ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ, ସ୍ତ୍ରୀ ବିଦ୍ୟାଭାରତୀଙ୍କର…

ଗଜପତି,୩୦ା୯(ଗିରିଧାରୀ ପରିଚ୍ଛା): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅନ୍ୟତମ ଅଭିଯୁକ୍ତ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ପୋଲିସ ଗିରଫ କରିଛି। ଏସ୍‌ଡିଜେଏମ୍‌ ପାରଳାଖେମୁଣ୍ଡିଙ୍କ ଅଦାଲତରୁ ଜାରି ଜାମିନ ବିହୀନ ଗିରଫ ପରଓ୍ବାନା ବଳରେ ପୋଲିସ ଭୋର ସମୟରେ ତାଙ୍କ ନିଜ ଗ୍ରାମ କରଡ଼ାସିଂରେ ଚଢ଼ଉ କରି ତାଙ୍କୁ କାବୁ କରିଥିଲା। ପରେ ତାଙ୍କୁ ଅଦାଲତରେ ହାଜର କରାଯାଉଛି। ଭାରତୀୟ ଦଣ୍ଡ ସଂହିତାର ଦଫା ୩୦୨/୧୨୦-ବି ସମ୍ପର୍କିତ ମାମଲାରେ ମନ୍ମଥଙ୍କ ବିରୋଧରେ ଅଦାଲତ ଜାମିନ ବିହୀନ ପରଓ୍ବାନା ଜାରି କରିଥିଲେ। ମନ୍ମଥ ନିଜ ଗ୍ରାମରେ ଥିବା ନେଇ ପୋଲିସକୁ ସୂଚନା ମିଳିବା ପରେ ଏକ ପୋଲିସ ଟିମ ଭୋରରେ ଚଢ଼ଉ କରି ତାଙ୍କୁ ଗିରଫ କରିଥିଲା।
ସୂଚନାଯୋଗ୍ୟ, ପାରଳାଖେମୁଣ୍ଡିରେ ଏସିଏଫ୍‌ ଭାବେ କାର୍ଯ୍ୟରତ ସୌମ୍ୟ ରଞ୍ଜନ ମହାପାତ୍ରଙ୍କ ୨୦୨୧ ଜୁଲାଇ ୧୨ ତାରିଖରେରେ ନିଜ ସରକାରୀ ବାସଭବନରେ ପୋଡ଼ି ଯାଇ ଗୁରୁତର ହୋଇଥିଲେ। ଚିକିତ୍ସା ପାଇଁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ସୌମ୍ୟଙ୍କ ମୃତ୍ୟୁ ଘଟିଥିଲା। ଘଟଣାକୁ ନେଇ ସୌମ୍ୟଙ୍କ ପରିବାର ପକ୍ଷରୁ ହତ୍ୟା ଅଭିଯୋଗ ହୋଇଥିଲା।
ଏହି ଘଟଣାରେ ସୌମ୍ୟଙ୍କ ପତ୍ନୀ ବିଦ୍ୟାଭାରତୀ, ତତ୍କାଳୀନ ଡିଏଫଓ ସଂଗ୍ରାମ କେଶରୀ ବେହେରା ଓ ରୋଷେୟା ମନ୍ମଥ କୁମ୍ଭଙ୍କ ନାମ ଅଭିଯୁକ୍ତ ଭାବେ ଆସିଥିଲା। ପରେ ମାମଲାର ତଦନ୍ତ ଭାର କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର ହୋଇଥିଲା। ତଦନ୍ତରେ ସୌମ୍ୟଙ୍କ ମୃତ୍ୟୁ ଆତ୍ମହତ୍ୟାଜନିତ ବୋଲି ଦର୍ଶାଯାଇଥିବା ନେଇ ସୌମ୍ୟଙ୍କ ବାପା ଅଭିରାମ ମହାପାତ୍ର ଅସନ୍ତୋଷ ପ୍ରକାଶ କରିଥିଲେ। ତଦନ୍ତର ଦିଗ ନେଇ ଅଭିଯୋଗ ଉଠାଇ ସେ ୨୦୨୨ରେ ପାରଳାଖେମୁଣ୍ଡି ଏସ୍‌ଡିଜେଏମ୍‌ ଅଦାଲତର ଦ୍ୱାରସ୍ଥ ହୋଇଥିଲେ। ଅଭିରାମଙ୍କ ପକ୍ଷରୁ ଦାଖଲ ଅଭିଯୋଗ ଓ ଉପସ୍ଥାପିତ ତଥ୍ୟକୁ ଆଧାର କରି ଏସ୍‌ଡିଜେଏମ୍‌ ଅଦାଲତ ମାମଲାକୁ ଗ୍ରହଣ କରିଥିଲେ। ପରେ ହତ୍ୟା ମାମଲା ରୁଜୁ ହୋଇ ୨୦୨୩ରେ ତିନି ଅଭିଯୁକ୍ତଙ୍କ ବିରୋଧରେ ଜାମିନ ବିହୀନ ଗିରଫ ପରଓ୍ବାନା ଜାରି ହୋଇଥିଲା।
ଇତିମଧ୍ୟରେ ମାମଲାର ଅନ୍ୟତମ ଅଭିଯୁକ୍ତ ତତ୍କାଳୀନ ଡିଏଫ୍‌ଓ ସଂଗ୍ରାମ କେଶରୀ ବେହେରା ଅଦାଲତରେ ଆତ୍ମସମର୍ପଣ କରିଥିବାବେଳେ ସେ ବର୍ତ୍ତମାନ ବିଚାରାଧୀନ ବନ୍ଦୀ ଭାବେ ଜେଲରେ ଅଛନ୍ତି। ଏବେ ଜାମିନ ବିହୀନ ପରଓ୍ବାନା ବଳରେ ମନ୍ମଥ କୁମ୍ଭଙ୍କ ଗିରଫ ଘଟଣା ମାମଲାକୁ ପୁଣି ଚର୍ଚ୍ଚାକୁ ଆଣିଛି।

ଅନ୍ୟପକ୍ଷରେ ଆଜି ଏସିଏଫ୍‌ ସୌମ୍ୟଙ୍କ ସ୍ତ୍ରୀ ବିଦ୍ୟାଭାରତୀ ମହାପାତ୍ରଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ବିଦ୍ୟାଭାରତୀଙ୍କ ପକ୍ଷରୁ ଦାଖଲ ହୋଇଥିବା ସ୍ପେଶାଲ ଲିଭ ପିଟିଶନ ଆବେଦନକୁ ସର୍ବୋଚ୍ଚ ନ୍ୟାୟାଳୟ ଖାରଜ କରିଛନ୍ତି। ଏହା ସହ ହାଇକୋର୍ଟଙ୍କ ପୂର୍ବ ଆଦେଶକୁ ବଳବତ୍ତର ରଖିଛନ୍ତି ସୁପ୍ରିମକୋର୍ଟ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?