ଘରେ ପଶି ଏସିଡ୍‌ ମାଡ଼ ମାମଲା: ୨ଜଣଙ୍କୁ ପଚରାଉଚରା, ଜଣେ ଅଟକ

ବାଲେଶ୍ୱର ଅଫିସ, ୨୨ା୨: ବାଲେଶ୍ୱର ସହଦେବଖୁଣ୍ଟା ମଡ଼େଲ ଥାନା ଅଧୀନ ଭୀମପୁରା ଗ୍ରାମ ଏସିଡ୍‌ ମାଡ଼ ଘଟଣାରେ ପୋଲିସ ମଙ୍ଗଳବାର ୨ଜଣ ଧରି ପଚରାଉଚରା କରୁଥିବା ବେଳେ ଜଣେ ସହଯୋଗୀଙ୍କୁ ଅଟକ ରଖିଥିବା ଜଣାପଡିଛି।

ମିଳିଥିବା ସୂଚନା ଅନୁଯାୟୀ, ନୀଳଗିରି ବ୍ଲକ ନୟାପାଟଣା ଗ୍ରାମର ଚନ୍ଦନ କୁମାର ରଣା (୨୮) ଭୀମପୁରା ଅଞ୍ଚଳର ଏକ ଗହଣା ଦୋକାନରେ ସୁନାରି ଭାବେ କାର୍ଯ୍ୟ କରୁଥିଲେ। ଏହି ସମୟରେ ତାଙ୍କର ବନିତାଙ୍କ ସହ ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା। ପ୍ରାୟ ଦେଢ଼ ମାସ ପୂର୍ବେ ଉଭୟେ ବିବାହ କରିଥିଲେ। ମାତ୍ର ପୂର୍ବରୁ ଚନ୍ଦନ ବିବାହିତ ଏବଂ ତାଙ୍କର ଦୁଇ ସନ୍ତାନ ରହିଥିବା ବିବାହ ପରେ ବନିତା ଜାଣିବାକୁ ପାଇଥିଲେ। ପରେ ବନିତା ବାପଘରକୁ ପଳାଇ ଆସିବା ସହ ଭୀମପୁରାରେ ଭଡ଼ା ନେଇ ରହୁଥିବା ବଡ଼ ଭଉଣୀ ବର୍ଷାଙ୍କ ଘରେ ଆଶ୍ରୟ ନେଇଥିଲେ। ସେ ସହଦେବଖୁଣ୍ଟା ଥାନାରେ ଚନ୍ଦନଙ୍କ ବିରୋଧରେ ଏତଲା ମଧ୍ୟ ଦେଇଥିଲେ। ୧୫ ଦିନ ତଳେ ଥାନାରେ ଚନ୍ଦନ ଓ ବନିତା ଉଭୟଙ୍କଠାରୁ ଅଲଗା ରହିବା ନେଇ ଦୁଇ ପରିବାର ମଧ୍ୟରେ ବୁଝାମଣା ହୋଇଥିଲା। ଏପରିକି କେହି କାହା ସହ ସମ୍ପର୍କ ରଖିବେ ନାହିଁ ବୋଲି ଉଭୟ ଚନ୍ଦନ ଓ ବନିତା ପ୍ରତିଶ୍ରୁତି ଦେଇଥିଲେ। ତେବେ ସୋମବାର ପୂର୍ବାହ୍ନ ୧୧ଟା ବେଳେ ଚନ୍ଦନ ଭୀମପୁରାସ୍ଥିତ ବର୍ଷାଙ୍କ ଭଡ଼ାଘରକୁ ଯାଇ ବନିତାଙ୍କୁ ସାଙ୍ଗରେ ନେଇଯିବାକୁ ଡାକିଥିଲେ। ବନିତା ଏବଂ ବଡ଼ ଭଉଣୀ ବର୍ଷା ଘରୁ ବାହାରକୁ ଆସିବାରୁ ଚନ୍ଦନଙ୍କର ସେମାନଙ୍କ ସହ ଯୁକ୍ତିତର୍କ ହୋଇଥିଲା। ବନିତା ଯିବାକୁ ଅମଙ୍ଗ ହୋଇଥିଲେ। ଏଥିରେ ଚନ୍ଦନ ଉତ୍ତ୍ୟକ୍ତ ହୋଇ ସାଙ୍ଗରେ ଆଣିଥିବା ଏସିଡ୍‌ ପ୍ରଥମେ ବନିତା ଉପରକୁ ପକାଇଥିଲେ। ଅଧିକ ମାତ୍ରାରେ ଏସିଡ୍‌ ବନିତାଙ୍କ ଉପରେ ପଡ଼ିଥିବା ବେଳେ ତାଙ୍କ ଶରୀର ୮୦ରୁ ଅଧିକ ଭାଗ ପୋଡ଼ିଯାଇଛି। ବର୍ଷା ଓ ସେଠାରେ ଛିଡ଼ା ହୋଇଥିବା ତାଙ୍କ ଦୁଇ ଶିଶୁଙ୍କ ଉପରେ ମଧ୍ୟ ଏସିଡ୍‌ ପଡ଼ିବାରୁ ସେମାନଙ୍କ ଶରୀରର ବିଭିନ୍ନ ଅଂଶ ଜଳିଯାଇଛି। ବର୍ଷାଙ୍କ ୮ମାସର ପୁଅର ହାତ ଏବଂ ଗୋଡ଼ରେ ପଡ଼ିଥିବା ବେଳେ ତାଙ୍କ ଝିଅର ଦେହ ଏବଂ ଗୋଡ଼ରେ ଏସିଡ୍‌ ପଡିଛି। ବନିତାଙ୍କ ସହ ଅନ୍ୟମାନଙ୍କୁ ତୁରନ୍ତ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ବନିତାଙ୍କ ସ୍ବାସ୍ଥ୍ୟାବସ୍ଥା ଅଧିକ ଗୁରୁତର ହେବାରୁ ତାଙ୍କୁ କଟକ ବଡ଼ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri