ଏସିଏଫ୍‌ ମୃତ୍ୟୁ ଘଟଣା: ଡିଏଫ୍‌ଓ, ଗୁରାଣ୍ଡି ଓଆଇସି ହେବେ ଜେରା

ପାରଳାଖେମୁଣ୍ଡି,୨୨ା୭(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ (ଏସିଏଫ୍‌) ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣା ଦିନକୁ ଦିନ ଭିନ୍ନ ମୋଡ଼ ନେବାରେ ଲାଗିଛି। ଘଟଣାର ୯ ଦିନ ପରେ ବି ମୃତ୍ୟୁ ରହସ୍ୟରୁ ପରଦା ହଟୁନି। ସୌମ୍ୟଙ୍କ ଶରୀରର ୯୦ ପ୍ରତିଶତ ପୋଡ଼ି ଯାଇଥିଲେ ମଧ୍ୟ ମେଡିକାଲ ନେବା ବେଳେ ଡିଏଫ୍‌ଓଙ୍କ କାର୍ଯ୍ୟାଳୟଠାରେ ଆମ୍ବୁଲାନ୍ସକୁ ଅଟକା ଯାଇଥିଲା। ଏହି ଘଟଣାରେ ତଦନ୍ତ ପରିସରକୁ ଆସୁଛନ୍ତି ଗୁରାଣ୍ଡି ଥାନା ଓଆଇସି ମମତା ପଣ୍ଡା ଓ ଡିଏଫ୍‌ଓ ସଂଗ୍ରାମ କେଶରୀ ବେହେରା। ଠିକ୍‌ ସମୟରେ ଉଭୟଙ୍କୁ ପଚରାଉଚରା କରାଯିବ ବୋଲି ଗଜପତି ଏସ୍‌ପି ତପନ କୁମାର ପଟ୍ଟନାୟକ କହିଛନ୍ତି।
ଅନ୍ୟପକ୍ଷରେ ତଦନ୍ତରେ ପୋଲିସକୁ ସହଯୋଗ କରିବା ପାଇଁ କ୍ରାଇମ୍‌ବ୍ରାଞ୍ଚର ୩ ଜଣିଆ ଟିମ୍‌ ମଙ୍ଗଳବାର ପାରଳାଖେମୁଣ୍ଡିକୁ ଆସିଛି। ଏହି ଟିମ୍‌ରେ ଜଣେ ସାଇବର ଏକ୍ସପର୍ଟ ମଧ୍ୟ ଅଛନ୍ତି। କ୍ରାଇମ୍‌ବ୍ରାଞ୍ଚ ଟିମ୍‌ ବୁଧବାର ଏସ୍‌ପିଙ୍କ ସହ ଘଟଣା ଦିନଠାରୁ ଏ ପର୍ଯ୍ୟନ୍ତ ପୋଲିସ ତଦନ୍ତରେ କେଉଁ କେଉଁ ଦିଗକୁ ଅନୁଧ୍ୟାନ କରିଛି, ବର୍ତ୍ତମାନ ସୁଦ୍ଧା କ’ଣ ତଥ୍ୟ ସଂଗ୍ରହ କରାଯାଇଛି ଏବଂ ଆଗକୁ ତଦନ୍ତ କେଉଁ ଦିଗକୁ ଯିବ ସେ ନେଇ ଆଲୋଚନା କରିଛନ୍ତି। ସେପଟେ ବାଲେଶ୍ୱର ଜିଲା ଖଇରାରେ ସୌମ୍ୟଙ୍କ ପରିବାର ସଦସ୍ୟ ଓ ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଅନ୍ତର୍ଗତ ଗୌଡ଼ଗାଁରେ ନିଜ ବାପଘରେ ଥିବା ସୌମ୍ୟଙ୍କ ସ୍ତ୍ରୀ ବିଦ୍ୟାଭାରତୀଙ୍କୁ ଦୁଇ ଦିନ ଧରି ଜେରା କରିବା ପରେ ବୁଧବାର ଟିମ୍‌ ସହ ଫେରିଛନ୍ତି ପାରଳାଖେମୁଣ୍ଡି ଥାନା ଅଧିକାରୀ ବିବେକାନନ୍ଦ ସ୍ବାଇଁ। ସେ ପାଇଥିବା ତଥ୍ୟ ଉପରେ ତଦନ୍ତ ପ୍ରକ୍ରିୟା ଆଗକୁ ବଢ଼ିବ ବୋଲି ଜଣାପଡ଼ିଛି। ତଦନ୍ତ ଜାରି ରହିଥିବାରୁ କୌଣସି ଅଧିକ ତଥ୍ୟ ଦେବାକୁ ମନା କରିଛନ୍ତି ତଦନ୍ତକାରୀ ଅଧିକାରୀ ସ୍ବାଇଁ। ସନ୍ଧ୍ୟାରେ ଏସ୍‌ପି ତପନ କୁମାର ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ତଦନ୍ତକାରୀ ଟିମ୍‌ ଓ କ୍ରାଇମ୍‌ବ୍ରାଞ୍ଚ ଟିମ୍‌ ସହ ମିଶି ଆଲୋଚନା କରିଛନ୍ତି। ସୌମ୍ୟଙ୍କ ମୃତ୍ୟୁ ଘଟଣାର ସବୁ ଦିଗକୁ ତର୍ଜମା କରାଯିବ ବୋଲି ଏସ୍‌ପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତରେ ଦେହ ବ୍ୟବସାୟ ଆଇନଗତ ହେବା ଉଚିତ,’ ପୁନମ ପାଣ୍ଡେ କୁହନ୍ତି, ମୋର କାମୁକ ଭିଡିଓ ଗୁଡ଼ିକ ଦେଶ ତଥା ବିଶ୍ୱକୁ…

ମୁମ୍ବାଇ,୬।୯: ପ୍ରସିଦ୍ଧ ମଡେଲ ଏବଂ ଅଭିନେତ୍ରୀ ପୁନମ ପାଣ୍ଡେ ତାଙ୍କ ଡ୍ରେସିଂ ସେନ୍ସ ଏବଂ ବୟାନ ପାଇଁ ପ୍ରାୟତଃ ଶିରୋନାମାରେ ରହିଥାନ୍ତି। ସମ୍ପ୍ରତି, ବେଶ୍ୟାବୃତ୍ତି ବା ଦେହ…

ସୁନିତା-କୋମଲ ବିବାଦ ଉପରେ ନୀରବତା ଭାଙ୍ଗିଛନ୍ତି ଗୋବିନ୍ଦା, ଇସାରାରେ କହିଲେ ଖୁବ ବଡ଼ କଥା

ମୁମ୍ବାଇ,୬।୯: ପତ୍ନୀ ସୁନିତା ଆହୁଜାଙ୍କ ସହ ସମ୍ପର୍କରେ ମତଭେଦ ଏବଂ ଅଭିନେତ୍ରୀ କୋମଲ ରାଣୀଙ୍କ ସହ ତଥା କଥିତ ସମ୍ପର୍କର ଗୁଜବ ସମ୍ପର୍କରେ ଖବର ଆସିବା ପରେ…

ବରଗଡ଼ରେ ନୂଆଖାଇ ଲଗ୍ନ ଧାର୍ଯ୍ୟ, ଏହି ମୁହୂର୍ତ୍ତରେ ଶୁଭବେଳା…

ବରଗଡ଼,୬ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମଦେବୀ ସମଲେଶ୍ୱରୀଙ୍କ ପୀଠରେ ରବିବାର ନୂଆଖାଇ ଲଗ୍ନ ନିରୂପଣ କରାଯାଇଛି। ବିଧି ଓ ପରମ୍ପରା ଅନୁଯାୟୀ ଆସନ୍ତା ୧୪ ତାରିଖ ନିଶାର୍ଦ୍ଧ…

ସ୍ତ୍ରୀଙ୍କୁ ସନ୍ଦେହ ଚକ୍ଷୁରେ ଦେଖୁଥିଲେ ସ୍ବାମୀ, ନିର୍ମମ ଭାବେ ହତ୍ୟା କରିବା ପରେ…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସେନ ପାର୍କ ନିକଟସ୍ଥ ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଏକ ଅଭାବନୀୟ ତଥା ବର୍ବରୋଚିତ ହତ୍ୟାକାଣ୍ଡ ଘଟିଯାଇଛି। ଚରିତ୍ର ଉପରେ…

ଯେଉଁ କାମ ପାଇଁ ଦିନେ ଯୁବକଙ୍କୁ ପରିହାସ କରୁଥିଲେ ଲୋକେ, ଆଜି ବିଦେଶରୁ ଆସିଲା ଚାକିରି ଅଫର, ପୂରା କାହାଣୀ ଜାଣିଲେ…

ଭାରତରେ ନଦୀଗୁଡ଼ିକର ଦୁର୍ଦ୍ଦଶା କହିଲେ ନ ସରେ। ସରକାରୀ ପ୍ରୟାସ ସତ୍ତ୍ୱେ ନଦୀଗୁଡ଼ିକର ଅବସ୍ଥା ସୁଧାର ହୋଇନାହିଁ। ସମ୍ପ୍ରତି ମଧ୍ୟପ୍ରଦେଶର ରାଜଗଡ଼ ଜିଲାର ଜଣେ ୨୦ ବର୍ଷୀୟ…

Video: ମେଟ୍ରୋରେ ଯାତ୍ରା କଲେ ପ୍ରଧାନମନ୍ତ୍ରୀ ମୋଦି, ପିଲାମାନଙ୍କ ସହିତ ଆଲୋଚନା ସମୟରେ ତାଙ୍କ ସଂସଦୀୟ କ୍ଷେତ୍ର କାଶୀକୁ ମନେ ପକାଇଲେ, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୬।୯: ଦିଲ୍ଲୀ ମେଟ୍ରୋରେ ଯାତ୍ରା କରୁଥିବା ଯାତ୍ରୀମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ, ଶନିବାର (ସେପ୍ଟେମ୍ବର 5, 2026) ସାରେ, ସେମାନଙ୍କ ସହିତ ଯାତ୍ରା କରୁଥିବା ଦେଖି ଖୁସିରେ…

ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ

ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…

୨୦୨୭ ଯାଏ ୩ ରାଶିଙ୍କୁ କଲବଲ କରିବେ ଶନି, ଛୋଟ ଛୋଟ ଭୁଲ ପଡିବ ଭାରି!

ବର୍ତ୍ତମାନ ସମୟରେ ଶନିଦେବ ମୀନ ରାଶିରେ ଅବସ୍ଥାନ କରୁଛନ୍ତି ଏବଂ ତାଙ୍କ ଗୋଚରର ପ୍ରଭାବ କିଛି ରାଶି ଉପରେ ବିଶେଷ ଭାବରେ ଦେଖିବାକୁ ମିଳୁଛି। ସାଢ଼େସାତୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri