ମହାପ୍ରୟାଣରେ ‘ସତସଙ୍ଗ’ର ଆଚାର୍ଯ୍ୟଦେବ ପରମ ପୂଜ୍ୟପାଦ ଶ୍ରଶ୍ରୀଦାଦା

ଭୁବନେଶ୍ବର,୧୬।୧୨(ବ୍ୟୁରୋ): ‘ସତସଙ୍ଗ’ର ଆଚାର୍ଯ୍ୟଦେବ ପରମ ପୂଜ୍ୟପାଦ ଶ୍ରୀଶ୍ରୀଦାଦାଙ୍କର ଗୁରୁବାର ସକାଳ ୯.୪୦ ମିନିଟରେ ମହାପ୍ରୟାଣ ହୋଇଛି। ପଶ୍ଚିମବଙ୍ଗର ଦୁର୍ଗାପୁରସ୍ଥିତ ମିଶନ ହସ୍ପିଟାଲରେ ୮୯ ବର୍ଷ ବୟସରେ ଶ୍ରୀଶ୍ରୀଦାଦା ଇହଲୀଳା ସମ୍ବରଣ କରିଛନ୍ତି। ଗତ କିଛିଦିନ ଧରି ସେ ଅସୁସ୍ଥତା ହେତୁ ସେ ଚିକିତ୍ସିତ ହେଉଥିଲେ। ଶ୍ରୀଶ୍ରୀଠାକୁର ଅନୁକୂଳଚନ୍ଦ୍ରଙ୍କର ନାତି ଶ୍ରୀଶ୍ରୀଦାଦା ( ଶ୍ରୀ ଅଶୋକ ଚକ୍ରବର୍ତ୍ତୀ) ଶ୍ରୀଶ୍ରୀଠାକୁରଙ୍କର ଭାବାଦର୍ଶ ଓ ‘ସତସଙ୍ଗ’ ଆନ୍ଦୋଳନର ବିସ୍ତାରରେ ଏକ ବଡ଼ ଭୂମିକା ଗ୍ରହଣ କରିଥିଲେ। ପ୍ରତିଟି ମଣିଷକୁ ସୁଖ-ଶାନ୍ତି-ଆନନ୍ଦରେ ବଞ୍ଚିବାର ସୂତ୍ର ଧରାଇବା ଲାଗି ତା’ର ଦ୍ବାରରେ ପହଞ୍ଚିବାକୁ ସେ ନିର୍ଦ୍ଦେଶ ଦେଇଥିଲେ । ଶେଷ ରୀତିନୀତି ଅନୁଯାୟୀ ଆଚାର୍ଯ୍ୟଦେବଙ୍କର ଶେଷକୃତ୍ୟ ଦୁର୍ଗାପୁରସ୍ଥିତ ସତସଙ୍ଗ ବିହାର ପରିସରରେ ସମ୍ପନ୍ନ ହେବ ବୋଲି ସୂଚନା ରହିଛି। ତାଙ୍କ ମହାପ୍ରୟାଣରେ କୋଟିକୋଟି ସତସଙ୍ଗପ୍ରେମୀଙ୍କ ମଧ୍ୟରେ ଶୋକର ଛାୟା ଖେଳିଯାଇଛି।
୧୯୩୩ ମସିହା ଅକ୍ଟୋବର ୨୧ ତାରିଖରେ ସେ ହିମାୟିତପୁର(ଏବେ ବାଂଲାଦେଶ)ଠାରେ ଶ୍ରୀଶ୍ରୀଦାଦା ଜନ୍ମଗ୍ରହଣ କରିଥିଲେ। ଶ୍ରୀଶ୍ରୀଠାକୁରଙ୍କର ଜ୍ୟୋଷ୍ଠାତ୍ମଜ ପରମ ପୂଜ୍ୟପାଦ ଶ୍ରୀଶ୍ରୀବଡଦାଙ୍କର ଜ୍ୟେଷ୍ଠପୁତ୍ର ଶ୍ରୀଶ୍ରୀଦାଦା ୧୯୯୪ ମସିହାରେ ‘ସତସଙ୍ଗ’ର ଆଚାର୍ଯ୍ୟଦେବ ଭାବେ ଅଭିଷିକ୍ତ ହେବାପରେ ତାଙ୍କ ନେତୃତ୍ୱରେ ସତସଙ୍ଗ ଦେଶ ଏବଂ ବିଦେଶରେ ପ୍ରସିଦ୍ଧି ଲାଭ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?