ଅଞ୍ଚଳ ପାଇଁ ଗୌରବ ଆଣିଲେ ଗୋରା ସିଂ: OPSC ପରୀକ୍ଷାରେ ୬୩ତମ ର଼୍ୟାଙ୍କ ରଖି କୃତକାର୍ଯ୍ୟ

ଥୁଆମୂଳ ରାମପୁର,୧୯।୧(ଦୁର୍ଗା କିର୍ତ୍ତି): ଦୃଢ ଇଚ୍ଛାଶକ୍ତି ଓ ପରିଶ୍ରମ ଆଗରେ ହାର ମାନିଛି ଦାରିଦ୍ର୍ୟ। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସୁଯୋଗ୍ୟ ସନ୍ତାନ ଗୋରା ସିଂ ମାଝୀ ନିଜର ନିଷ୍ଠା ବଳରେ ଆଜି ସମଗ୍ର ଅଞ୍ଚଳ ପାଇଁ ଗୌରବ ସାଜିଛନ୍ତି। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ୱାରା ପରିଚାଳିତ ସହକାରୀ ନିର୍ବାହୀ ଯନ୍ତ୍ରୀ (AEE) ପରୀକ୍ଷାରେ ସେ ରାଜ୍ୟସ୍ତରରେ ୬୩ତମ ର଼୍ୟାଙ୍କ ହାସଲ କରି କୃତକାର୍ଯ୍ୟ ହୋଇଛନ୍ତି। ବର୍ତ୍ତମାନ ସେ ପଞ୍ଚାୟତରାଜ ଓ ପାନୀୟ ଜଳ ବିଭାଗରେ ଜଣେ ଉଚ୍ଚପଦସ୍ଥ ଅଧିକାରୀ ଭାବେ ନିଜର ସେବା ପ୍ରଦାନ କରିବେ। ସିନ୍ଧିପଦର ଗ୍ରାମର ସ୍ବର୍ଗତ କୁମିଆ ମାଝୀ ଓ ମାଆ ସୁରୁ ଦେଇଙ୍କ ପୁଅ ଗୋରା ସିଂଙ୍କ ପାଇଁ ଏହି ସଫଳତା ସହଜ ନଥିଲା। ପିତାଙ୍କ ଅନ୍ତେ ଅଭାବ ଅନାଟନ ମଧ୍ୟରେ ଗୋପାଳପୁର ସରକାରୀ ଏସ.ଏସ.ଡି (SSD) ବାଳକ ଉଚ୍ଚ ବିଦ୍ୟାଳୟରୁ ପ୍ରଥମରୁ ଦଶମ ଶ୍ରେଣୀ ଶିକ୍ଷା ଶେଷ କରିଥିଲେ। ପରେ ଭୁବନେଶ୍ୱର ସ୍ଥିତ ହାଇ-ଟେକ ସାଇନ୍ସ କଲେଜରୁ ଯୁକ୍ତ ଦୁଇ ଓ ହାଇ-ଟେକ ଇଞ୍ଜିନିୟରିଂ କଲେଜରୁ ସିଭିଲ ଇଞ୍ଜିନିୟରିଂରେ ସ୍ନାତକ ଡିଗ୍ରୀ ହାସଲ କରିଥିଲେ। ଗୋରା ସିଂ ବର୍ତ୍ତମାନ ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଗୋପୀନାଥପୁର ପଞ୍ଚାୟତରେ କାର୍ଯ୍ୟନିର୍ବାହୀ ଅଧିକାରୀ (PEO) ଭାବେ କାର୍ଯ୍ୟରତ ଅଛନ୍ତି। ସରକାରୀ ଦାୟିତ୍ୱ ତୁଲାଇବା ସହିତ ସେ ନିଜର ଲକ୍ଷ୍ୟ ପଥରୁ ବିଚ୍ୟୁତ ହୋଇନଥିଲେ। ଦିନରେ ପଞ୍ଚାୟତର କାମ ଓ ରାତିରେ ଅଧ୍ୟୟନ କରି ସେ OPSC ପରି କଠିନ ପରୀକ୍ଷାରେ ସଫଳତା ପାଇଛନ୍ତି। ଜଣେ PEO ଭାବେ ତୃଣମୂଳ ସ୍ତରରେ କାମ କରିବାର ଅଭିଜ୍ଞତା ତାଙ୍କୁ ଜଣେ ଦକ୍ଷ ଯନ୍ତ୍ରୀ ଭାବେ କାର୍ଯ୍ୟ କରିବାରେ ସହାୟକ ହେବ ବୋଲି ସେ ପ୍ରକାଶ କରିଛନ୍ତି। ‘ପରିଶ୍ରମ କଲେ ସଫଳତା ନିଶ୍ଚୟ ମିଳେ। ମୁଁ ମୋର ଏହି ସଫଳତା ପାଇଁ ମୋ ମାଆ, ବାପା ଏବଂ ଶିକ୍ଷକମାନଙ୍କୁ ଶ୍ରେୟ ଦେବାକୁ ଚାହେଁ ବୋଲି ସେ କହିଛନ୍ତି। ତାଙ୍କର ଏହି କୃତିତ୍ୱ ପାଇଁ ସିନ୍ଧିପଦର ଗ୍ରାମବାସୀଙ୍କ ସମେତ ସମଗ୍ର କଳାହାଣ୍ଡି ଜିଲା ତଥା ଥୁଆମୂଳ ରାମପୁର ବ୍ଲକରେ ଖୁସିର ଲହରି ଖେଳିଯାଇଛି। ଆଗାମୀ ଦିନରେ ସେ ଅଞ୍ଚଳର ବିକାଶ ପାଇଁ ନିଜକୁ ନିୟୋଜିତ କରିବେ ବୋଲି ଆଶା କରାଯାଉଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ…

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୧୩୦୦ ଅତିକ୍ରମ କଲା, ଉଦ୍ଧାର ହୋଇଛନ୍ତି ୧୬୯ ଭାରତୀୟ

କାଠମାଣ୍ଡୁ,୫।୯: ନେପାଳରେ ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୧୩୦୦କୁ ବୃଦ୍ଧି ପାଇଛି। ଏହି ପ୍ରାକୃତିକ ବିପର୍ଯ୍ୟୟର ଆଜି ୧୧ତମ ଦିନ। ଉଲ୍ଲେଖନୀୟ ଯେ ୨୬ ଅଗଷ୍ଟ ସକାଳେ…

ସୂର୍ଯ୍ୟଙ୍କ ନକ୍ଷତ୍ରରେ ଆଜି ବୁଧଙ୍କ ଏଣ୍ଟ୍ରି; ୩ରାଶି ହେବେ ମାଲାମାଲ, ଚାକିରିରେ ମିଳିବ ବଡ଼ ପଦବୀ

ବୁଧ ସୂର୍ଯ୍ୟଙ୍କ ନକ୍ଷତ୍ରକୁ ପ୍ରବେଶ କରିବା ଫଳରେ କ୍ୟାରିୟରରେ ସଫଳତା ଏବଂ ଆର୍ଥିକ ଉନ୍ନତିର ଯୋଗ ସୃଷ୍ଟି ହେବ। ଏହାଦ୍ୱାରା ଭାଗ୍ୟଶାଳୀ ରାଶିଗୁଡ଼ିକର ବୌଦ୍ଧିକ କ୍ଷମତା ଏବଂ…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri