ଏସିଏଫ୍‌ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ଆକ୍ସନମୋଡରେ କ୍ରାଇମବ୍ରାଞ୍ଚ ଟିମ୍‌

ପାରଳାଖେମୁଣ୍ଡି:୧୬।୮(ଡି.ଏନ୍‌.ଏ.): ଗଜପତି ଜିଲାପାରଳାଖେମୁଣ୍ଡିଠାରେ ଘଟିଥିବା ଏସିଏଫ୍‌ ସମ୍ୟ ରଞ୍ଜନ ମୃତ୍ୟୁ ଘଟଣାରେ କ୍ରାଇମବ୍ରାଞ୍ଚ ଟିମ ସୋମବାର ବନ ବିଭାଗର ୬ ଜଣ କର୍ମଚାରୀଙ୍କୁ ପଚରାଉଚରା କରିଛି। ସେମାନଙ୍କୁ ପାରଳାଖେମୁଣ୍ଡି ଥାନାକୁ ଆଣି ଏକ ସ୍ବତନ୍ତ୍ର କୋଠରିରେ ରଖି ତଦନ୍ତ ଆରମ୍ଭ କରିଛି। ଏହି ୬ ଜଣଙ୍କ ମଧ୍ୟରେ ରହିଛନ୍ତି ରୋଷେୟା ମନ୍ମଥ କୁମ୍ବ, ଏସିଏଫଓ ଗୌରୀ ରଥ, ଏସିଏଫଓ କେ .ଭାସ୍କର ରାଓ, ନାରାୟଣପୁର ରେଞ୍ଜର ଏଲିଫ୍ୟାଣ୍ଟ ସ୍କ୍ବାଡ୍‌ ଆକାଶ ପ୍ରଧାନ, ଏବଂ ଦୁଇଜଣ ଜଗୁଆଳି ଅଜିତ ବେହେରା, ସନ୍ତୋଷ ବିଶ୍ବାଳ। ଏହି ୬ ଜଣଙ୍କ ମଧ୍ୟରୁ ଆଗରୁ ମଧ୍ୟ କେତେଜଣକୁ ଡାକି ପୋଲିସ ତଦନ୍ତ କରିଥିଲା। ବର୍ତ୍ତମାନ ସୁଦ୍ଧା ଦୁଇଜଣ ଏସିଏଫଓଙ୍କୁ ଦିନ ୧୦ଟାରୁ ୪ ଘଣ୍ଟା ଜେରା କରାଗଲା ପରେ ୪ଟାରେ ଆଉଥରେ ଜେରା କରାଯିବ ବୋଲି କ୍ରାଇମବ୍ରାଞ୍ଚ ଡିଏସ୍‌ପି ଜ୍ଞାନ ରଞ୍ଜନ ମିଶ୍ର ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ସୌମ୍ୟଙ୍କ ମୃତ୍ୟୁ ଦୁର୍ଘଟଣା ନା ଆତ୍ମହତ୍ୟା ନା ହତ୍ୟା ଜାଣିବା ପାଇଁ କ୍ରାଇମବ୍ରାଞ୍ଚ ଟିମ ୩ ଦିନ ଧରି ତଦନ୍ତ କରୁଛି। ଏହା ବ୍ୟତୀତ ଡିଏଫଓ ସଂଗ୍ରାମ କେଶରୀ ବେହେରାଙ୍କୁ ମଧ୍ୟ ଜେରା କରିପାରେ ଏହି ଟିମ। ସୌମ୍ୟଙ୍କ ପରିବାରକୁ ମଧ୍ୟ ଭେଟିପାରେ କ୍ରାଇମବ୍ରାଞ୍ଚ । ସୌମ୍ୟଙ୍କ ସରକାରୀ ବାସଭବନରେ ଗତ ଶନିବାର ତିନି ଘଣ୍ଟାରୁ ଊଦ୍ଧର୍‌ବ ସମୟ ତର୍ଜମା କରି ଫେରିଥିଲା ଏହି ଟିମ।


Enter your email to get our daily news in your inbox.

All Right Reserved By Dharitri.Com

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଭିଜିଲାନ୍ସ ଜାଲରେ କିରାଣି

ବୌଦ୍ଧ,୧୯ା୪(ଅଜିତ ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବୌଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri