୩ ଅଭିଯୁକ୍ତଙ୍କୁ ଆଶ୍ୱସ୍ତି

ପାରଳାଖେମୁଣ୍ଡି,୮ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ୩ ଅଭିଯୁକ୍ତଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି ମିଳିଛି। ଶୁକ୍ରବାର ମୃତ ସୌମ୍ୟରଞ୍ଜନଙ୍କ ସ୍ତ୍ରୀ ବିଦ୍ୟାଭାରତୀ, ପୂର୍ବତନ ଡିଏଫ୍‌ଓ ସଂଗ୍ରାମ କେଶରୀ ବେହେରା ଏବଂ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ଏସ୍‌ଡିଜେଏମ୍‌ କୋର୍ଟରେ ହାଜର ହେବାକୁ ପଡିନାହିଁ। ୨୦୨୧ ଜୁଲାଇ ୧୩ରେ ସୌମ୍ୟରଞ୍ଜନଙ୍କ ମୃତ୍ୟୁ ପରେ ଏହି ୩ ଅଭିଯୁକ୍ତଙ୍କ ନାମରେ ହତ୍ୟା ଓ ପ୍ରମାଣନଷ୍ଟ ଉଦ୍ୟମ ନେଇ ମାମଲା ରୁଜୁ ହୋଇଥିଲା। ଏ ପର୍ଯ୍ୟନ୍ତ ସେମାନେ ନିଜ ଓକିଲଙ୍କ ଜରିଆରେ ଅଦାଲତରେ ପକ୍ଷ ରଖି ଆସୁଛନ୍ତି। ଏହା ବିରୋଧରେ ସୌମ୍ୟରଞ୍ଜନଙ୍କ ବାପା ଅଭିରାମ ମହାପାତ୍ର ଓକିଲ ଜରିଆରେ କୋର୍ଟରେ ପିଟିଶନ ଦାଖଲ କରିଥିଲେ। ଏହାପରେ ବିଦ୍ୟାଭାରତୀ, ଡିଏଫ୍‌ଓ ଓ ରୋଷେୟାଙ୍କୁ ବ୍ୟକ୍ତିଗତ ହାଜର ହେବାକୁ ପାରଳାଖେମୁଣ୍ଡି ଏସ୍‌ଡିଜେଏମ ନୋଟିସ ଜାରି କରିଥିଲେ। ବାରମ୍ବାର ନୋଟିସ ପରେ ବି ସେମାନେ କୋର୍ଟରେ ହାଜର ନ ହେବାରୁ ଅଦାଲତ ଗତ ମାସରେ ୩ ଅଭିଯୁକ୍ତଙ୍କ ବିରୋଧରେ ଜାମିନ ବିହୀନ ଗିରଫ ପରୱାନା ଜାରି କରିଥିଲେ।
ଜୁଲାଇ ୭ ତାରିଖ ସୁଦ୍ଧା ଅଦାଲତରେ ବ୍ୟକ୍ତିଗତ ହାଜର କରାଇବାକୁ ପୋଲିସକୁ ନିର୍ଦ୍ଦେଶ ଦେଇଥିଲେ। ହେଲେ ସିଆରପିସି ଧାରା ୨୦୫ ଅନୁସାରେ ଅଭିଯୁକ୍ତମାନେ ବ୍ୟକ୍ତିଗତ ହାଜିରା ନ ହୋଇ ଓକିଲଙ୍କ ଦ୍ବାରା ପକ୍ଷ ରଖିପାରିବେ ବୋଲି ପୂର୍ବରୁ ହାଇକୋର୍ଟ ଅନୁମତି ଦେଇସାରିଛନ୍ତି। ସେହିପରି ଏସ୍‌ଡିଜେଏମଙ୍କ ପକ୍ଷରୁ ଜାରି ଜାମିନ ବିହୀନ ଗିରଫ ପରୱାନା ନିର୍ଦ୍ଦେଶନାମାରେ ରହିତାଦେଶ ଜାରି କରିବାକୁ ବିଦ୍ୟାଭାରତୀଙ୍କ ପକ୍ଷରୁ କରାଯାଇଥିବା ଆବେଦନକୁ ମଧ୍ୟ ହାଇକୋର୍ଟ ଗ୍ରହଣ କରିଛନ୍ତି ବୋଲି ତାଙ୍କ ଓକିଲ ଏଲ. କେ. ଅଧିକାରୀ ସୂଚନା ଦେଇଛନ୍ତି। ତେଣୁ ଜାମିନ ବିହୀନ ଗିରଫ ପରୱାନା ପ୍ରତ୍ୟାହାର କରିନେବାକୁ ବିଦ୍ୟାଭରତୀଙ୍କ ଓକିଲ ପାରଳାଖେମୁଣ୍ଡି ଏସଡିଜେଏମଙ୍କୁ ଅନୁରୋଧ କରିଛନ୍ତି।
ସୂଚନାଯୋଗ୍ୟ, ୨୦୨୧ ଜୁଲାଇ ୧୨ରେ ସୌମ୍ୟରଞ୍ଜନ ଓ ବିଦ୍ୟାଭାରତୀ ସରକାରୀ କ୍ୱାର୍ଟର୍ସରେ ଥିଲେ। ସେହି ରାତିରେ ସୌମ୍ୟଙ୍କ ଶରୀରରେ ନିଅଁା ଲାଗିଥିଲା। ତାଙ୍କୁ ପ୍ରଥମେ ପାରଳାଖେମୁଣ୍ଡି ମେଡିକାଲ ଓ ପରେ ବ୍ରହ୍ମପୁର ବଡ଼ ମେଡିକାଲକୁ ନିଆଯାଇଥିଲା। ପରଦିନ ଅର୍ଥାତ୍‌ ୧୩ ତାରିଖରେ କଟକର ଏକ ଘରୋଇ ହସ୍ପିଟାଲକୁ ନିଆଯାଇଥିବା ବେଳେ ସେଠାରେ ସୌମ୍ୟରଞ୍ଜନଙ୍କର ମୃତ୍ୟୁ ଘଟିଥିଲା। ବିଦ୍ୟାଭାରତୀ, ତାଙ୍କ ରୋଷେୟା ମନ୍ମଥ କୁମ୍ଭ ଓ ଡିଏଫ୍‌ଓ ମିଶି ସୌମ୍ୟଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ କରିଥିଲେ। ପୋଲିସ ଓ କ୍ରାଇମ୍‌ବ୍ରାଞ୍ଚ ଏହି ମାମଲାର ତଦନ୍ତ କରିଥିଲେ ମଧ୍ୟ ସୌମ୍ୟଙ୍କ ଦେହରେ ନିଆଁ କିଭଳି ଲାଗିଲା ତାହା ଏ ଯାଏ ସ୍ପଷ୍ଟ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଶୁଭାରମ୍ଭ; ଜଳ କଳସଯାତ୍ରାରେ ସହସ୍ରାଧିକ ଶ୍ରଦ୍ଧାଳୁ ସାମିଲ, ସୋମବାରଠୁ ଶତରୁଦ୍ର ମହାଯଜ୍ଞ 

ଦିଗପହଣ୍ଡି,୨୪।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା  ଦିଗପହଣ୍ଡି ସହର ଉପକଣ୍ଠ  କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ ଶତରୁଦ୍ର…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri