ପୂଜକ ବେଶରେ ଅଭିଯୁକ୍ତ ଗିରଫ

ଦେବଗଡ଼,୧୭।୪(ଡି.ଏନ.ଏ.): ଦେବଗଡ଼ ସହରର ଜଣେ କପଡା ବ୍ୟବସାୟୀଙ୍କଠାରୁ ୨୦ ଲକ୍ଷ ଟଙ୍କା ଠକିନେଇ ଫେରାର ହୋଇଯାଇଥିବା ଯୁବକ ଅତୁଲ୍ୟ ମିଶ୍ରଙ୍କୁ ପୋଲିସ ଶୁକ୍ରବାର ଗିରଫ କରି କୋର୍ଟ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ ଜେଲକୁ ପଠାଇଦିଆଯାଇଛି। ଅଭିଯୁକ୍ତ ଯୁବକ ଛଦ୍ମବେଶରେ ରହିଥିଲେ। ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅନ୍ତର୍ଗତ ଚମ୍ପାମାଲ ଗ୍ରାମରେ ରହି ନିକଟସ୍ଥ ପଥରଘାଟ ହନୁମାନ ମନ୍ଦିର ପୂଜକ ଭାବେ କାର୍ଯ୍ୟ କରୁଥିଲେ। ଅତୁଲ୍ୟଙ୍କ ଘର ଅନୁଗୋଳ ଜିଲା ଛେଣ୍ଡିପଦା ଅଞ୍ଚଳରେ।
କିଛିବର୍ଷ ହେଲା ଦେବଗଡ଼ ଥାନା ଅନ୍ତର୍ଗତ ସରତଳା ଗ୍ରାମରେ ରହି ଅତୁଲ୍ୟ ବ୍ୟବସାୟ କରୁଥିଲେ। ଗତ ୨୦୨୦ ଜାନୁୟାରୀରେ ଦେବଗଡ଼ ସହର ମୁଖ୍ୟ ବଜାରର ରାଜେଶ ଗୋଏଲ ନାମକ ଜଣେ ବ୍ୟବସାୟୀଙ୍କଠାରୁ ୨୦ ଲକ୍ଷ ଟଙ୍କା ଠକି ନେଇଥିଲେ। ବ୍ୟବସାୟୀ ରାଜେଶ ଏ ସମ୍ପର୍କରେ ସେହିମାସ ୫ ତାରିଖରେ ଦେବଗଡ଼ ଆଦର୍ଶ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ ତାଙ୍କ ବିରୋଧରେ ଏକ ଠକେଇ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ମାତ୍ର ଅଭିଯୁକ୍ତ ଅତୁଲ୍ୟ ଫେରାର ହୋଇଯିବାରୁ ତାଙ୍କୁ ଗିରଫ କରିପାରି ନ ଥିଲା। ପରବର୍ତ୍ତୀ ସମୟରେ ପୋଲିସ କୋର୍ଟ ୱାରେଣ୍ଟ ବଳରେ ତାଙ୍କୁ ଗିରଫ କରିବାକୁ ଉଦ୍ୟମ କରିଥିଲେ ମଧ୍ୟ ଏହା ସଫଳ ହୋଇ ନ ଥିଲା। ଅତୁଲ୍ୟ ନିଜର ବେଶ ବଦଳାଇ ମନ୍ଦିର ପୂଜକ ସାଜିଥିଲେ। ଏ ସମ୍ପର୍କରେ ବିଶ୍ୱସ୍ତ ସୂତ୍ରରୁ ସୂଚନା ମିଳିବା ପରେ ଏସ୍‌ପି ମନୋଜ କୁମାର ମାହାନ୍ତଙ୍କ ନିର୍ଦ୍ଦେଶ କ୍ରମେ ଗୁରୁବାର ଦେବଗଡ଼ ଏସ୍‌ଡିପିଓ ପ୍ରତ୍ୟୁଷ ମହାପାତ୍ର, ଦେବଗଡ଼ ଆଦଶର୍ର୍ ଥାନା ଅଧିକାରୀ ସୁରେନ୍ଦ୍ର କୁମାର ନାୟକ ଓ ସବ୍‌ଇନ୍ସପେକ୍ଟର ଡି.ଦଳେଇ ଚମ୍ପାମାଲ ଗ୍ରାମକୁ ଯାଇ ଚଢାଉ କରିଥିଲେ। ଅତୁଲ୍ୟଙ୍କ ନାମରେ ବିଭିନ୍ନ ଥାନାରେ ପ୍ରାୟ ୫୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଠକେଇ ମାମଲା ରହିଥିବା ପୋଲିସ ସୂତ୍ରରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?