Posted inଜାତୀୟ

ଅଭିଯୁକ୍ତ ଶଙ୍କରଙ୍କ ଯୁକ୍ତି: ବିମାନରେ ସେ ନୁହନ୍ତି, ବରଂ ମହିଳା ନିଜେ ନିଜ ଉପରେ କରିଥିଲେ ପରିସ୍ରା…

ନୂଆଦିଲ୍ଲୀ,୧୩।୧: ଏୟାର ଇଣ୍ଡିଆ ବିମାନରେ ଜଣେ ମହିଳାଙ୍କ ଉପରେ ପରିସ୍ରା କରିବା ମାମଲାରେ ନୂଆ ମୋଡ। ଅଭିଯୁକ୍ତ ଶଙ୍କର ମିଶ୍ର କୋର୍ଟରେ ଭିନ୍ନ କାହାଣୀ ଉପସ୍ଥାପନ କରିଛନ୍ତି। ସେ ନୁହନ୍ତି ବରଂ ମହିଳା ନିଜେ ପରିସ୍ରା କରିଥିବା ଶଙ୍କର କହିଛନ୍ତି। ଏପରିକି ମହିଳାଙ୍କ ସିଟ୍‌ ପର୍ଯ୍ୟନ୍ତ ଯିବା ତାଙ୍କ ପକ୍ଷେ ସମ୍ଭବ ନ ଥିଲା ବୋଲି ସେ କହିଛନ୍ତି।

କୋର୍ଟରେ ଶଙ୍କରଙ୍କ ଓକିଲ କହିଛନ୍ତି,ଅଭିଯୋଗକାରୀ ମହିଳାଙ୍କ ସିଟ୍‌କୁ ଅବରୋଧ କରାଯାଇଥିଲା। ଏଣୁ ଶଙ୍କର ସେଠାକୁ ଯିବା ସମ୍ଭବ ନୁହେଁ। ମହିଳାମାନଙ୍କର ଏହି ସମସ୍ୟା ରହିଛି। ସେ ନିଜେ ପରିସ୍ରା କରିଛନ୍ତି। କାରଣ ସେ ଜଣେ କଥକ ନୃତ୍ୟଶିଳ୍ପୀ। ୮୦% କଥକ ନୃତ୍ୟଶିଳ୍ପୀଙ୍କର ଏହି ସମସ୍ୟା ରହିଛି।

ଅଭିଯୁକ୍ତଙ୍କ ଏଭଳି ଦାବି ପରେ ସେଶନ କୋର୍ଟର ବିଚାରପତି କହିଥିଲେ ଯେ, ବିମାନର ଗୋଟିଏ ପାର୍ଶ୍ୱରୁ ଅନ୍ୟ ପାର୍ଶ୍ୱକୁ ଯିବା ଅସମ୍ଭବ ନୁହେଁ। ଦୁଃଖିତ। ହେଲେ ମୁଁ ମଧ୍ୟ ଯାତ୍ରା କରିଛି। ଯେକେହି କୌଣସି ଧାଡ଼ିରୁ ଆସି କୌଣସି ସିଟ୍‌କୁ ଯାଇପାରିବ।

ଶଙ୍କରଙ୍କୁ ପଚରାଉଚରା କରିବା ଲାଗି କୋର୍ଟରେ ଦିଲ୍ଲୀ ପୋଲିସ ଆବେଦନ କରିଥିଲା। ଏହାକୁ ନେଇ ଜାରି ନୋଟିସର ଜବାବରେ ଶଙ୍କରଙ୍କ ପକ୍ଷରୁ ଏଭଳି ଯୁକ୍ତି କରାଯାଇଛି। ତେବେ ବୁଧବାର ତାଙ୍କ ଜାମିନ ଆବେଦନକୁ ପ୍ରତ୍ୟାଖ୍ୟାନ କରିଦିଆଯାଇଥିଲା।

କହିରଖୁଛୁ ଯେ, ଏୟାର ଇଣ୍ଡିଆ ନ୍ୟୁୟର୍କ-ଦିଲ୍ଲୀ ବିମାନରେ ଶଙ୍କର ନିଶାରେ ଥାଇ ଜଣେ ବୃଦ୍ଧାଙ୍କ ଉପରେ ପରିସ୍ରା କରିଥିବା ଅଭିଯୋଗ ହୋଇଛି। ଏହି ଘଟଣାକୁ ନେଇ ବିମାନ କମ୍ପାନୀ ଅନେକ ଅସୁବିଧାର ସମ୍ମୁଖୀନ ହୋଇଛି। ସେହିଭଳି ଶଙ୍କର ମଧ୍ୟ ଘଟଣା ପରଠାରୁ ଫେରାର ହୋଇଯାଇଥିଲେ। ଅନେକ ଚେଷ୍ଟା ପରେ ପୋଲିସ ତାଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓବିସି ବର୍ଗର ସବୁଠୁ ବଡ଼ ଶତ୍ରୁ ହେଉଛି କଂଗ୍ରେସ: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୪ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର କଂଗ୍ରେସ ନେତୃତ୍ୱାଧୀନ କର୍ଣ୍ଣାଟକ ସରକାରଙ୍କ ମୁସଲିମ ସମ୍ପ୍ରଦାୟକୁ ରାଜ୍ୟ ଓବିସି ତାଲିକାରେ ଅନ୍ତର୍ଭୁକ୍ତ କରିବା ନିଷ୍ପତ୍ତିକୁ ସମାଲୋଚନା କରି...

ଏହି ଆସନରେ ନିଜର ପ୍ରାର୍ଥୀଙ୍କୁ ଭୋଟ୍‌ ନଦେବାକୁ ନିବେଦନ କରୁଛି କଂଗ୍ରେସ

ନୂଆଦିଲ୍ଲୀ,୨୪ା୪: ଦେଶରେ ଜାରି ରହିଥିବା ସାଧାରଣ ନିର୍ବାଚନକୁ ନେଇ ନାନା ରୋଚକ ଖବରମାନ ଦେଖିବାକୁ ମିଳୁଛି। ଏହାରି ମଧ୍ୟରେ ରାଜସ୍ଥାନରେ କଂଗ୍ରେସ ଏହାର ଏକ ପ୍ରାର୍ଥିଙ୍କୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଏହି ଆସନରୁ ନିର୍ବାଚନ ଲଢିବେ ଅଖିଳେଶ,ଗୁରୁବାର ପ୍ରାର୍ଥିପତ୍ର ଦାଖଲ

ଲକ୍ଷ୍ନୌ,୨୪।୪: ଏସପି ସୁପ୍ରିମୋ ଅଖିଲେଶ ଯାଦବ କନ୍ନୌଜ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ନାମାଙ୍କନପତ୍ର ଦାଖଲ କରାଯିବ। ଏହାପୂର୍ବରୁ ଏସପି...

ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ

ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟବତମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ...

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି।...

ସନ୍ଦେହ ଆଧାରରେ ନିଷ୍ପତ୍ତି ଦିଆଯିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୪ା୪: ନିର୍ବାଚନ ଆୟୋଗଙ୍କ ସ୍ପଷ୍ଟୀକରଣ ପରେ ସୁପ୍ରିମକୋର୍ଟ ବୁଧବାର ଇଭିଏମ୍‌ ଭିଭିପାଟ ମାମଲାରେ ନିଜର ନିଷ୍ପତ୍ତି ସଂରକ୍ଷଣ କରିଛନ୍ତି ଏବଂ ସନ୍ଦେହ ଆଧାରରେ ଏହି ନିଷ୍ପତ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri