ଓଡ଼ିଶାରେ ‘ଅଚ୍ଛେଦିନ୍‌’: ଶାହା

କଟକ ଅଫିସ,୯/୮:୨୦୧୯ ସାଧାରଣ ନିର୍ବାଚନ ସମୟରେ ଭାଜପାର ତତ୍‌କାଳୀନ ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା ଏବେକାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଓଡ଼ିଶା ଗସ୍ତରେ ଆସି ନବୀନ ସରକାରଙ୍କୁ କଡ଼ା ସମାଲୋଚନା କରିଥିଲେ। ପୋଡ଼ା ଟ୍ରାନ୍ସଫର୍ମର କହି ବଙ୍ଗୋପସାଗରରେ ଫିଙ୍ଗି ଦେବାକୁ ରାଜ୍ୟବାସୀଙ୍କୁ ଆହ୍ବାନ ଦେଇଥିଲେ। ରାଜ୍ୟବାସୀ କିନ୍ତୁ ଶାହାଙ୍କ କଥାକୁ ବେଖାତିର କରି ପୁନର୍ବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ବିପୁଳ ସମର୍ଥନ ଦେଇ କ୍ଷମତାରେ ବସାଇଥିଲେ। ସୋମବାର ଓଡ଼ିଶା ଗସ୍ତରେ ଆସିଥିବା ଶାହା କଟକରେ କହିଛନ୍ତି ଯେ ଓଡ଼ିଶାରେ ‘ଅଚ୍ଛେଦିନ୍‌’ ଆସିଛି। କିନ୍ତୁ ୨୦୨୪ ସାଧାରଣ ନିର୍ବାଚନରେ ଭାଜପା ଓଡ଼ିଶାରେ ଶାସନ କରିବ ବୋଲି ଶାହା ଭୁବନେଶ୍ୱରର ଏକ କାର୍ଯ୍ୟକ୍ରମରେ କହିଛନ୍ତି। ପୂର୍ବରୁ ଦେଖାଦେଇଛି ଯେ ଅମିତଙ୍କ କଥାର ଓଲଟା ପ୍ରମାଣ ହୋଇଛି। ଏଥିରୁ ବୁଝାପଡ଼ୁଛି ଓଡ଼ିଶାବାସୀ ଏଥର ମଧ୍ୟ ଶାହାଙ୍କ କଥାକୁ ପ୍ରତ୍ୟାଖାନ କରିବେ।

ଓଡ଼ିଶାରେ ଅଚ୍ଛେଦିନ୍‌ (ଭଲ ଦିନ) ଆସିଛି। ଏହି ମାଟିରେ ଜନ୍ମିତ ଦ୍ରୌପଦୀ ମୁର୍ମୁ ଦେଶର ରାଷ୍ଟ୍ରପତି ହୋଇପାରିଛନ୍ତି। ଏହା ଆଦିବାସୀ ଏବଂ ଗରିବଙ୍କ ପାଇଁ ଗର୍ବ ଓ ଗୌରବର ବିଷୟ। ସେହିପରି ଓଡ଼ିଶାରୁ ଅଶ୍ୱିନୀ ବୈଷ୍ଣବ, ଧର୍ମେନ୍ଦ୍ର ପ୍ରଧାନ, ବିଶ୍ୱେଶ୍ୱର ଟୁଡୁ କେନ୍ଦ୍ରମନ୍ତ୍ରୀ ହୋଇଛନ୍ତି। ବିଶ୍ୱଭୂଷଣ ହରିଚନ୍ଦନ ଆନ୍ଧ୍ରପ୍ରଦେଶରେ ରାଜ୍ୟପାଳ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନ କାଳରେ ଓଡ଼ିଶାକୁ ଯେଉଁଭଳି ଗୁରୁତ୍ୱ ମିଳିଛି, ତାହା ଆଗରୁ କେବେ ମିଳିନାହିଁ। ଓଡ଼ିଶାରେ ଖଣିଜ ପଦାର୍ଥ ଭରପୂର। ଆଗାମୀ ଦିନରେ ଓଡ଼ିଶାର ଉଜ୍ଜ୍ୱଳ ଭବିଷ୍ୟତ ଦେଖିପାରୁଛି ବୋଲି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ‘ପ୍ରଜାତନ୍ତ୍ର’ର ୭୫ତମ ବାର୍ଷିକ ଉତ୍ସବରେ ମୁଖ୍ୟଅତିଥି ଭାବେ ଯୋଗଦେଇ ଏଭଳି ମତବ୍ୟକ୍ତ କରିଛନ୍ତି। ସୋମବାର କଟକର ଇନ୍‌ଡୋର ଷ୍ଟାଡିୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଶିଷ୍ଟ ଲେଖିକା ଡ.ପ୍ରତିଭା ରାୟ ଯୋଗଦେଇଛନ୍ତି।
ସ୍ବରାଷ୍ଟ୍ର ମନ୍ତ୍ରୀ ଶାହା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଉତ୍କଳ ଭୂମିର ସର୍ବୋଚ୍ଚ ନେତା ବୋଲି ସମ୍ବୋଧନ କରିବା ସହିତ ଧର୍ମେନ୍ଦ୍ରଙ୍କୁ ନିଜ ମିତ୍ର କହିଛନ୍ତି। ଏଥିସହିତ ଭର୍ତ୍ତୃହରି ମହତାବଙ୍କୁ ଦେଶର ଶ୍ରେଷ୍ଠ ଏମ୍‌ପି ଓ ପ୍ରତିଭା ରାୟଙ୍କୁ ଭଉଣୀ ବୋଲି ସମ୍ବୋଧନ କରିଛନ୍ତି। ଶାହା କହିଛନ୍ତି, ସେ ପଶ୍ଚିମ ଭୂମିରୁ ଆସି ପୂର୍ବ ଭୂମିରେ ପାଦ ରଖିଛନ୍ତି। ସେଠାରେ ବି ଜଗନ୍ନାଥ, ଏଠି ବି ଜଗନ୍ନାଥ ଅଛନ୍ତି। ମହାପ୍ରଭୁ ଜଗନ୍ନାଥ ହିଁ ପୂର୍ବରୁ ପଶ୍ଚିମ ପର୍ଯ୍ୟନ୍ତ ସମଗ୍ର ଦେଶକୁ ଭକ୍ତ ଓ ସଂସ୍କୃତିରେ ଯୋଡ଼ି ରଖିଛନ୍ତି।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ, ସାରା ଦେଶ ଏବେ ସ୍ବାଧୀନତାର ଅମୃତ ମହୋତ୍ସବ ପାଳନ କରୁଛି। ଅଗଷ୍ଟ ୯ କ୍ରାନ୍ତି ଦିବସ ଆମ ଇତିହାସର ଏକ ରେଡ୍‌ ଲେଟର ଡେ। ଏହି ଅବସରରେ ସମସ୍ତ ସଂଗ୍ରାମୀଙ୍କୁ ପ୍ରଣାମ ଜଣାଉଛି। ଗଣତାନ୍ତ୍ରିକ ସମାଜରେ ଗଣମାଧ୍ୟମର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଏହା ଆମର ମହାନ୍‌ ସାଂସ୍କୃତିକ ଐତିହ୍ୟ, ନୈତିକ ମୂଲ୍ୟବୋଧକୁ ବଜାୟ ରଖିବା ଏବଂ ଜାତୀୟ ଏକତା ଏବଂ ସାମ୍ପ୍ରଦାୟିକ ସଦ୍‌ଭାବକୁ ପ୍ରୋତ୍ସାହିତ କରିବା ଉଚିତ। କୌଣସି ଭୟ ଏବଂ ଅନୁଗ୍ରହ ବିନା ଗଣମାଧ୍ୟମ ତାହାର କର୍ତ୍ତବ୍ୟ ପାଳନ କରିବା ଉଚିତ। ଲୋକଙ୍କ ବିଶ୍ୱାସ ଆଧାରରେ ଗଣମାଧ୍ୟମ ଚାଲିଥାଏ। ତେଣୁ ରାଜନୀତି ଅପେକ୍ଷା ଗଣମାଧ୍ୟମ ଲୋକଙ୍କ ପ୍ରକୃତ ପ୍ରସଙ୍ଗକୁ ପ୍ରାଥମିକତା ଦେବା ଉଚିତ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ, ସର୍ଦ୍ଦାର ବଲ୍ଲଭଭାଇ ପଟେଲ, ସ୍ବାଧୀନତା ସଂଗ୍ରାମୀ ଡ. ହରେକୃଷ୍ଣ ମହତାବ ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଦେଶକୁ ଏକତ୍ରୀକରଣ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି। ପଟେଲ ଭାରତର ଗଡ଼ଜାତ ଅଞ୍ଚଳ ଏବଂ ସ୍ବାଧୀନ ରାଜ୍ୟଗୁଡ଼ିକୁ ଦେଶ ସହ ମିଶାଇବାରେ ପ୍ରମୁଖ ଭୂମିକା ନେଇଥିଲେ। ଡ. ମହତାବ ଗଡ଼ଜାତ ରାଜ୍ୟଗୁଡ଼ିକର ଓଡ଼ିଶା ସହ ମିଶ୍ରଣରେ ନୀଳଗିରିକୁ ପ୍ରଥମେ ସାମିଲ କରାଇଥିଲେ। ପରେ ଶାହା ପ୍ରଧାନମନ୍ତ୍ରୀ ମୋଦିଙ୍କ ସହଯୋଗରେ ଜମ୍ମୁ କଶ୍ମୀରରେ ଧାରା ୩୭୦ ଉଚ୍ଛେଦ କରି ପଟେଲ ଓ ମହତାବଙ୍କ ଅଧା ସ୍ବପ୍ନକୁ ପୂରଣ କରିଛନ୍ତି ବୋଲି ଧର୍ମେନ୍ଦ୍ର କହିଛନ୍ତି। ପଦ୍ମଭୂଷଣ ପ୍ରତିଭା ରାୟ ପ୍ରଜାତନ୍ତ୍ରରୁ ତାଙ୍କର ସାହିତ୍ୟ ଯାତ୍ରାର ଆରମ୍ଭ ହୋଇଥିଲା, ଯାହା ଏବେବି ଗତିଶୀଳ ବୋଲି କହିଛନ୍ତି। ପ୍ରଜାତନ୍ତ୍ରର ସମ୍ପାଦକ ତଥା କଟକ ଏମ୍‌ପି ଭର୍ତ୍ତୃହରି ମହତାବ ସ୍ବାଗତଭାଷଣ ଦେଇ ଦୁର୍ନୀତି, ଅତ୍ୟାଚାର, ଅନ୍ୟାୟ ବିରୋଧରେ ସ୍ବର ଉତ୍ତୋଳନରୁ ଏହି କାଗଜର ଜନ୍ମ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...

ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି… 

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri