ପୂଜକ ବେଶରେ ଅଭିଯୁକ୍ତ ଗିରଫ

ଦେବଗଡ଼,୧୭।୪(ଡି.ଏନ.ଏ.): ଦେବଗଡ଼ ସହରର ଜଣେ କପଡା ବ୍ୟବସାୟୀଙ୍କଠାରୁ ୨୦ ଲକ୍ଷ ଟଙ୍କା ଠକିନେଇ ଫେରାର ହୋଇଯାଇଥିବା ଯୁବକ ଅତୁଲ୍ୟ ମିଶ୍ରଙ୍କୁ ପୋଲିସ ଶୁକ୍ରବାର ଗିରଫ କରି କୋର୍ଟ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ ଜେଲକୁ ପଠାଇଦିଆଯାଇଛି। ଅଭିଯୁକ୍ତ ଯୁବକ ଛଦ୍ମବେଶରେ ରହିଥିଲେ। ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅନ୍ତର୍ଗତ ଚମ୍ପାମାଲ ଗ୍ରାମରେ ରହି ନିକଟସ୍ଥ ପଥରଘାଟ ହନୁମାନ ମନ୍ଦିର ପୂଜକ ଭାବେ କାର୍ଯ୍ୟ କରୁଥିଲେ। ଅତୁଲ୍ୟଙ୍କ ଘର ଅନୁଗୋଳ ଜିଲା ଛେଣ୍ଡିପଦା ଅଞ୍ଚଳରେ।
କିଛିବର୍ଷ ହେଲା ଦେବଗଡ଼ ଥାନା ଅନ୍ତର୍ଗତ ସରତଳା ଗ୍ରାମରେ ରହି ଅତୁଲ୍ୟ ବ୍ୟବସାୟ କରୁଥିଲେ। ଗତ ୨୦୨୦ ଜାନୁୟାରୀରେ ଦେବଗଡ଼ ସହର ମୁଖ୍ୟ ବଜାରର ରାଜେଶ ଗୋଏଲ ନାମକ ଜଣେ ବ୍ୟବସାୟୀଙ୍କଠାରୁ ୨୦ ଲକ୍ଷ ଟଙ୍କା ଠକି ନେଇଥିଲେ। ବ୍ୟବସାୟୀ ରାଜେଶ ଏ ସମ୍ପର୍କରେ ସେହିମାସ ୫ ତାରିଖରେ ଦେବଗଡ଼ ଆଦର୍ଶ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ ତାଙ୍କ ବିରୋଧରେ ଏକ ଠକେଇ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ମାତ୍ର ଅଭିଯୁକ୍ତ ଅତୁଲ୍ୟ ଫେରାର ହୋଇଯିବାରୁ ତାଙ୍କୁ ଗିରଫ କରିପାରି ନ ଥିଲା। ପରବର୍ତ୍ତୀ ସମୟରେ ପୋଲିସ କୋର୍ଟ ୱାରେଣ୍ଟ ବଳରେ ତାଙ୍କୁ ଗିରଫ କରିବାକୁ ଉଦ୍ୟମ କରିଥିଲେ ମଧ୍ୟ ଏହା ସଫଳ ହୋଇ ନ ଥିଲା। ଅତୁଲ୍ୟ ନିଜର ବେଶ ବଦଳାଇ ମନ୍ଦିର ପୂଜକ ସାଜିଥିଲେ। ଏ ସମ୍ପର୍କରେ ବିଶ୍ୱସ୍ତ ସୂତ୍ରରୁ ସୂଚନା ମିଳିବା ପରେ ଏସ୍‌ପି ମନୋଜ କୁମାର ମାହାନ୍ତଙ୍କ ନିର୍ଦ୍ଦେଶ କ୍ରମେ ଗୁରୁବାର ଦେବଗଡ଼ ଏସ୍‌ଡିପିଓ ପ୍ରତ୍ୟୁଷ ମହାପାତ୍ର, ଦେବଗଡ଼ ଆଦଶର୍ର୍ ଥାନା ଅଧିକାରୀ ସୁରେନ୍ଦ୍ର କୁମାର ନାୟକ ଓ ସବ୍‌ଇନ୍ସପେକ୍ଟର ଡି.ଦଳେଇ ଚମ୍ପାମାଲ ଗ୍ରାମକୁ ଯାଇ ଚଢାଉ କରିଥିଲେ। ଅତୁଲ୍ୟଙ୍କ ନାମରେ ବିଭିନ୍ନ ଥାନାରେ ପ୍ରାୟ ୫୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଠକେଇ ମାମଲା ରହିଥିବା ପୋଲିସ ସୂତ୍ରରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଆସନରେ ପ୍ରାର୍ଥୀ ବଦଳାଇଲା ଭାଜପା: କର୍ମୀଙ୍କ ମଧ୍ୟରେ ଖୁସିର ମାହୋଲ

ପଟ୍ଟାଙ୍ଗି,୧୬।୦୪(ଶରତ ଧଳ): କୋରାପୁଟ ଲୋକ ସଭା ଅଧିନସ୍ଥ ପଟ୍ଟାଙ୍ଗି ନିର୍ବାଚନ ମଣ୍ଡଳୀକୁ ହାତେଇବା ପାଇଁ ତିନି ଦଳ ମଧ୍ୟରେ ଆଗଭର ଦେଖାଦେଇଛି। ଏଥିପାଇଁ ଦଳୀୟ କର୍ମୀଙ୍କ...

ଦଳରେ ମିଶୁମିଶୁ ମିଳିଗଲା ଟିକେଟ

ଭୁବନେଶ୍ୱର,୧୨।୪: ଭାଜପା ମଙ୍ଗଳବାର ୨୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ କୋରାପୁଟ ଜିଲା ଲକ୍ଷ୍ମୀପୁର ନିର୍ବାଚନ ମଣ୍ଡଳୀ ପାଇଁ ପୂର୍ବତନ ବିଧାୟକ କୈଳାଶ...

ସାଙ୍ଗରେ ପ୍ରଚାର କରୁଛନ୍ତି ଅରୂପ, ରୁଦ୍ର

ପୁରୀ,୧୬।୪: ନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି ନେତାଙ୍କ ପ୍ରଚାର ମଧ୍ୟ ଜୋର ଧରିଛି। ଏହି ପରିପ୍ରେକ୍ଷୀରେ ବିଜେଡି ପକ୍ଷରୁ ସୋମବାର ପୁରୀ ନିର୍ବାଚନମଣ୍ଡଳୀରେ ପ୍ରଚାରକୁ...

ସିରିଜ ଦୁର୍ଘଟଣା: ୨ ମୃତ, ଜଣେ ଗୁରୁତର

କେନ୍ଦୁଝର,୧୬।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହର ଏନଏଚ ୨୦ର ଧୃପଦା ନିକଟରେ ଏକ ସିରିଜ ଦୁର୍ଘଟଣା ଘଟିଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟଜଣେ...

ସହରରେ ପଶିଲା ବାର୍‌ହା, ବଢିଲା ଭୟ

କେନ୍ଦୁଝର,୧୬।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହର ଜିଲା କୋର୍ଟ ନିକଟ ମାର୍କେଟ କମ୍ପ୍ଲେକ୍ସର ଆପୋଲ ମେଡିସିନ ଦୋକାନ ଭିତରେ ମଙ୍ଗଳବାର ଏକ ବଣୁଆ ବାର୍‌ହା ହଠାତ୍‌...

ଜଙ୍ଗଲ ଜମିରୁ ମୋରମ ଲୁଟ୍‌

କୋରେଇ,୧୬।୪(ଚନ୍ଦ୍ରକାନ୍ତ ପତି):ଯାଜପୁର ଜିଲା ବ୍ୟାସନଗର ତହସିଲ ଅଧୀନ ରଗ ଅଞ୍ଚଳରେ ଦିନକୁ ଦିନ ରାଜସ୍ବ ଲୁଟ୍‌ ବୃଦ୍ଧି ପାଉଛି । ନିକଟସ୍ଥ ଜଙ୍ଗଲ ଜମିରୁ ମୋରମ...

ସ୍କ୍ବାଡ୍‌ ଗଠନ ହୋଇଛି, ପ୍ରଶାସନିକ ଚଢ଼ାଉ ନାହିଁ

କେନ୍ଦ୍ରାପଡ଼ା, ୧୬ା୪ (ଜଗନ୍ନାଥ ଧଳ):କେନ୍ଦ୍ର ସରକାରଙ୍କ ଜାତୀୟ ସ୍ବାସ୍ଥ୍ୟ ପରିବାର ସର୍ବେକ୍ଷଣ ରିପୋର୍ଟକୁ ନେଇ ସାମାଜିକ ଗଣମାଧ୍ୟମରେ ଆଲୋଚନା ଆରମ୍ଭ ହୋଇଛି। ଜାତୀୟ ହାର ତୁଳନାରେ...

ସମସ୍ୟା ଘେରରେ ପଟ୍ଟାମୁଣ୍ଡାଇ ବ୍ଲକ, ମ୍ୟୁନିସିପାଲିଟି

ପଟ୍ଟାମୁଣ୍ଡାଇ, ୧୬ା୪(କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲାର ରାଜନଗର ଏକ ଚର୍ଚ୍ଚିତ ନିର୍ବାଚନମଣ୍ଡଳୀ ପଟ୍ଟାମୁଣ୍ଡାଇ-ରାଜନଗର ଅଞ୍ଚଳକୁ ନେଇହୋଇଛି। ହେଲେ ପଟ୍ଟାମୁଣ୍ଡାଇ ବ୍ଲକ ଓ ମ୍ୟୁନିସିପାଲିଟି ଅବହେଳିତ ଅବସ୍ଥାରେ ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri