Posted inଜାତୀୟ

ବୋମା ତିଆରି ପାଇଁ ଏଆଇ ପ୍ଲାଟ୍‌ଫର୍ମ ବ୍ୟବହାର କରିଥିଲେ ଅଭିଯୁକ୍ତ

ନୂଆଦିଲ୍ଲୀ,୨୫ା୫(ପି.ଟି.):ଦିଲ୍ଲୀ ଲାଲ୍‌କିଲ୍ଲା ବିସ୍ଫୋରଣ ମାମଲାରେ ଚାର୍ଜଶିଟ୍‌ ହୋଇଥିବା ଅଭିଯୁକ୍ତଙ୍କର ବୈଶ୍ୱିକ ଆତଙ୍କବାଦୀ ସଂଗଠନ ଅଲ୍‌କାଏଦା ସହ ସମ୍ପୃକ୍ତି ରହିଛି ଓ ସେ ବୋମା ପ୍ରସ୍ତୁତି ପାଇଁ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ପ୍ଲାଟ୍‌ଫର୍ମର ଦୁରୁପଯୋଗ କରିଥିଲେ। ମାମଲାର ତଦନ୍ତ କରୁଥିବା ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ଏହା ଜାଣିବାକୁ ପାଇଛି। ଅଭିଯୁକ୍ତମାନେ ରକେଟ ଆଇଇଡି (ଉନ୍ନତ ବିସ୍ଫୋରକ ଉପକରଣ) ତିଆରି କରିବା ସହ ସେଗୁଡ଼ିକୁ ଜମ୍ମୁ-କଶ୍ମୀରର ଅନନ୍ତନାଗ ଜିଲା ଅନ୍ତର୍ଗତ କାଜିଗୁଣ୍ଡ ଜଙ୍ଗଲରେ ପରୀକ୍ଷା କରିଥିଲେ।
ଗତବର୍ଷ ନଭେମ୍ବର ୧୦ରେ ଲାଲ୍‌କିଲ୍ଲା ନିକଟରେ ଆଇଇଡି ଖଞ୍ଜାଯାଇଥିବା ଏକ କାର୍‌ ବିସ୍ଫୋରଣ ହେବାରୁ ୧୩ ଜଣଙ୍କ ମୃତ୍ୟୁ ଘଟିବା ସହ ୩୦ ଜଣ ଆହତ ହୋଇଥିଲେ। ଏନ୍‌ଆଇଏ ଗତ ୧୪ ତାରିଖରେ ୭,୫୦୦ ପୃଷ୍ଠାର ଚାର୍ଜଶିଟ୍‌ ଦାଖଲ କରିଥିଲା। ଏନ୍‌ଆଇଏ କୋର୍ଟରେ ଦାଖଲ ହୋଇଥିବା ଉକ୍ତ ଚାର୍ଜଶିଟ୍‌ ଅନୁଯାୟୀ, ଆଇଇଡି ତିଆରି ଏବଂ ବ୍ୟବହାରରେ ଅଭିଯୁକ୍ତମାନେ ଅତ୍ୟନ୍ତ ସତର୍କତା ଏବଂ ପ୍ରାୟ ଲାବରେଟୋରି ଗ୍ରେଡ୍‌ର ପଦ୍ଧତି ଅବଲମ୍ବନ କରିଥିଲେ। ଚାର୍ଜଶିଟ୍‌ ହୋଇଥିବା ଜଣେ ଅଭିଯୁକ୍ତ ଅନସର ଘଜଓ୍ବତ-ଉଲ୍‌ ହିନ୍ଦ୍‌ ଆତଙ୍କବାଦୀ ମଡ୍ୟୁଲ୍‌ର ଇନ୍‌ହାଉସ୍‌ ଇଞ୍ଜିନିୟର ଏବଂ ତାଙ୍କର ଅଲ୍‌ କାଏଦା ସହ ସମ୍ପୃକ୍ତି ଥିବା ଜଣାପଡ଼ିଛି। ପୂର୍ବରୁ ଫରିଦାବାଦର ଅଲ୍‌ ଫଲାହ ୟୁନିଭର୍ସିଟି କ୍ୟାମ୍ପ୍‌ସରେ ରହୁଥିବା ଅଭିଯୁକ୍ତ ଜସିର ବିଲାଲ ଓ୍ବାନି ଷଡ଼ଯନ୍ତ୍ର ପାଇଁ ୨୦୨୪-୨୫ରେ ୨/୩ଟି ଘଟଣାରେ ପ୍ରଯୁକ୍ତିଗତ ସହାୟତା ଯୋଗାଇଥିଲେ ବୋଲି ଚାର୍ଜଶିଟ୍‌ରେ ଉଲ୍ଲେଖ ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri