ରାଜ୍ୟ ସରକାରଙ୍କ ବିରୋଧରେ ଫେସ୍‌ବୁକ୍‌ରେ ଏମିତି ପୋଷ୍ଟ କରିବା ପଡ଼ିଲା ମହଙ୍ଗା: ଚାଲିଗଲା ଚାକିରି

କେରଳର ଜଣେ ବିମାନବନ୍ଦର କର୍ମଚାରୀଙ୍କୁ ସୋସିଆଲ ମିଡିଆରେ ରାଜ୍ୟ ସରକାରଙ୍କ ବିରୋଧରେ ଲେଖିବା ମହଙ୍ଗା ପଡ଼ିଛି। ଏ ନେଇ ତାଙ୍କ ଚାକିରି ଚାଲିଯାଇଛି। କନ୍ନୁର ଅନ୍ତର୍ଜାତୀୟ ବିମାନବନ୍ଦର ଲିମିଟେଡର ଜଣେ କର୍ମଚାରୀ କେରଳ ସରକାରଙ୍କ ବିରୋଧରେ ଫେସବୁକରେ ଏକ ପୋଷ୍ଟ ଲେଖିଥିଲେ, ଯାହା ପରେ ତାଙ୍କୁ ସେବାରୁ ବରଖାସ୍ତ କରାଯାଇଥିବା ଜଣାପଡ଼ିଛି।
କେ.ଏଲ. ରମେଶ ନାମକ ଏହି କର୍ମଚାରୀ ଜଣକ ବିମାନବନ୍ଦରରେ ଅଗ୍ନିଶମ ଏବଂ ରେସ୍‌କ୍ୟୁ ୱିଙ୍ଗ୍‌ର ଅଧୀକ୍ଷକ ଭାବରେ କାର୍ଯ୍ୟ କରୁଥିଲେ। ସେ ତାଙ୍କ ପୋଷ୍ଟରେ କେରଳର ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କୁ ସମାଲୋଚନା କରିଥିଲେ। ପରେ ବିମାନବନ୍ଦର ପରିଚାଳନା ନିର୍ଦ୍ଦେଶକ ଭି. ଥୁଲାସିଦାସ ରମେଶଙ୍କୁ ପଦବୀରୁ ବହିଷ୍କାର କରିଥିଲେ।
ଏହି ନିଷ୍ପତ୍ତି ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ବୋଲି ରମେଶ କହିଛନ୍ତି। ରମେଶଙ୍କୁ ତାଙ୍କ ଚାକିରିରୁ ହଟାଇବା ନିଷ୍ପତ୍ତି ବିରୋଧରେ ବିମାନବନ୍ଦରର ଏମ୍‌ଡିଙ୍କୁ ସେ ମଧ୍ୟ ଚିଠି ଲେଖିଛନ୍ତି।
ସୂଚନାଯୋଗ୍ୟ, ରମେଶ ତାଙ୍କ ଫେସବୁକ୍‌ ପୋଷ୍ଟରେ ପଦ୍ମନାଭସ୍ବାମୀ ମନ୍ଦିର ସମ୍ପର୍କରେ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିକୁ ପ୍ରଶଂସା କରିଥିବାବେଳେ ରାଜ୍ୟ ସରକାରଙ୍କୁ କଡ଼ା ସମାଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଶ୍ଚର୍ଯ୍ୟ ହେଲେବି ସତ, ଏହି ରାଜ୍ୟରେ ୭ ହଜାର ଛାତ୍ର HIV ପଜିଟିଭ୍

ବେଙ୍ଗାଲୁରୁ,୨୯।୭: କର୍ନାଟକରୁ ଏପରି ଏକ ରିପୋର୍ଟ ସାମ୍ନାକୁ ଆସିଛି, ଯାହାକି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି । ୧୮ ରୁ ୨୫ ବର୍ଷ ବୟସର ପ୍ରାୟ ୭ ହଜାର…

ପ୍ରବଳ ବର୍ଷା; କଳାହାଣ୍ଡିରେ ବଢ଼ିଲା ସ୍କୁଲ ଛୁଟି ଅବଧି, ଜିଲାପାଳ କହିଲେ…

ଭବାନୀପାଟଣା,୨୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଜାରି ରହିଛି ବର୍ଷା । ଏହାକୁ ଦୃଷ୍ଟିରେ ରଖି ଏବଂ ଛାତ୍ରୀଛାତ୍ରଙ୍କ ସୁରକ୍ଷା ଓ ନିରାପତ୍ତା ପାଇଁ ସ୍କୁଲ ଛୁଟି…

ଖେମୁଣ୍ଡି କଲେଜରେ ବନ ମହୋତ୍ସବ: ଅତିଥି ,ଅଧ୍ୟାପିକା,  ଅଧ୍ୟାପକ ମିଳିମିଶିକଲେ …

ଦିଗପହଣ୍ଡି,୨୯|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ଯୁକ୍ତ ୨ ଏବଂ ଯୁକ୍ତ ୩ ଜାତୀୟ ସେବା ଯୋଜନା(ଏନଏସଏସ) ୟୁନିଟ ପକ୍ଷରୁ କଲେଜ ପରିସରରେ…

ହୁମାରେ ବଡ଼ ଧରଣର ସିରିଜ୍ ଚୋରି: ସୁନା ଅଳଙ୍କାର ସହ ନଗଦ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ହୁମା,୨୯।୭ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ହୁମା ଫାଣ୍ଡି ଅଧୀନ ପାଟଣା ସାହିରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ବଡ଼ ଧରଣର ସିରିଜ୍ ଚୋରି ଘଟିଛି। ଗୋଟିଏ…

କାଦୁଅ ପାଇଁ ହନ୍ତସନ୍ତ ରୋଗୀ, ଥୁଆମୂଳ ରାମପୁର CHC ରାସ୍ତାରେ ଅଟକୁଛି ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୯।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ମୁଖ୍ୟ ରାସ୍ତା ଓ ଗେଟ୍ ସମ୍ମୁଖରେ ଏବେ ସ୍ଥିତି ଶୋଚନୀୟ ହୋଇପଡିଛି ।…

ଗର୍ଜିଲେ ରାହୁଲ; ଅମିତ ଶାହାଙ୍କୁ ପଦବୀରୁ ହଟାନ୍ତୁ, ଭାଜପାକୁ କ୍ଷମା ମାଗିବି….

ନୂଆଦିଲ୍ଲୀ,୨୯।୭: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି ଯେ, ଭାଜପା ତାଙ୍କୁ ଗୃହରେ କହିବାକୁ ଦେଲାନାହିଁ । ବାରମ୍ବାର ବାଚସ୍ପତିଙ୍କୁ ଅନୁରୋଧ…

ଭୟଙ୍କର ବାଇକ୍ ଦୁର୍ଘଟଣା, ଚାଲିଗଲା ୨ଜଣଙ୍କ ଜୀବନ

ବଞ୍ଚୋ,୨୯।୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ସିଙ୍ଗଡୋଭ ଗ୍ରାମ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବୁଧବାର ସନ୍ଧ୍ୟାରେ ଘଟିଥିବା ଏକ ଭୟଙ୍କର ବାଇକ୍‌ ଦୁର୍ଘଟଣାରେ…

ଚିକିତ୍ସା ଅବହେଳାରୁ ପ୍ରସୂତୀ ମୃତ୍ୟୁ ଘଟଣା, ସିଲ୍ ହେଲା ନର୍ସିଂହୋମ

ବରଗଡ଼,୨୯।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁରର ଏକ ଘରୋଇ ନର୍ସିଂହୋମକୁ ସିଲ୍ କଲା ଜିଲା ପ୍ରଶାସନ । ଅମୃତଧାରା ଘରୋଇ ନର୍ସିଂହୋମକୁ ବୁଧବାର ଜିଲା ପ୍ରଶାସନ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri