ଭୁବନେଶ୍ୱର,୨୯।୯(ବ୍ୟୁରୋ): ବହୁଚର୍ଚ୍ଚିତ ପାରଳାଖେମୁଣ୍ଡି ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ କିଛିଦିନ ପୂର୍ବରୁ ଡିଏଫଓ ସଂଗ୍ରାମ କେଶରୀ ବେହେରା, ରୋଷେୟା ମନ୍ମଥ କୁମ୍ଭ ଓ ସୌମ୍ୟଙ୍କ ସ୍ତ୍ରୀ ବିଦ୍ୟାଭାରତୀଙ୍କ ଲାଏ ଡିଟେକ୍ସନ ଟେଷ୍ଟ କରାଯାଇଥିଲା। ତେବେ ବୁଧବାର ୩ ଜଣଙ୍କ ଲାଏ ଡିଟେକ୍ସନ ଟେଷ୍ଟ ରିପୋର୍ଟ ଆସିଛି। ଏହି ରିପୋର୍ଟ କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର କରାଯାଇଥିବା ବେଳେ ତର୍ଜମା ଆରମ୍ଭ ହୋଇଛି। ପୂର୍ବ ବୟାନ ଓ ଲାଏ ଡିଟେକ୍ସନ ରିପୋର୍ଟର ତାଳମେଳ କରୁଛି କ୍ରାଇମବ୍ରାଞ୍ଚ। ସୌମ୍ୟ ମୃତ୍ୟୁ ପଛର ପ୍ରକୃତ କାରଣ କ’ଣ, ଆଉ ଏହା ପଛରେ କିଏ କିଏ ସମ୍ପୃକ୍ତ ଅଛନ୍ତି। ତାହା ଆଗାମୀ ଦିନରେ ସ୍ପଷ୍ଟ ହୋଇଯିବ ବୋଲି କ୍ରାଇମବ୍ରାଞ୍ଚ ଏଡିଜି ସୂଚନା ଦେଇଛନ୍ତି। ଏଥିସହ ଆବଶ୍ୟକ ପଡ଼ିଲେ ଅଧିକ ତଦନ୍ତ କରାଯିବ ବୋଲି ସେ କହିଛନ୍ତି।