ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ତତ୍କାଳୀନ DFO ସଂଗ୍ରାମ କେଶରୀ ବେହେରା ନିଲମ୍ବିତ

ଭୁବନେଶ୍ୱର,୨।୮: ୨୦୨୧ ମସିହାରେ ପାରଳାଖେମୁଣ୍ଡିରେ ଘଟିଥିବା ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଏହି ଘଟଣାରେ ତତ୍କାଳୀନ DFO ତଥା IFS ଅଧିକାରୀ ସଂଗ୍ରାମ କେଶରୀ ବେହେରାଙ୍କୁ ନିଲମ୍ବନ କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ IFS ଅଧିକାରୀ ସଂଗ୍ରାମ କେଶରୀ ବେହେରାଙ୍କ ବିରୋଧରେ ଏହି ନିଲମ୍ବନ ଆଦେଶ ଜାରି କରାଯାଇଛି।

ଉଲ୍ଲେଖଯୋଗ୍ୟ, ୨୦୨୧ ଜୁଲାଇ ମାସରେ ପାରଳାଖେମୁଣ୍ଡିର ସହକାରୀ ବନ ସଂରକ୍ଷକ (ACF) ସୌମ୍ୟରଞ୍ଜନ ମହାପାତ୍ରଙ୍କ ରହସ୍ୟଜନକ ମୃତ୍ୟୁ ଘଟଣା ସମଗ୍ର ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଥିଲା। ଏହି ମାମଲାର ତଦନ୍ତକୁ ନେଇ ବିଭିନ୍ନ ସମୟରେ ପ୍ରଶ୍ନ ଉଠିଥିଲା। ବର୍ତ୍ତମାନ ସରକାରଙ୍କ ଏହି ନିଲମ୍ବନ କାର୍ଯ୍ୟାନୁଷ୍ଠାନକୁ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ  ଗ୍ରହଣ କରିଛନ୍ତି।

Dharitri – Odisha’s No.1 Odia Daily