Posted inଜାତୀୟ

Acharya Satyendra Das Death: ସବୁଦିନ ପାଇଁ ନୀରବି ଗଲେ ରାମ ମନ୍ଦିରର ମୁଖ୍ୟ ପୂଜକ

ଅଯୋଧ୍ୟା,୧୨।୨:ଉତ୍ତର ପ୍ରଦେଶର ଅଯୋଧ୍ୟାରେ ଥିବା ରାମ ମନ୍ଦିରର ମୁଖ୍ୟ ପୂଜକ ଆଚାର୍ଯ୍ୟ ସତ୍ୟେନ୍ଦ୍ର ଦାସଙ୍କର ବୁଧବାର ଦେହାନ୍ତ ହୋଇଯାଇଛି। ହସ୍ପିଟାଲ ପକ୍ଷରୁ ଏହି ସୂଚନା ଦିଆଯାଇଛି। ମସ୍ତିଷ୍କ ରକ୍ତସ୍ରାବ ପରେ, ସେ ଲକ୍ଷ୍ନୌର ପିଜିଆଇରେ ଚିକିତ୍ସାଧୀନ ଥିଲେ।

ହସ୍ପିଟାଲ ପକ୍ଷରୁ ଜାରି ଏକ ପ୍ରେସ ରିଲିଜରେ କୁହାଯାଇଛି ଯେ, ଅଯୋଧ୍ୟା ରାମ ମନ୍ଦିରର ମୁଖ୍ୟ ପୂଜକ ଶ୍ରୀ ସତେନ୍ଦ୍ର ଦାସ ଜୀ ଆଜି ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଫେବୃଆରୀ ୩ରେ ଷ୍ଟ୍ରୋକ ହେବା ପରେ ତାଙ୍କୁ ଗୁରୁତର ଅବସ୍ଥାରେ ନ୍ୟୁରୋଲୋଜି ୱାର୍ଡର ଏଚ୍‌ଡିୟୁରେ ଭର୍ତ୍ତି କରାଯାଇଥିଲା। ଆଚାର୍ଯ୍ୟ ସତ୍ୟେନ୍ଦ୍ର ଦାସ ୮୫ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।
ଆଚାର୍ଯ୍ୟ ସତ୍ୟେନ୍ଦ୍ର ଦାସଙ୍କ ନିଧନରେ ପ୍ରତିକ୍ରିୟା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ। ସେ ସୋସିଆଲ ମିଡିଆ ସାଇଟ ଏକ୍ସରେ ଲେଖିଛନ୍ତି- ଭଗବାନ ରାମଙ୍କ ପରମ ଭକ୍ତ ଏବଂ ଶ୍ରୀ ରାମ ଜନ୍ମଭୂମି ମନ୍ଦିର, ଶ୍ରୀ ଅଯୋଧ୍ୟା ଧାମର ମୁଖ୍ୟ ପୁରୋହିତ ଆଚାର୍ଯ୍ୟ ଶ୍ରୀ ସତ୍ୟେନ୍ଦ୍ର କୁମାର ଦାସ ଜୀ ମହାରାଜଙ୍କ ଦେହାନ୍ତ ଅତ୍ୟନ୍ତ ଦୁଃଖଦ ଏବଂ ସାମାଜିକ ଏବଂ ଆଧ୍ୟାତ୍ମିକ ଜଗତ ପାଇଁ ଏକ ଅପୂରଣୀୟ କ୍ଷତି। ତାଙ୍କୁ ବିନମ୍ର ଶ୍ରଦ୍ଧାଞ୍ଜଳି! ମୁଁ ପ୍ରଭୁ ଶ୍ରୀରାମଙ୍କ ନିକଟରେ ପ୍ରାର୍ଥନା କରୁଛି ଯେ ସେ ଦିବଂଗତ ଆତ୍ମାକୁ ତାଙ୍କ ଚରଣ କମଳରେ ସ୍ଥାନ ଦିଅନ୍ତୁ ଏବଂ ଶୋକଗ୍ରସ୍ତ ଶିଷ୍ୟ ଏବଂ ଅନୁଗାମୀମାନଙ୍କୁ ଏହି ଅପାର କ୍ଷତି ସହିବା ପାଇଁ ଶକ୍ତି ଦିଅନ୍ତୁ। ଓମ୍‌ ଶାନ୍ତି!


Enter your email to get our daily news in your inbox.

All Right Reserved By Dharitri.Com

ବିହାରରେ ସୁରକ୍ଷାକୁ ନେଇ ରାଜନୈତିକ ବିବାଦ: ଲାଲୁ-ରାବ୍ରିଙ୍କ ପାଇଁ Z+ ସୁରକ୍ଷା ପ୍ରତ୍ୟାହାର କରିବା ପରେ ଏମିତି କଲେ ତେଜସ୍ବୀ

ପାଟନା,୬।୬: ବିହାର ରାଜନୀତିରେ ସୁରକ୍ଷା ବ୍ୟବସ୍ଥାକୁ ନେଇ ସରକାର ଏବଂ ବିରୋଧୀ ଦଳ ମଧ୍ୟରେ ବିବାଦ ପୁଣି ଥରେ ଶୀର୍ଷରେ ପହଞ୍ଚିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ…

ITDA ଯନ୍ତ୍ରୀଙ୍କ ଧର୍ମଶାଳା ଘରେ ଚାଲିଛି ରେଡ୍‌, ମୋଟ୍‌ ୯ଟି ସ୍ଥାନରେ ରହିଛି…

ଧର୍ମଶାଳା,୬ା୬(ଶିବ ପ୍ରସାଦ ମହାନ୍ତି): ITDA ବାଲିଗୁଡ଼ା ଯନ୍ତ୍ରୀ ବୈକୁଣ୍ଠନାଥ ବେହେରାଙ୍କ ଘରେ ଭିଜିଲାନ୍ସ ରେଡ୍‌ ହୋଇଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ଚଢ଼ାଉ…

ଜଙ୍ଗଲରୁ ହାତୀ ଶାବକର ମୃତଦେହ ଜବତ

ରିଆମାଳ,୬ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ଫରେଷ୍ଟ ସେକ୍ସନ ସଙ୍ଘାପଶି ଖସଡ଼ା ଜଙ୍ଗଲରୁ ଶନିବାର ଏକ ଅଣ୍ଡିରା ଶିଶୁ ଶାବକ ହାତୀର ମୃତଦେହ ଜବତ…

ଭିନ୍ନ ଏକ ରେବତୀ: ବାପା ଦିନ ମଜୁରିଆ, ଝିଅ ହେଲେ ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଟପ୍ପର, କହିଲେ-ଆଗକୁ ମୁଁ…

ବଲାଙ୍ଗୀର, ୬।୬ (ବୀରେନ୍ଦ୍ର କୁମାର ଝାଙ୍କର/ସୁନୀଲ କୁମାର ମହାନ୍ତି): ବ୍ୟାସକବି ଫକୀର ମୋହନ ଗଳ୍ପ ସେନାପତିଙ୍କ କାଳଜୟୀ ‘ରେବତୀ’କୁ ନେଇ ଓଡ଼ିଆ ସାହିତ୍ୟ ଜଗତ ମୁଖରିତ। ନାରୀ…

ତିନି ଦିନ ବିଳମ୍ବରେ ଗୋଆରେ ପହଞ୍ଚିଲା ମୌସୁମୀ, ଏବେ ବର୍ଷାକୁ ନେଇ ରେଡ ଆଲର୍ଟ, ଓଡ଼ିଶା ଛୁଇଁବାକୁ ଆହୁରି ଲାଗିବ…

ନୂଆଦିଲ୍ଲୀ,୬।୬: ପ୍ରାୟ ତିନି ଦିନ ବିଳମ୍ବ ପରେ, ଶନିବାର ମୌସୁମୀ ବାୟୁ ଗତି ବୃଦ୍ଧି ପାଇଛି ଏବଂ ଏହା ଗୋଆରେ ପହଞ୍ଚିଛି। କେରଳରେ ଆଗାମୀ ୨୪ ଘଣ୍ଟା…

ଫାୟାରିଂ ମାମଲାରେ ସରେଣ୍ଡର କଲେ ଖାନ୍‌ ସାର, ଏବେ ଆଗକୁ…

ପାଟନା,୬।୬: ବିହାରର ଜଣାଶୁଣା ଶିକ୍ଷକ ତଥା ‘ଖାନ ଗ୍ଲୋବାଲ ଷ୍ଟଡିଜ’ର ପ୍ରତିଷ୍ଠାତା ଖାନ ସାର୍‌ କୋଚିଂ ସଂସ୍ଥାନରେ ହୋଇଥିବା ହିଂସା ଏବଂ ଗୁଳିଚାଳନା (ଫାୟାରିଂ) ମାମଲାରେ ଆତ୍ମସମର୍ପଣ…

ପୂର୍ବତନ ବାର୍‌ ଆସୋସିଏଶନ ସଭାପତିଙ୍କ ପରଲୋକ, ଶୋକ ବ୍ୟକ୍ତ କଲେ ବିଧାୟକ

ଭଞ୍ଜନଗର,୬ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ପୂର୍ବତନ ସଭାପତି ବଂଶୀଧର ପ୍ରଧାନ(୭୭) ଶୁକ୍ରବାର ରାତିରେ ପରଲୋକ ଗମନ କରିଛନ୍ତି। ଏହି ଖବର ଜଣାପଡ଼ିବା ପରେ…

ଭୟଙ୍କର ଦୁର୍ଘଟଣା, ଜଣଙ୍କ ଜୀବନ ବଞ୍ଚାଇବାକୁ ଯାଇ ଗୋଟିଏ ଗାଁର ୫ ଯୁବକ ମୃତ

ଅହମଦାବାଦ,୬।୬: ମୋର୍ବି-ହାଲଭାଡ ରାଜପଥର ଚରଦ୍ବା ଗ୍ରାମ ଉପକଣ୍ଠରେ ଗତକାଲି ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି, ଯେଉଁଥିରେ ରଣଛୋଡଗଡ଼ ଗ୍ରାମର ପାଞ୍ଚ ଜଣ ଯୁବକଙ୍କ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri