ମହାପ୍ରୟାଣରେ ‘ସତସଙ୍ଗ’ର ଆଚାର୍ଯ୍ୟଦେବ ପରମ ପୂଜ୍ୟପାଦ ଶ୍ରଶ୍ରୀଦାଦା

ଭୁବନେଶ୍ବର,୧୬।୧୨(ବ୍ୟୁରୋ): ‘ସତସଙ୍ଗ’ର ଆଚାର୍ଯ୍ୟଦେବ ପରମ ପୂଜ୍ୟପାଦ ଶ୍ରୀଶ୍ରୀଦାଦାଙ୍କର ଗୁରୁବାର ସକାଳ ୯.୪୦ ମିନିଟରେ ମହାପ୍ରୟାଣ ହୋଇଛି। ପଶ୍ଚିମବଙ୍ଗର ଦୁର୍ଗାପୁରସ୍ଥିତ ମିଶନ ହସ୍ପିଟାଲରେ ୮୯ ବର୍ଷ ବୟସରେ ଶ୍ରୀଶ୍ରୀଦାଦା ଇହଲୀଳା ସମ୍ବରଣ କରିଛନ୍ତି। ଗତ କିଛିଦିନ ଧରି ସେ ଅସୁସ୍ଥତା ହେତୁ ସେ ଚିକିତ୍ସିତ ହେଉଥିଲେ। ଶ୍ରୀଶ୍ରୀଠାକୁର ଅନୁକୂଳଚନ୍ଦ୍ରଙ୍କର ନାତି ଶ୍ରୀଶ୍ରୀଦାଦା ( ଶ୍ରୀ ଅଶୋକ ଚକ୍ରବର୍ତ୍ତୀ) ଶ୍ରୀଶ୍ରୀଠାକୁରଙ୍କର ଭାବାଦର୍ଶ ଓ ‘ସତସଙ୍ଗ’ ଆନ୍ଦୋଳନର ବିସ୍ତାରରେ ଏକ ବଡ଼ ଭୂମିକା ଗ୍ରହଣ କରିଥିଲେ। ପ୍ରତିଟି ମଣିଷକୁ ସୁଖ-ଶାନ୍ତି-ଆନନ୍ଦରେ ବଞ୍ଚିବାର ସୂତ୍ର ଧରାଇବା ଲାଗି ତା’ର ଦ୍ବାରରେ ପହଞ୍ଚିବାକୁ ସେ ନିର୍ଦ୍ଦେଶ ଦେଇଥିଲେ । ଶେଷ ରୀତିନୀତି ଅନୁଯାୟୀ ଆଚାର୍ଯ୍ୟଦେବଙ୍କର ଶେଷକୃତ୍ୟ ଦୁର୍ଗାପୁରସ୍ଥିତ ସତସଙ୍ଗ ବିହାର ପରିସରରେ ସମ୍ପନ୍ନ ହେବ ବୋଲି ସୂଚନା ରହିଛି। ତାଙ୍କ ମହାପ୍ରୟାଣରେ କୋଟିକୋଟି ସତସଙ୍ଗପ୍ରେମୀଙ୍କ ମଧ୍ୟରେ ଶୋକର ଛାୟା ଖେଳିଯାଇଛି।
୧୯୩୩ ମସିହା ଅକ୍ଟୋବର ୨୧ ତାରିଖରେ ସେ ହିମାୟିତପୁର(ଏବେ ବାଂଲାଦେଶ)ଠାରେ ଶ୍ରୀଶ୍ରୀଦାଦା ଜନ୍ମଗ୍ରହଣ କରିଥିଲେ। ଶ୍ରୀଶ୍ରୀଠାକୁରଙ୍କର ଜ୍ୟୋଷ୍ଠାତ୍ମଜ ପରମ ପୂଜ୍ୟପାଦ ଶ୍ରୀଶ୍ରୀବଡଦାଙ୍କର ଜ୍ୟେଷ୍ଠପୁତ୍ର ଶ୍ରୀଶ୍ରୀଦାଦା ୧୯୯୪ ମସିହାରେ ‘ସତସଙ୍ଗ’ର ଆଚାର୍ଯ୍ୟଦେବ ଭାବେ ଅଭିଷିକ୍ତ ହେବାପରେ ତାଙ୍କ ନେତୃତ୍ୱରେ ସତସଙ୍ଗ ଦେଶ ଏବଂ ବିଦେଶରେ ପ୍ରସିଦ୍ଧି ଲାଭ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri