣନ୍ତୁ ସାଲାରୀ-ଭତ୍ତା ସବୁକିଛି…

ନୂଆଦିଲ୍ଲୀ,୩୦।୭: ଆଇନପ୍ରଣେତା ବା ସାଂସଦମାନଙ୍କ ସୁବିଧା ସୁଯୋଗକୁ ତୁଳନା କଲେ ଜଣାପଡ଼େ ଯେ, ପାକିସ୍ତାନୀ ଏବଂ ଭାରତୀୟ ସାଂସଦମାନେ ପ୍ରାୟ ସମାନ ମୂଳ ଦରମା ପାଇଥାନ୍ତି, କିନ୍ତୁ…

‘ଆପଣଙ୍କ ମୁହଁ ଖୋଲୁନାହିଁ, କିଏ ସିଲ୍ କରିଦେଇଛି…’, ଶାହାଙ୍କୁ ଖାର୍ଗେଙ୍କ କଡ଼ା ଟାର୍ଗେଟ

ନୂଆଦିଲ୍ଲୀ,୩୦।୭: ରାଜ୍ୟ ସଭାରେ ପେପର ଲିକ୍ ପ୍ରସଙ୍ଗକୁ ନେଇ ଆଲୋଚନା ସମୟରେ ମଲ୍ଲିକାର୍ଜୁନ ଖାର୍ଗେ କେନ୍ଦ୍ର ସରକାର ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କଡ଼ା ସମାଲୋଚନା…

ଭଞ୍ଜନଗରରେ ଖୁବ୍‌ଶୀଘ୍ର ‘ଘୁମୁସର ରେଡିଓ’, ୪୦ କିଲୋମିଟର ପରିଧିରେ ହେବ ପ୍ରସାରଣ

ଭଞ୍ଜନଗର,୩୦ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରବାସୀଙ୍କ ପାଇଁ ଖୁସି ଖବର। ସ୍ଥାନୀୟ ଅଞ୍ଚଳର ଲୋକଙ୍କ ସ୍ବର, ସମସ୍ୟା ଓ ସଂସ୍କୃତିକୁ ନେଇ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି…

ସରକାରୀ ଦେଶୀ ମଦଭାଟି ବନ୍ଦ ଦାବି ଜୋର୍‌ ଧରିଲା, ଜିଲାପାଳ-ଅବକାରୀ ଅଧୀକ୍ଷକଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଅବକାରୀ ଅଧୀନରେ ଥିବା ନୋଳିଆ ନୂଆଗାଁ ସରକାରୀ ଦେଶୀ ମଦଭାଟି ବନ୍ଦ କରିବା ଦାବି ନେଇ ଗୁରୁବାର ଛତ୍ରପୁର ବ୍ଲକ ଅଧ୍ୟକ୍ଷା…

ଗେରୁଆ ରଙ୍ଗର ଜର୍ସିକୁ ନେଇ ହକି ଇଣ୍ଡିଆର ସ୍ପଷ୍ଟୀକରଣ, କାହିଁକି ବଛାଗଲା ଏହି ରଙ୍ଗ କହିଲା କାରଣ

ନୂଆଦିଲ୍ଲୀ,୩୦।୭: ଭାରତୀୟ ହକି ଟିମ୍‌ ଉଭୟ ପୁରୁଷ ଓ ମହିଳା ଟିମର ଜର୍ସିର ରଙ୍ଗ ନୀଳରୁ ଗେରୁଆ କରିଛି । ଗେରୁଆ ଜର୍ସିରେ ୨୦୨୬ FIH ହକି…

Shukra Gochar: ୪ ରାଶିଙ୍କ ଅଯଥା ହେବ ଧନ ହାନୀ! ହଠାତ୍ ଚାକିରିରୁ ହେବେ ବିଦା..

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆଜି, ଶୁକ୍ର ଗ୍ରହ ଉତ୍ତରାଫାଲଗୁନି ନକ୍ଷତ୍ରରେ ପ୍ରବେଶ କରିଛନ୍ତି। ସକାଳ ୪:୫୬ ସମୟରେ ହୋଇଥିବା ଶୁକ୍ରଙ୍କ ଏହି ଗୋଚର ଶୁଭ, କିନ୍ତୁ ଏପରି…

ଲକ୍ଷ୍ମୀ ଯୋଜନା: ପ୍ରତିମାସରେ ମିଳିବ ୨୫୦୦ଟଙ୍କା, RD ରେ ଜମା କଲେ ସିଧା ୧ ଲକ୍ଷ! ଜାଣନ୍ତୁ ସମ୍ପୂର୍ଣ୍ଣ ହିସାବ…

ନୂଆଦିଲ୍ଲୀ,୩୦।୭: ସାଧାରଣତଃ ଆମକୁ ଟଙ୍କା ମିଳିଲେ ଆମେ ତାହା ଖର୍ଚ୍ଚ କରିଦେଇଥାଉ, କିନ୍ତୁ କିଛି ଟଙ୍କା ଯଦି ଆର.ଡି. (RD) ରେ ନିବେଶ କରାଯାଏ, ତେବେ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri