ପେଟ୍ରୋଲ, ଡ଼ିଜେଲ ଚୋରି କରି ଧରାପଡ଼ିଲେ ଅଭିଯୁକ୍ତ

ନାକଟିଦେଉଳ,୩୧ା୭(ବୈକୁଣ୍ଠ ନାଥ ସାହୁ): ନାକଟିଦେଉଳ ଥାନା ବାଟଗାଁ ଛକର ଏକ ଦୋକାନରୁ ଚୋରି ଘଟଣାରେ ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ସେମାନଙ୍କଠାରୁ ଗୋଟିଏ ଟ୍ରକ୍‌, ଗୋଟିଏ ବାଇକ୍‌ ଓ ୩୦ଲିଟର ପେଟ୍ରୋଲ ଜବତ କରିଛି। ଗିରଫ ଅଭିଯୁକ୍ତ ହେଲେ ବାଟଗାଁ ଗ୍ରାମର ଅମର ସାହୁ(୩୫) ଓ ବୁଲୁ ମୁଖି (୨୮)।

ମିଳିଥିବା ସୂଚନା ମୁତାବକ, ଜାମୁଯୋରୀ ପଞ୍ଚାୟତ ବାଗବର ଗ୍ରାମର ତ୍ରିନାଥ ଦେହୁରି ବାଟଗାଁ ଛକରେ ଏକ ଦୋକାନ ଘର ଭଡ଼ା ନେଇ ପେଟ୍ରୋଲ, ଡ଼ିଜେଲ ଆଦି ବିକ୍ରି କରିଆସୁଥିଲେ। ତେବେ ଗତ ୨୯ତାରିଖ ସନ୍ଧ୍ୟାରେ ତ୍ରିନାଥ ସବୁଦିନ ଭଳି ଦୋକାନ ବନ୍ଦ କରି ଘରକୁ ଚାଲିଯାଇଥିଲେ। ହେଲେ ୩୦ତାରିଖ ସକାଳେ ତାଙ୍କ ଦୋକାନ ତାଲା ଭଙ୍ଗାଯାଇ ୬୦ଲିଟର ଡ଼ିଜେଲ ଓ ୪୦ ଲିଟର ପେଟ୍ରୋଲ ଚୋରି ହୋଇଥିବା ଜାଣିବା ପରେ ସେ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ତଦନ୍ତ ବେଳେ ଅମର ନିଜ ଟ୍ରକ୍‌ରେ ଚୋରି ଡିଜେଲ ପକାଇଥିବା ଜାଣି ତାଙ୍କୁ କାବୁ କରିଥିଲା। ବୁଲୁ ଏଥିରେ ସହଯୋଗ କରିଥିବା ଜାଣି ପୋଲିସ ତାଙ୍କୁ ଗିରଫ କରିଥିଲା। ପଚାରାଉଚୁରା ପରେ ଉଭୟ ସତକଥା ପୋଲିସ ଆଗରେ ସ୍ବୀକାର କରିଥିଲେ। ପୋଲିସ ଏ ନେଇ ଏକ ମାମଲା (ନଂ.୧୨୦/୨୩) ରୁଜୁ କରିବା ସହ ସେମାନଙ୍କଠାରୁ ଜେଏଚ୍‌୦୫ବିଏସ୍‌-୯୭୯୫ନଂ. ଟ୍ରକ୍‌ , ଓଡ଼ି୧୯ଏସ-୯୮୮୦ ନମ୍ବର ବିଶିଷ୍ଟ ବାଇକ୍‌ ଜବତ କରିଥିଲା। ଗିରଫ ଅଭିଯୁକ୍ତ ଦ୍ୱୟଙ୍କୁ ଆଇପିସି ଦଫା ୪୫୭, ୩୮୦, ୩୪ରେ ରେଢାଖୋଲ କୋର୍ଟ ଚାଲାଣ କରାଯାଇଥିବା ଥାନା ଅଧିକାରୀ କୃପା ବାଗ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri