ଭାଟକୁମରଡା ଆଦର୍ଶ ବିଦ୍ୟାଳୟର ସଫଳତା,  ଓଡିଶାରେ ସପ୍ତମ ସ୍ଥାନରେ ସ୍ବୟଂଜିତ ପାଣିଗ୍ରାହୀ 

ପୁରୁଷୋତ୍ତମପୁର, ୧୩/୫(ଡିଏନଏ) ଗଞ୍ଜାମଜିଲ୍ଲା ପୁରୁଷୋତ୍ତମପୁର ବ୍ଲକ ଭାଟକୁମରଡା ଆଦର୍ଶ ବିଦ୍ୟାଳୟ (ସିବିଏସଇ) ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ସଫଳତା ଆଣି ଗୌରବାନ୍ବିତ ହୋଇଛି।  ଏହି ବିଦ୍ୟାଳୟର ସ୍ବୟଂଜିତ ପାଣିଗ୍ରାହୀ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ୯୪.୨ ପ୍ରତିଶତ ମାର୍କ ରଖି ସମଗ୍ର ଓଡିଶାରେ ସପ୍ତମ ସ୍ଥାନ ଅଧିକାର କରିଛନ୍ତି। ଦଶମ  ଶ୍ରେଣୀରେ ୭୦ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ୬୭ଜଣ ପାସ କରିଛନ୍ତି। ବିଦ୍ୟାଳୟର ପାସହାର ୯୫.୭୧ ପ୍ରତିଶତ ରହିଛି।    ପ୍ରଥମ ଶ୍ରେଣୀରେ ୫୫ଜଣ, ଦ୍ୱିତୀୟ ଶ୍ରେଣୀରେ ୧୨ ଜଣ ପାସ କରିଛନ୍ତି। ସେଥିମଧ୍ୟରୁ ସୁଷ୍ମିତା ସାହୁ ୯୪.୪ ପ୍ରତିଶତ ମାର୍କ ରଖି ବିଦ୍ୟାଳୟରେ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି।  ସେହିପରି ଦ୍ୱାଦଶ ଶ୍ରେଣୀରେ ପାସ୍ ହାର ୯୬.୮୭ ପ୍ରତିଶତ ରହିଛିା  ୩୨ଜଣ ପରୀକ୍ଷା ଦେଇଥିବା ବେଳେ ୩୧ଜଣ ପାସ କରିଛନ୍ତି।  ଏଥିରେ ପ୍ରଥମ ଶ୍ରେଣୀରେ ୨୯ ଜଣ , ଦ୍ୱିତୀୟ ଶ୍ରେଣୀରେ ୨ ଜଣ ରହିଥିବାବେଳେ ସେଥି ମଧ୍ଯରୁ ସ୍ବୟଂଜିତ ପାଣିଗ୍ରାହୀ ସମଗ୍ର ଓଡିଶାରେ ସପ୍ତମ ସ୍ଥାନରେ ରହିଛନ୍ତି।  ବିଦ୍ୟାଳୟ ଅଧ୍ୟକ୍ଷ ସନ୍ତୋଷକୁମାର ମହାପାତ୍ର ଓ ଶିକ୍ଷକ, ଶିକ୍ଷୟତ୍ରୀଙ୍କ ଗୁଣାତ୍ମକ ଶିକ୍ଷା  ଯୋଗୁ ଏଭଳି ସଫଳତା ହୋଇଥିବା ନେଇ ଅଭିଭାବକ ମହଲରେ ପ୍ରସଂଶା କରାଯାଇଛିା ଏହି ବିଦ୍ୟାଳୟର ଦ୍ୱାଦଶ ଶ୍ରେଣୀରେ ଏହା ପ୍ରଥମ ବ୍ୟାଚ ଅଟେ।

 

 

 


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୩।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ଦିଲ୍ଲୀରୁ ଯିବ ରାଜଧାନୀ

ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍‌କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ

ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି।...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri