ଏସିଏଫ୍‌ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ଆକ୍ସନମୋଡରେ କ୍ରାଇମବ୍ରାଞ୍ଚ ଟିମ୍‌

ପାରଳାଖେମୁଣ୍ଡି:୧୬।୮(ଡି.ଏନ୍‌.ଏ.): ଗଜପତି ଜିଲାପାରଳାଖେମୁଣ୍ଡିଠାରେ ଘଟିଥିବା ଏସିଏଫ୍‌ ସମ୍ୟ ରଞ୍ଜନ ମୃତ୍ୟୁ ଘଟଣାରେ କ୍ରାଇମବ୍ରାଞ୍ଚ ଟିମ ସୋମବାର ବନ ବିଭାଗର ୬ ଜଣ କର୍ମଚାରୀଙ୍କୁ ପଚରାଉଚରା କରିଛି। ସେମାନଙ୍କୁ ପାରଳାଖେମୁଣ୍ଡି ଥାନାକୁ ଆଣି ଏକ ସ୍ବତନ୍ତ୍ର କୋଠରିରେ ରଖି ତଦନ୍ତ ଆରମ୍ଭ କରିଛି। ଏହି ୬ ଜଣଙ୍କ ମଧ୍ୟରେ ରହିଛନ୍ତି ରୋଷେୟା ମନ୍ମଥ କୁମ୍ବ, ଏସିଏଫଓ ଗୌରୀ ରଥ, ଏସିଏଫଓ କେ .ଭାସ୍କର ରାଓ, ନାରାୟଣପୁର ରେଞ୍ଜର ଏଲିଫ୍ୟାଣ୍ଟ ସ୍କ୍ବାଡ୍‌ ଆକାଶ ପ୍ରଧାନ, ଏବଂ ଦୁଇଜଣ ଜଗୁଆଳି ଅଜିତ ବେହେରା, ସନ୍ତୋଷ ବିଶ୍ବାଳ। ଏହି ୬ ଜଣଙ୍କ ମଧ୍ୟରୁ ଆଗରୁ ମଧ୍ୟ କେତେଜଣକୁ ଡାକି ପୋଲିସ ତଦନ୍ତ କରିଥିଲା। ବର୍ତ୍ତମାନ ସୁଦ୍ଧା ଦୁଇଜଣ ଏସିଏଫଓଙ୍କୁ ଦିନ ୧୦ଟାରୁ ୪ ଘଣ୍ଟା ଜେରା କରାଗଲା ପରେ ୪ଟାରେ ଆଉଥରେ ଜେରା କରାଯିବ ବୋଲି କ୍ରାଇମବ୍ରାଞ୍ଚ ଡିଏସ୍‌ପି ଜ୍ଞାନ ରଞ୍ଜନ ମିଶ୍ର ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ସୌମ୍ୟଙ୍କ ମୃତ୍ୟୁ ଦୁର୍ଘଟଣା ନା ଆତ୍ମହତ୍ୟା ନା ହତ୍ୟା ଜାଣିବା ପାଇଁ କ୍ରାଇମବ୍ରାଞ୍ଚ ଟିମ ୩ ଦିନ ଧରି ତଦନ୍ତ କରୁଛି। ଏହା ବ୍ୟତୀତ ଡିଏଫଓ ସଂଗ୍ରାମ କେଶରୀ ବେହେରାଙ୍କୁ ମଧ୍ୟ ଜେରା କରିପାରେ ଏହି ଟିମ। ସୌମ୍ୟଙ୍କ ପରିବାରକୁ ମଧ୍ୟ ଭେଟିପାରେ କ୍ରାଇମବ୍ରାଞ୍ଚ । ସୌମ୍ୟଙ୍କ ସରକାରୀ ବାସଭବନରେ ଗତ ଶନିବାର ତିନି ଘଣ୍ଟାରୁ ଊଦ୍ଧର୍‌ବ ସମୟ ତର୍ଜମା କରି ଫେରିଥିଲା ଏହି ଟିମ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri