ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ହାଇକୋର୍ଟରେ ସ୍ତ୍ରୀ ବିଦ୍ୟାଭାରତୀଙ୍କ ଆବେଦନ ଖାରଜ, ହୋଇପାରନ୍ତି ଗିରଫ

କଟକ,୯ା୯(ପ୍ରଭୁକଲ୍ୟାଣ ପାଲ୍‌): ଗଜପତି ଜିଲା ପାରଳାଖେମୁଣ୍ଡିର ସହକାରୀ ବନ ସଂରକ୍ଷକ (ACF) ସୌମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାରେ ତାଙ୍କ ସ୍ତ୍ରୀ ବିଦ୍ୟାଭାରତୀ ପଣ୍ଡାଙ୍କ ପାଇଁ ଆଇନଗତ ଅଡ଼ୁଆ ଆହୁରି ବଢ଼ିଯାଇଛି। କୋର୍ଟରେ ବ୍ୟକ୍ତିଗତ ହାଜିରାରୁ ମୁକ୍ତି ପାଇଁ ବିଦ୍ୟାଭାରତୀ ଯେଉଁ ଆବେଦନ କରିଥିଲେ ତାହାକୁ ଓଡ଼ିଶା ହାଇକୋର୍ଟ ଖାରଜ କରିଦେଇଛନ୍ତି। ହାଇକୋର୍ଟଙ୍କ ଏହି ବଡ଼ ନିଷ୍ପତ୍ତି ପରେ ବିଦ୍ୟାଭାରତୀଙ୍କ ଗିରଫଦାରୀ ଆଶଙ୍କା ଆହୁରି ଘନେଇବାରେ ଲାଗିଛି।

ଟ୍ରାଏଲ କୋର୍ଟରେ ବ୍ୟକ୍ତିଗତ ଉପସ୍ଥିତିରୁ ଛାଡ଼ ଓ ନିମ୍ନ ଅଦାଲତଙ୍କ ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ସେ ଦାଖଲ କରିଥିବା CRLMC ଆବେଦନକୁ ଖାରଜ କରିଛନ୍ତି କୋର୍ଟ। ଏଥିସହ ଆସନ୍ତା ଅକ୍ଟୋବର ୧ ତାରିଖ ସୁଦ୍ଧା ପାରଳାଖେମୁଣ୍ଡି SDJM କୋର୍ଟରେ ହାଜର ହେବାକୁ ବିଦ୍ୟାଭାରତୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ତେବେ ନିମ୍ନ ଅଦାଲତରେ ହାଜର ହେବା ପରେ ସେ ନିମ୍ନ ଅଦାଲତ ଏହା ପରେ ଜିଲା ଦୌରା ଜଜ କୋର୍ଟରେ ଜାମିନ ପାଇଁ ଆବେଦନ କରି ପାରିବେ ବୋଲି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ୨୦୨୧ ମସିହାରେ ପାରଳାଖେମୁଣ୍ଡି ଥାନାରେ ରୁଜୁ ହୋଇଥିବା ମାମଲାରେ ପ୍ରଥମେ ୩୦୨ ଏବଂ ୧୨୦-ବି ଆଇପିସି ଧାରାରେ ମାମଲା ରୁଜୁ ହୋଇଥିଲା। ତଦନ୍ତ ପରେ କ୍ରାଇମବ୍ରାଞ୍ଚ୍ ବିଦ୍ୟାଭାରତୀଙ୍କ ବିରୋଧରେ ୩୦୪-ଏ ଧାରାରେ ଚାର୍ଜସିଟ୍ ଦାଖଲ କରିଥିଲା। କିନ୍ତୁ ପୋଲିସର ଚାର୍ଜସିଟ୍‌ରେ ୩୦୨ ଧାରା ନଥିବାରୁ ଅଭିଯୋଗକାରୀ ଅଭିରାମ ମହାପାତ୍ର ପ୍ରୋଟେଷ୍ଟ ପିଟିସନ୍ ଦାଖଲ କରିଥିଲେ। ଏହା ଉପରେ ତଦନ୍ତ ପରେ SDJM କୋର୍ଟ ୧୨ ଏପ୍ରିଲ୍ ୨୦୨୩ରେ ବିଦ୍ୟାଭାରତୀଙ୍କ ସମେତ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ ୩୦୨/୧୨୦-ବି ଧାରାରେ କଗ୍ନିଜାନ୍ସ ନେଇଥିଲେ। ଯାହାକୁ ବିରୋଧ କରି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ଵିଦ୍ୟାଭାରତୀ। ଏହା ପୂର୍ବରୁ ତତ୍କାଳୀନ ଡିଏଫଓ ସଂଗ୍ରାମ କେଶରୀ ବେହେରାଙ୍କ ଆବେଦନକୁ ହାଇକୋର୍ଟ ଖାରଜ କରିଥିଲେ। ପରେ ସେ ଗିରଫ ମଧ୍ୟ ହୋଇଥିଲେ। ତେବେ ହାଇକୋର୍ଟରେ ଏହି ମାମଲାର ଶୁଣାଣି ସମୟରେ ନିୟମିତ କୋର୍ଟରେ ହାଜର ହେବାରୁ ଛାଡ଼ ପାଇଁ ବିଦ୍ୟାଭାରତୀ ଆବେଦନ କରିଥିଲେ। ୨୦୨୧ ଜୁଲାଇ ୧୧ରେ ଘଟିଥିଲା ଏକ ଲୋମ ଟାଙ୍କୁରା ଘଟଣା। ପାରଳାଖେମୁଣ୍ଡିସ୍ଥିତ ନିଜ ସରକାରୀ ବାସଭବନରେ ଏସିଏଫ୍‌ ସୌମ୍ୟରଞ୍ଜନ ଗୁରୁତର ଭାବେ ପୋଡି ହୋଇ ଯାଇଥିଲେ। ଜୁଲାଇ ୧୩ରେ ଚିକିତ୍ସାଧୀନ ଅବସ୍ଥାରେ କଟକରେ ତାଙ୍କର ମୃତ୍ୟୁ ହେଲା। ଘଟଣାକୁ ନେଇ ସୌମ୍ୟରଞ୍ଜନଙ୍କ ପରିବାର ପକ୍ଷରୁ ଅଭିଯୋଗ ପରେ ମାମଲାର ତଦନ୍ତ ହୋଇଥିଲା।ଏହି ମାମଲାରେ ତତ୍କାଳୀନ ଡିଏଫ୍‌ଓ ସଂଗ୍ରାମ କେଶରୀ ବେହେରା ଗିରଫ ହୋଇସାରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୪ ପାକିସ୍ତାନୀ ମତ୍ସ୍ୟଜୀବୀଙ୍କୁ ଗିରଫ କଲା ବିଏସ୍‌ଏଫ୍‌

ନୂଆଦିଲ୍ଲୀ,୨୫ା୧୦: ଗୁଜରାଟର କଚ୍ଛ ଜିଲାର ସମ୍ବେଦନଶୀଳ ସିର୍‌ କ୍ରିକ ଅଞ୍ଚଳରେ ବେଆଇନ ଭାବେ ଭାରତୀୟ ଜଳସୀମାରେ ପ୍ରବେଶ କରିଥିବା ଅଭିଯୋଗରେ ସୀମା ସୁରକ୍ଷା ବଳ(ବିଏସ୍‌ଏଫ୍‌) ୪ଜଣ ପାକିସ୍ତାନୀ…

ଉପାନ୍ତ ଗ୍ରାମରେ ପହଞ୍ଚିଲେ କଳାହାଣ୍ଡି ଜିଲାପାଳ, କନ୍ଦାଗୁଡା-କେନ୍ଦୁଗୁଡାର ହେବ ବିକାଶ

ଥୁଆମୂଳ ରାମପୁର, ୨୫।୧୦ (ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ଗ୍ରାମପଞ୍ଚାୟତ ଅଧୀନସ୍ଥ ପାହାଡ଼ ପର୍ବତ ଘେରା ଦୁର୍ଗମ ଅଞ୍ଚଳ କନ୍ଦାଗୁଡା,…

ନିର୍ବାଚନ ପୂର୍ବରୁ ଇରାନକୁ ନେଇ ନେତାନ୍ୟାହୁଙ୍କ ଚେତାବନୀ,’ପରମାଣୁ ବିପଦ…’

ନୂଆଦିଲ୍ଲୀ, ୨୫।୧୦: ଇରାନର ପରମାଣୁ ଅସ୍ତ୍ର ହାସଲ ଉଦ୍ୟମକୁ ଇସ୍ରାଏଲର ଅସ୍ତିତ୍ୱ ପ୍ରତି ବଡ଼ ବିପଦ ବୋଲି ଦର୍ଶାଇଛନ୍ତି ଲେଖକ ୟୁଭାଲ ବ୍ଲୁମବର୍ଗ । ଇସ୍ରାଏଲର ପ୍ରଧାନମନ୍ତ୍ରୀ…

ଦିଗପହଣ୍ଡିରେ ମା’ ଗଜଲକ୍ଷ୍ମୀଙ୍କ ପୂଜା ମହୋତ୍ସବ, ଚଳଚଞ୍ଚଳ ଅଞ୍ଚଳ କଲୋନୀ

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ନିଳାଦ୍ରୀ ବିହାର ପ୍ରଥମ ଲେନରେ ପ୍ରତିବର୍ଷ ଭଳି ଚଳିତବର୍ଷ ଧର୍ମୀୟ ଭାବନା, ଭକ୍ତି ଓ ଆଧ୍ୟାତ୍ମିକ…

ଦିଗପହଣ୍ଡିରେ ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା ଉଦ୍ୟମ, ୧୦ରୁ ଅଧିକ ଯୁବକ….

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମର କାଳୁ ଗୌଡ଼ ନାମକ ଜଣେ ଯୁବକଙ୍କୁ ମରଣାନ୍ତର ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି ।…

ବଂଶଧାରାରେ ବିଦାୟ ନେଲେ ମା’ ଦୁର୍ଗା, ଆରବର୍ଷକୁ ଅପେକ୍ଷା…

ଗୁଡାରି,୨୫।୧୦(ପ୍ରମୋଦ କୁମାର ପତି): ଗୁଡାରି ଟାଉନ ଦୁର୍ଗା ପୂଜା କମିଟି ପକ୍ଷରୁ ଆୟୋଜିତ ଦୁର୍ଗା ପୂଜାର ରବିବାର ରାତିରେ ଭଷାଣି ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଭସାଣି ଉତ୍ସବ…

ଖାର୍ଗେଙ୍କ ବିବାଦୀୟ ବୟାନକୁ ନେଇ ବର୍ଷିଲେ ଅମିତ ଶାହା, ସବୁ ମର୍ଯ୍ୟାଦା….

ନୂଆଦିଲ୍ଲୀ,୨୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ ଏକ ବିବାଦୀୟ ମନ୍ତବ୍ୟକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଛି । ଏହାକୁ…

ଗଜଲକ୍ଷ୍ମୀ ପୂଜା ପାଇଁ ଭଞ୍ଜନଗର ଉତ୍ସବ ମୁଖର

ଭଞ୍ଜନଗର,୨୫।୧୦(ବାବୁଲା ପ୍ରଧାନ): ଗଜଲକ୍ଷ୍ମୀ ପୂଜା ପାଇଁ ଗଞ୍ଜାମ ଜିଲା ଭଞ୍ଜନଗର ସହର ଉତ୍ସବ ମୁଖର ହୋଇଉଠିଛି। ରବିବାର ଭଞ୍ଜନଗର ସହରର ବିଭିନ୍ନ ସ୍ଥାନ ସମେତ ସହରତଳି ଅଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?