ବାପାଙ୍କୁ ଗୁଳିକରି ବନ୍ଧାହେଲେ ଅଭିଯୁକ୍ତ ପୁଅ

ବରପାଲି,୨।୪(ଡି.ଏନ୍‌.ଏ.): ବରଗଡ଼ ଜିଲା ବରପାଲି ଥାନା ଅଧୀନ ଚିନାଜୁରି ନିକଟସ୍ଥ କଦଳୀମୁଣ୍ଡା ଗ୍ରାମରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର ଗଙ୍ଗାଜଳ ମେହେରଙ୍କୁ ପୁଅ ବିକ୍ରମ ଗୁଳିମାଡ଼ କରିବାରୁ ସେ ଆହତ ହୋଇଛନ୍ତି।

ଆହତ ଗଙ୍ଗାଜଳଙ୍କୁ ପ୍ରଥମେ ଡୁଙ୍ଗୁରିପାଲି ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରାଥମିକ ଚିକିତ୍ସା ପରେ ବୁର୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଗଙ୍ଗାଜଳଙ୍କ ସ୍ତ୍ରୀ ରଜନୀଙ୍କ ଏତଲାକ୍ରମେ ବରପାଲି ପୋଲିସ ଏକ ମାମଲା(ନଂ.୧୧୮/୨୩)ରୁଜୁକରି ଅଭିଯୁକ୍ତ ପୁଅ ବିକ୍ରମଙ୍କୁ ଗିରଫ କରିଛି। ଏପରି କି ପୋଲିସ ଘଟଣାରେ ବ୍ୟବହୃତ ବନ୍ଧୁକକୁ ମଧ୍ୟ ଜବତ କରିଛି।

ମିଳିଥିବା ସୂଚନା ମୁତାବକ, ବିକ୍ରମ ଏବଂ ତାଙ୍କ ସ୍ତ୍ରୀ ଲକ୍ଷ୍ମୀଙ୍କ ମଧ୍ୟରେ କୌଣସି କାରଣକୁ ନେଇ ପାଟିତୁଣ୍ଡ ହୋଇଥିଲା। ହେଲେ ବାପା ଗଙ୍ଗାଜଳ ପୁଅ ବିକ୍ରମଙ୍କୁ ସେଥିରୁ ନିବୃତ୍ତ ରହିବାକୁ କହିଥିଲେ। ଏଥିରେ ସେ ରାଗିଯାଇ ଏକ ବନ୍ଧୁକ ବାହାରକରି ବାପାଙ୍କ ଉପରକୁ ଗୁଳି ଚଳାଇଥିଲେ। ଗୁଳିଟି ଗଙ୍ଗାଜଳଙ୍କ ପଛପଟେ ଅଣ୍ଟାତଳେ ବାଜିଥିଲା। ପ୍ରବଳ ରକ୍ତସ୍ରାବ ହେବାରୁ ତାଙ୍କୁ ତୁରନ୍ତ ଡୁଙ୍ଗୁରିପାଲି ସରକାରୀ ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ବୁର୍ଲା ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି। ବରପାଲି ଥାନା ଆଇଆଇସି ସବିତାଲତା ସେଠୀ ଘଟଣାର ତଦନ୍ତ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୭୭ ବନ ମହୋତ୍ସବ ପାଳିତ:ବିଭିନ୍ନ କିସମର ବୃକ୍ଷରୋପଣ

କର୍ଲାମୁଣ୍ଡା,୭।୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁଶୁର୍ଲା ଅମର ଯୁକ୍ତତିନି ମହାବିଦ୍ୟାଳୟ ଓ କେସିଙ୍ଗା ବନ ବିଭଗ ମିଳିତ ଉଦ୍ୟମରେ ମହାବିଦ୍ୟାଳୟ ପରିସରରେ ସୋମବାର ୭୭ତମ…

ବିଳମ୍ବିତ ରାତିରେ ରାସ୍ତାରୁ ଖସିଗଲା ବାଇକ୍, ଯୁବକଙ୍କ ଉପରେ ପଡ଼ିଗଲା…

କେନ୍ଦ୍ରାପଡ଼ା,୭।୭(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ କଜଳା ରାସ୍ତାରେ ସୋମବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଜଣେ ଅଚିହ୍ନା…

ମାଛ ଧରିବାକୁ ଯାଇ ବୈତରଣୀ ନଦୀରେ ଭାସିଗଲେ ଯୁବକ, ତାପରେ….

ପାଟଣା,୭।୭(ବୀର କିଶୋର ଦାଶ): ମାଛ ମାରିବାକୁ ଯାଇ ବୈତରଣୀ ନଦୀ ମୁହାଣରେ ଭାସି ଜଣେ ଯୁବକ ନିଖୋଜ ହୋଇଛନ୍ତି । ନିଖୋଜ ଯୁବକ ହେଉଛନ୍ତି ଟାଙ୍ଗରପଡ଼ା ପଂଚାୟତ…

ଚାକିରି ଛାଡ଼ି ଏବେ ଏହି କାମ କରିବେ ଡିସିପି ଜଗମୋହନ ମୀନା! ଜାଣନ୍ତୁ କେମିତି ଗ୍ରହଣ ହୁଏ ଆଇପିଏସ୍‌ ଅଧିକାରୀଙ୍କ ଇସ୍ତଫା:

ଭୁବନେଶ୍ୱର,୭।୭(ତ୍ରିନାଥ ମହାନ୍ତି):୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ତଥା ଭୁବନେଶ୍ୱର ଡିସିପି ଜଗମୋହନ ମୀନା ସରକାରୀ ଚାକିରି ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ସେ ପୋଲିସ ଡିଜିଙ୍କ ମାଧ୍ୟମରେ ରାଜ୍ୟ…

ନାବାଳିକା ବଳାତ୍କାର, ହତ୍ୟା ଅଭିଯୋଗରେ ଜଣଙ୍କୁ ପିଟି ମାରିଦେଲେ

ବାରୁଇପୁର(ପଶ୍ଚିମବଙ୍ଗ),୭।୭: ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା ଜିଲା ଅନ୍ତର୍ଗତ ବାରୁଇପୁର ଅଞ୍ଚଳରେ ଜଣେ ୧୧ ବର୍ଷୀୟା ବାଳିକାଙ୍କ ମୃତଦେହ ରବିବାର ମିଳିବା ପରେ ତାଙ୍କୁ ବଳାତ୍କାର ପରେ…

ବେଳାଭୂମି ଅବକ୍ଷୟ ପ୍ରସଙ୍ଗ:ଜିଲାପାଳଙ୍କ ପ୍ରତିଶ୍ରୁତି ପରେ ଆନ୍ଦୋଳନ ସ୍ଥଗିତ

ଗଞ୍ଜାମ,୬।୭(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହେଉଛି ସମୁଦ୍ର l ସମୁଦ୍ରର ଉଚ୍ଚ ଜୁଆର ଯୋଗୁ ଗୋଖର କୁଦାଠାରୁ ପୋଡମ ପେଟା, ବଟେଶ୍ୱର ବେଳାଭୂମି ଦେଇ ପ୍ରାୟଗି…

ରୋନାଲ୍ଡୋଙ୍କ ବିଶ୍ୱକପ୍‌ ସ୍ବପ୍ନ ଶେଷ: ବିଶ୍ୱକପ୍‌ରୁ ବିଦା ହେଲା ପର୍ତ୍ତୁଗାଲ

ଆର୍ଲିଂଟନ,୭ା୭:ଇଞ୍ଜୁରି ଟାଇମ୍‌ରେ ମିକେଲ ମେରିନୋଙ୍କ ଗୋଲ ବଳରେ ସୋମବାର ରାତିରେ ଅନୁଷ୍ଠିତ ଚଳିତ ବିଶ୍ୱକପ୍‌ର ଏକ ପ୍ରି-କ୍ୱାର୍ଟର ଫାଇନାଲରେ ସ୍ପେନ ୧-୦ ଗୋଲରେ ପର୍ତ୍ତୁଗାଲକୁ ପରାସ୍ତ କରି…

ବନ ମହୋତ୍ସବରେ, ଚାରା ରୋପଣ କଲେ ବ୍ରହ୍ମପୁର ବନଖଣ୍ଡ ଅଧିକାରୀ

ଦିଗପହଣ୍ଡି,୭।୭(ଅଶେଷ ନାଥ ମିଶ୍ର):  ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଆନୁକୂଲ୍ୟରେ ୭୭ ତମ ବନ ମହୋତ୍ସବ ସପ୍ତାହ ପାଳନ ହୋଇଯାଇଛି । ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri