ଘରେ ପଶି ମହିଳାଙ୍କୁ ବଳାତ୍କାର: ଜେଲ୍‌ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୧ା୧୦: ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଥିଲା। ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ ଅଙ୍ଗଦ ମଳିକଙ୍କୁ ପୋଲିସ ଗୁରୁବାର ବ୍ରହ୍ମପୁର ଜିଲା ଦୌରା ଜଜ୍‌ କୋର୍ଟକୁ ଚାଲାଣ କରିଛି। କେସ୍‌ ନଂ.୨୧୫/୨୦ ଦଫା – ୪୫୭/୩୭୬(ଆଇ) ଅନୁଯାୟୀ ଜାମିନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ଜେଲ୍‌ ହାଜତକୁ ପଠାଇ ଦିଆଯାଇଛି। ପୀଡ଼ିତା ଏବଂ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଡାକ୍ତରୀ ମାଇନା କରାଯାଇଥିବା ତଦନ୍ତକାରୀ ପୋଲିସ ଅଧିକାରୀ ଏସ୍‌ଆଇ ମାଧବ ଚନ୍ଦ୍ର ଟାକରି କହିଛନ୍ତି। ମହିଳାଙ୍କ ସ୍ବାମୀ ଗୁଜରାଟରେ କାମ କରୁଥିବାରୁ ଏହାର ସୁଯୋଗ ନେଇ ଅଙ୍ଗଦ ଗତ ୧୫ ତାରିଖ ରାତିରେ ମହିଳାଙ୍କ ଘରେ ପଶି ବଳାତ୍କାର କରିଥିଲେ। ମହିଳାଙ୍କ ପାଟି ଶୁଣି ତାଙ୍କ ଶ୍ବଶୁର,ଦେଡ଼ଶୁର ନିଦରୁ ଉଠି ଅଙ୍ଗଦଙ୍କୁ କାବୁ କରିବା ପାଇଁ ଉଦ୍ୟମ କରିଥିଲେ ମଧ୍ୟ ସେ କୌଶଳକ୍ରମେ ଖସି ଯାଇଥିଲେ ବୋଲି ଏତଲାରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଣବିକ ପ୍ରତିରୋଧ ଓ ମହାଶକ୍ତି

ଆଣବିକ ଅସ୍ତ୍ରଶସ୍ତ୍ର ଯୋଗୁ ମହାଶକ୍ତିଙ୍କ ମଧ୍ୟରେ ଯୁଦ୍ଧର ବିଜୟ ଅସମ୍ଭବ ହୋଇଯାଇଛି। ଅର୍ଥାତ୍‌ ମହାଶକ୍ତିଙ୍କ ନିକଟରେ ଏତେ ଅଣୁ ଅସ୍ତ୍ରଶସ୍ତ୍ର ରହିଛି ଯେ, ଯଦି ସେମାନଙ୍କ ମଧ୍ୟରେ…

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି: ପିଛିଲା ଭାବେ ମିଳିବ ମୋଟାଅଙ୍କର ଦରମା …

ଭୁବନେଶ୍ୱର,୩ା୪ (ସୁଚିସ୍ମିତା ସାହୁ):କନିଷ୍ଠ ଶିକ୍ଷକ (ସ୍କିମାଟିକ୍‌)ଙ୍କୁ ନିୟମିତ କରିବା ପାଇଁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କନିଷ୍ଠ ଶିକ୍ଷକମାନେ ସହକାରୀ ଶିକ୍ଷକ ଭାବେ…

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri