ଏସିଏଫ୍‌ ସୌମ୍ୟ ମୃତ୍ୟୁ ମାମଲା କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର

ଭୁବନେଶ୍ୱର,୧୪।୮(ବ୍ୟୁରୋ): ପାରଳାଖେମୁଣ୍ଡି ବନ ସଂରକ୍ଷକ (ଏସିଏଫ୍‌) ସୌମ୍ୟ ରଞ୍ଜନ ମହାପାତ୍ରଙ୍କ ମୃତ୍ୟୁକୁ ମାସେ ପୁରିଛି। ହେଲେ ଏବେ ବି ତାଙ୍କ ମୃତ୍ୟୁକୁ ନେଇ ଲାଗିରହିଛି ସସ୍‌ପେନ୍ସ। ସୌମ୍ୟଙ୍କ ମୃତ୍ୟୁ ମାମଲାର ତଦନ୍ତ କିଛି ଆଗକୁ ବଢ଼ିପାରି ନ ଥିବା ବେଳେ ମୃତ୍ୟୁର କାରଣ ମଧ୍ୟ ଅସ୍ପଷ୍ଟ ରହିଛି। ଇତିମଧ୍ୟରେ ଶନିବାର ସୌମ୍ୟଙ୍କ ମୃତ୍ୟୁ ଘଟଣାରେ ଏକ ଭିନ୍ନ ମୋଡ଼ ନେଇଛି। ଏହି ମାମଲାକୁ ବର୍ତ୍ତମାନ କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର କରାଯାଇଛି। ଏନେଇ ସୂଚନା ଦେଇଛନ୍ତି କ୍ରାଇମବ୍ରାଞ୍ଚ ଏଡିଜି ସଞ୍ଜୀବ ପଣ୍ଡା। ଡିଜିପିଙ୍କ ନିର୍ଦ୍ଦେଶରେ କ୍ରାଇମବ୍ରାଞ୍ଚକୁ ତଦନ୍ତ ଭାର ହସ୍ତାନ୍ତର କରାଯାଇଥିବା ଜଣାପଡ଼ିଛି। କ୍ରାଇମ୍‌ବ୍ରାଞ୍ଚ ଡିଏସ୍‌ପିଙ୍କ ନେତୃତ୍ୱରେ ଏକ ୩ଜଣିଆ ଟିମ୍‌ ଗଠନ ହେବ ବୋଲି ସୂଚନା ରହିଛି। ସୂଚନାଯୋଗ୍ୟ, ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ ବିଭିନ୍ନ ସମୟରେ ତାଙ୍କ ପରିବାରବର୍ଗ ଡିଜିପି ଓ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ପୋଲିସର ତଦନ୍ତ ଉପରେ ପ୍ରଶ୍ନ ଉଠାଇଥିଲେ। ଶେଷରେ ସୌମ୍ୟଙ୍କ ପରିବାରଲୋକଙ୍କ ଗୁହାରି ଶୁଣିଛନ୍ତି ସରକାର।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡରେ ବଡ଼ ବିବାଦରେ ଛନ୍ଦି ହେଲେ ବିରାଟ କୋହଲି, ବଡିଗାର୍ଡ କଲେ ଏଭଳି କାଣ୍ଡ

ନୂଆଦିଲ୍ଲୀ,୧୫ା୭: ଇଂଲଣ୍ଡ ବିପକ୍ଷ ODI ସିରିଜ୍ ସମୟରେ ବିରାଟ କୋହଲି ଏକ ବଡ଼ ବିବାଦରେ ଫସିଯାଇଛନ୍ତି । ତାଙ୍କ ଅଙ୍ଗରକ୍ଷୀ ଇଂଲଣ୍ଡରେ ଭାରତୀୟ ସାମ୍ବାଦିକଙ୍କ ପ୍ରତି ଖୋଲାଖୋଲି…

ଟିକେଟ୍ ବୁକିଂ ହେବ ସୁପରଫାଷ୍ଟ! ଲଞ୍ଚ ହେଲା IRCTCର ନୂଆ ୱେବସାଇଟ୍‌, ଯାତ୍ରୀଙ୍କୁ ମିଳିବ ଏହି ସବୁ ବଡ଼ ସୁବିଧା

ନୂଆଦିଲ୍ଲୀ,୧୫।୭: ଭାରତୀୟ ରେଳବାଇ ଏହାର ଅନଲାଇନ୍ ଟିକେଟ୍ ବୁକିଂ ସିଷ୍ଟମକୁ ଆଧୁନିକୀକରଣ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। IRCTC ଜନସାଧାରଣଙ୍କ ପାଇଁ ଏହାର ନୂତନ…

ବୋମାମାଡ଼ କରି ହତ୍ୟା ଉଦ୍ୟମ: ମାଷ୍ଟରମାଇଣ୍ଡଙ୍କ ସମେତ ୩ ଗଲେ ଜେଲ୍‌, ଅଭିଯୁକ୍ତଙ୍କ ନାଁରେ ରହିଛି କେସ୍‌ର ଲମ୍ବା ତାଲିକା

ଦିଗପହଣ୍ଡି,୧୫ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏସ୍‌.ଶିବ ରେଡ୍ଡୀଙ୍କ ଘର ଉପରକୁ ବୋମାମାଡ଼ କରି ତାଙ୍କୁ ଏବଂ ତାଙ୍କ…

ମାଜିଷ୍ଟ୍ରେଟଙ୍କ ଆଦେଶ ପରେ ହାଜର ହୋଇନଥିଲେ ଦୁଇ ଭାଇ, ଗଲେ ଜେଲ୍

ଦିଗପହଣ୍ଡି,୧୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନିସ୍ତିିପୁର ଗ୍ରାମର ଟୁକୁନା ବିଶ୍ଵାଳ ଓ ମଙ୍ଗୁଳୁ ବିଶ୍ଵାଳ ଦୁଇ ଭାଇଙ୍କୁ ବୁଧବାର ପାଟପୁର ପୋଲିସ ୱାରେଣ୍ଟ…

କଂସାମାରି ରାସ୍ତାକଡରେ ଜୁଆ ଖେଳ ବେଳେ ପୋଲିସର ଚଢଉ, ଜବତ ହେଲା…

ଦିଗପହଣ୍ଡି,୧୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗାଁ ରାସ୍ତାକଡରେ ଜୁଆ ଖେଳ ଚାଲିଥିବା ବେଳେ ଚଢାଉ କଲା ପୋଲିସ । ବୁଧବାର ଅପରାହ୍ନ…

ନିର୍ମାଣ ହୋଇପାରିନି ଭୋଜନ ଗୃହ, ଖୋଲା ଆକାଶ ତଳେ ମଧ୍ୟାହ୍ନଭୋଜନ ଖାଉଛନ୍ତି ଛାତ୍ରୀଛାତ୍ର

ବରଗଡ଼,୧୫ା୭(ପ୍ରେମାନନ୍ଦ ଖମାରୀ): ପାଠ ପଢ଼, ଦେଶ ଗଢ଼। ବିଦ୍ୟାଳୟଗୁଡ଼ିକରେ ଅନୁଷ୍ଠିତ ବିଭିନ୍ନ ସଭା, ସମିତିରେ ସରକାରୀ କଳର ପ୍ରଶାସନିକ ଅଧିକାରୀଙ୍କଠାରୁ ଆରମ୍ଭ କରି ବିଧାୟକ, ଏମ୍‌ପି, ମନ୍ତ୍ରୀ…

ରୁଷିଆରୁ ତେଲ କ୍ରୟ ଉପରେ ଆମେରିକାର ବଡ଼ ନିଷ୍ପତ୍ତି, ଭାରତ ଦେବ…

ଓ୍ବାଶିଂଟନ,୧୫।୭: ରୁଷିଆରୁ ତୈଳ କ୍ରୟ କରୁଥିବା ଦେଶମାନଙ୍କ ଉପରେ ୫୦୦ପ୍ରତିଶତ ଶୁଳ୍କ ଲାଗୁ କରିବାର ପ୍ରସ୍ତାବ ମଧ୍ୟରେ, ଭାରତ ଏବଂ ଚାଇନା ପାଇଁ ଏକ ଆଶ୍ବସ୍ତିକର ଖବର…

ଦାଦନ ଖଟିବାକୁ ଯାଇ ଶବ ହୋଇ ଫେରୁଛନ୍ତି ଫିଲିପ୍‌, ବାପାଙ୍କୁ ଆସିଲା ଏମିତି କଲ୍‌…

ଗୁଡ଼ାରି,୧୫ା୭(ପ୍ରମୋଦ ପତି): ଦାଦନ ଖଟିବାକୁ କେରଳ ରାଜ୍ୟକୁ ଯାଇ ସେଠାରେ ମୃତ୍ୟୁ ବରଣ କରିଛନ୍ତି ଗୁଡ଼ାରି ବ୍ଲକର ଏମ୍‌କେ ରାଇ ପଞ୍ଚାୟତ ଅନ୍ତର୍ଗତ ମକାଗୁଡ଼ା ଗ୍ରାମର ଅବିବାହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri